www.samajalive.in
Monday, December 8, 2025
16.1 C
Bhubaneswar

ସାପ୍ତାହିକ ରାଶିଫଳ (୨୦-୨୬ ଅଗଷ୍ଟ ୨୦୨୩)

ମେଷ: ରବିବାର ସମ୍ବେଦନଶୀଳ ହେବେ। ସୋମବାର ଓ ମଙ୍ଗଳବାର ନୂତନ ନିଯୁକ୍ତି ପାଇପାରନ୍ତି। ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର ଯାନବାହନ ଜନିତ ସମସ୍ୟା ଦେଖାଦେବ। ଶତ୍ରୁ ଦ୍ବାରା ପରାସ୍ତ ହେବେ। ଶୁକ୍ରବାର ଓ ଶନିବାର କର୍ମ ଅନୁସାରେ ଫଳ ପ୍ରାପ୍ତି ହେବ। ପାରିବାରିକ ଶାନ୍ତି ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ନୃସିଂହ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାର ଭ୍ରମଣପ୍ରିୟ ହେବେ। ନୂତନ କର୍ମ ସଂସ୍ଥାନ ପ୍ରାପ୍ତି ହେବ। ସୋମବାର ଓ ମଙ୍ଗଳବାର ଜଗିରଖି ଚଳିବେ। ଋଣଗ୍ରସ୍ତ ହୋଇପାରନ୍ତି। ବୁଧବାର ଓ ଗୁରୁବାର ବ୍ୟବସାୟରେ ଲାଭବାନ ହେବେ। ସ୍ତ୍ରୀ ହେତୁକ ଧନପ୍ରାପ୍ତି ହେବ। ଶନିବାର ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଶିବଙ୍କ ସ୍ତୋତ୍ର ପାଠ କରନ୍ତୁ।
ମିଥୁନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟରେ ପ୍ରତିଷ୍ଠା ପାଇବେ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ବୁଧବାର ଓ ଗୁରୁବାର ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ। ଆୟ ମଧ୍ୟମ ରହିବ। ଶୁକ୍ରବାର ଓ ଶନିବାର ପ୍ରତିଟି କାର୍ଯ୍ୟ ସମ୍ପନ୍ନ କରି ପ୍ରଶଂସିତ ହେବେ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେ​‌େ​‌ବ। ରିଷ୍ଟଖଣ୍ଡନ ପାଇଁ ଓଁ ଗଂ ଗଣପତୟେ ନମଃ ମନ୍ତ୍ର ଜପ କରନ୍ତୁ।
କର୍କଟ: ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ନିଜର ବୁଦ୍ଧି, ବିବେକ ଦ୍ବାରା ଶତ୍ରୁକୁ ପରାସ୍ତ କରିବେ। ବୁଧବାର ଓ ଗୁରୁବାର ଦୂରଦେଶରୁ ସୁସମ୍ବାଦ ପ୍ରାପ୍ତ ହେବ। ବନ୍ଧୁଙ୍କ ଗହଣରେ ସମୟ ବିତିବ। ଶୁକ୍ରବାର ଓ ଶନିବାର ମାଆଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା ପ୍ରକଟିତ ହେବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଭୁବନେଶ୍ବରୀଙ୍କ ମନ୍ତ୍ର ପାଠ କରନ୍ତୁ।
ସିଂହ: ରବିବାର ଭାବିଥିବା କଥାକୁ ଅନ୍ୟ ଆଗରେ ପ୍ରକାଶ କରନ୍ତୁ ନାହିଁ। ସୋମବାର ଓ ମଙ୍ଗଳବାର ଆର୍ଥିକ ଉନ୍ନତି ପରିଲକ୍ଷିତ ହେବ। ସ୍ତ୍ରୀ ହେତୁକ ଭୂମି କ୍ରୟ କରିପାରନ୍ତି। ବୁଧବାର ଓ ଗୁରୁବାର ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ। ମେରୁଦଣ୍ତରେ ସମସ୍ୟା ଦେଖାଦେବ। ଶୁକ୍ରବାର ଓ ଶନିବାର ପ୍ରଶଂସିିତ ହେବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା: ରବିବାର ନିଜର କୃତିତ୍ବ ପାଇଁ ପୁରସ୍କୃତ ହେବେ। ସୋମବାର ଓ ମଙ୍ଗଳବାର ଚକ୍ଷୁଜନିତ ସମସ୍ୟା ଦେଖାଦେଇପାରେ। ବୁଧବାର ଓ ଗୁରୁବାର ଜମିବାଡ଼ି ସମସ୍ୟା ଦେଖାଦେବ। ଶୁକ୍ରବାର ଓ ଶନିବାର ଚାକିରିରେ ପଦୋନ୍ନତି ମିଳିବ। ମହିଳା ଓ ବିଦ୍ୟାର୍ଥୀ କାର୍ଯ୍ୟରେ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଗଣେଶଙ୍କୁ ଆରାଧନା କରନ୍ତୁ ଓ ଗଣେଶଙ୍କ ଉପରେ ଦୂବ ଚଢାନ୍ତୁ।
