bjd gruha runa

କେମିତି କଟିବ ଏ ସପ୍ତାହ – ସାପ୍ତାହିକ ରାଶିଫଳ (ଅକ୍ଟୋବର ୨୯-ନଭେମ୍ବର ୪)

BJD Bijuli 480×75 Mob

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଆୟ ବୃଦ୍ଧି ହେବ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ନୂତନ ଗୃହ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିବେ। ମାଲିମକଦ୍ଦମାରେ ବିଜୟ ପ୍ରାପ୍ତ ହେବ। ସୁସମ୍ବାଦ ମିଳିପାରେ। ଗୁରୁବାର ଓ ଶନିବାର ଜଗିରଖି ଚଳିବେ। ଅଯଥା ଖର୍ଚ୍ଚାନ୍ତରେ ପଡ଼ିବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ହନୁମାନ ଚାଳିଶା ପାଠ କରନ୍ତୁ।
ବୃଷ: ରବିବାର ