ସାପ୍ତାହିକ ରାଶିଫଳ (ଅକ୍ଟୋବର ୧୫-୨୧)

ମେଷ: ରବିବାର ଓ ସୋମବାର ବନ୍ଧୁ ସହଯୋଗ ପ୍ରାପ୍ତି ହେବ। ବ୍ୟବସାୟରେ ଲାଭବାନ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସାବଧାନତା ଲୋଡ଼ା। ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ। ଶୁକ୍ରବାର ଓ ଶନିବାର ମଧ୍ୟମ ଫଳ ପ୍ରାପ୍ତି ହେବ। ଆୟ ଓ ବ୍ୟୟ ମଧ୍ୟମ ରହିବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ।
ବୃଷ: ରବିବାର ଓ ସୋମବାର ମାନସିକ ଅବସାଦ ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପରିଭ୍ରମଣ ଯୋଗ ସୃଷ୍ଟି ହେବ। ଶୁକ୍ରବାର ଓ ଶନିବାର ଜଗିରଖି ଚଳିବେ। ଶତ୍ରୁଦ୍ବାରା ପରାସ୍ତ ହେବେ। ଚୋରି ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ତତ୍‌ପୁରୁଷାୟ ବିଦ୍ମହେ ମହାଦେବାୟ ଧୀମହି ତନ୍ନୋ ଶିବ ପ୍ରଚୋଦୟାତ୍‌ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ସଫଳତା ଲାଭ କରିବେ। ସାମାଜିକ ପ୍ରତିଷ୍ଠା ପ୍ରାପ୍ତ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କାର୍ଯ୍ୟରେ ଦ୍ବନ୍ଦ୍ବ ଦେଖାଦେବ। ଶତ୍ରୁ ବୃଦ୍ଧି ହେବ। ଶୁକ୍ରବାର ଓ ଶନିବାର ସୁସମ୍ବାଦ ପ୍ରାପ୍ତି ହେବ। କାର୍ଯ୍ୟସିଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଲଳିତା ସହସ୍ରନାମ ପାଠ କରନ୍ତୁ।
କର୍କଟ: ରବିବାର ଓ ସୋମବାର ଚିନ୍ତା ମଧ୍ୟରେ ସମୟ କଟିବ। ବ୍ୟୟ ଅଧିକ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଦେଖାଦେବ। ଶୁକ୍ରବାର ଓ ଶନିବାର ଶାରୀରିକ ଅସୁସ୍ଥତା ଦେଖାଦେବ। କର୍ମପ୍ରବଣତା ଆପଣଙ୍କ ଭୂଷଣ ହେବ। ଅର୍ଥହାନି ହେବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବ ସହସ୍ରନାମ ପାଠ କରନ୍ତୁ।
ସିଂହ: ରବିବାର ଓ ସୋମବାର ବ୍ୟବସାୟରେ ସଫଳତା ପାଇବେ। ସନ୍ତାନ ପ୍ରାପ୍ତି ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କାର୍ଯ୍ୟରେ ବିଫଳତା ପ୍ରାପ୍ତ ହେବ। ଅସ୍ଥିର ଚିତ୍ତ ହେବେ। ଶୁକ୍ରବାର ଓ ଶନିବାର ସମୟ ଅନୁକୂଳ ରହିବ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ସମସ୍ୟାର ସମାଧାନ ପାଇଁ ପ୍ରୟାସ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମରେ ଆନନ୍ଦ ପ୍ରାପ୍ତି ହେବ। କ୍ୟାରିୟର ପ୍ରତି ଯତ୍ନଶୀଳ ହେବେ। ବ୍ୟବସାୟରେ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ଜମିବାଡ଼ି ଗଣ୍ଡଗୋଳ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଲାଭବାନ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।
ତୁଳା: ରବିବାର ଓ ସୋମବାର ଦେବଦର୍ଶନରେ ଆନନ୍ଦ ଲାଭ କରିବେ। ସ୍ତ୍ରୀ ହେତୁକ ଧନଲାଭ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଶୁକ୍ରବାର ଓ ଶନିବାର କର୍ମପ୍ରବଣତା ଆପଣଙ୍କ ଭୂଷଣ ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ମହିଳା ଓ ବିଦ୍ୟାର୍ଥୀ ଲାଭବାନ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।
ବିଛା: ରବିବାର ଓ ସୋମବାର ସାବଧାନତା ଲୋଡ଼ା। ଆଘାତ ଲାଗିପାରେ। ମଙ୍ଗଳବାର ଓ ବୁଧବାର ନୂତନ ଦ୍ରବ୍ୟ କ୍ରୟ କରିବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗ ଦେବେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଘିଅଦୀପ ଜଳାଇ ଶ୍ରୀ ସୁନ୍ଦରକାଣ୍ଡ ପାଠ କରନ୍ତୁ।
ଧନୁ: ରବିବାର ଓ ସୋମବାର ପାରିବାରିକ ଶାନ୍ତି ଲାଭ ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଜଗିରଖି ଚଳନ୍ତୁ। ଶତ୍ରୁ ଦ୍ବାରା ପରାଭୂତ ହେବେ। ଶୁକ୍ରବାର ଓ ଶନିବାର ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟ​‌େ​‌ର ସଫଳତା ପ୍ରାପ୍ତ ହେବ। ପ୍ରତିଯୋଗିତାରେ ବିଜୟୀ ହେବେ। ବୁଧବାର ଓ ଗୁରୁବାର ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ସୁସମ୍ବାଦ ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ଅଯଥା ବିବାଦରେ ପଡ଼ିବେ। ଶତ୍ରୁଠାରୁ ଦୂରେଇ ରହିବା ଭଲ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବ ସ୍ତୋତ୍ର ପାଠ କରନ୍ତୁ।
କୁମ୍ଭ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ସୁସମ୍ବାଦ ପ୍ରାପ୍ତ ହେବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ବୁଧବାର ଓ ଗୁରୁବାର ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ଶୁକ୍ରବାର ଓ ଶନିବାର ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ସଫଳତା ପ୍ରାପ୍ତ ହେବ। ରିଷ୍ଟଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।
ମୀନ: ରବିବାର ଓ ସୋମବାର ବିଫଳତା ଲାଭ ହେବ। ଶାରୀରିକ ଅସୁସ୍ଥତା ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କାର୍ଯ୍ୟ କ୍ଷେତ୍ରରେ ମଧ୍ୟମ ଫଳ ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ମନନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଦୁର୍ଗାଷ୍ଟକ ପାଠ କରନ୍ତୁ।

Comments are closed.