ତୁଳା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ବୁଧବାର ଓ ଗୁରୁବାର ଦୁର୍ଘଟଣାଗ୍ରସ୍ତ ହୋଇପାରନ୍ତି। ଯାତ୍ରା ସ୍ଥଗିତ ରଖିବା ଭଲ। ଶୁକ୍ରବାର ଓ ଶନିବାର ପ୍ରଗତିଶୀଳ ହେବେ। ସନ୍ତାନ ହେତୁକ ସମସ୍ୟା ଦୂରୀଭୂତ ହେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବ ସହସ୍ରନାମ ପାଠ କରନ୍ତୁ।
ବିଛା: ରବିବାର ଓ ସୋମବାର ସମସ୍ୟାର ସମ୍ମୁଖୀନ ହୋଇ ପ୍ରତିଷ୍ଠା ଲାଭ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମକ୍ଷେତ୍ର​‌େ​‌ର ପଦୋନ୍ନତି ମିଳିବା ସହ ସ୍ଥାନ୍ତାନ୍ତର ହୋଇପାରନ୍ତି। ଶୁକ୍ରବାର ଓ ଶନିବାର ଋଣକୁ ନେଇ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ବଗଳାମୁଖୀ କବଚ ପାଠ କରନ୍ତୁ।
ଧନୁ: ରବିବାର ସାବଧାନତା ଲୋଡ଼ା। ସୋମବାର ଓ ମଙ୍ଗଳବାର ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ବୁଧବାର ଓ ଗୁରୁବାର ଦୂରଯାତ୍ରା ସଫଳତା ଆଣିଦେବ। ଶୁକ୍ରବାର ଓ ଶନିବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ କାର୍ଯ୍ୟରେ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।
ମକର: ରବିବାର କର୍ମ ଅନୁସାରେ ଫଳ ଲାଭ ହେବ। ସୋମବାର ଓ ମଙ୍ଗଳବାର ପ୍ରଗତିରେ ପଥରୋଧ ହେବ। ଯାତ୍ରାରେ ସାବଧାନତା ଲୋଡ଼ା। ବୁଧବାର ଓ ଗୁରୁବାର ନିଜର ବକ୍ତବ୍ୟ ଦ୍ବାରା ଶତ୍ରୁକୁ ଆପଣାର କରିବେ। ଆୟ ମଧ୍ୟମ ରହିବ। ଶୁକ୍ରବାର ଓ ଶନିବାର ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ମନନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକ ପାଠ କରନ୍ତୁ।
କୁମ୍ଭ: ରବିବାର ଜଗିରଖି ଚଳିବେ। ବ୍ୟୟ ଅଧିକ ହେବ। ସୋମବାର ଓ ମଙ୍ଗଳବାର ବନ୍ଧୁଙ୍କ ଗହଣରେ ସମୟ ବିତିବ। ବୁଧବାର ଓ ଗୁରୁବାର ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ। ଶୁକ୍ରବାର ଓ ଶନିବାର ସନ୍ତାନହେତୁକ ସମସ୍ୟା ଦୂର ହେବ। ମହିଳା ଓ ବିଦ୍ୟାର୍ଥୀ କର୍ମାଶ୍ରୟୀ ହେବେ। ରିଷ୍ଟଖଣ୍ଡନ ପାଇଁ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।
ମୀନ: ରବିବାର ସମସ୍ୟା ସମାଧାନରେ ବ୍ରତୀ ହେବେ। ସୋମବାର ଓ ମଙ୍ଗଳବାର ଅଯଥା ଖର୍ଚ୍ଚାନ୍ତ ଯୋଗୁଁ ବ୍ୟସ୍ତ ବିବ୍ରତ ହେବେ। ବୁଧବାର ଓ ଗୁରୁବାର ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ଇଷ୍ଟବୃତ୍ତି ପାଇଁ କାର୍ଯ୍ୟ କରିବେ। ଶୁକ୍ରବାର ଓ ଶନିବାର ଜଗିରଖି ଚଳିବେ। ସମସ୍ୟାରୁ ମୁକ୍ତି ପାଇଁ ପ୍ରୟାସ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗାସହସ୍ର ନାମ ପାଠ କରନ୍ତୁ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories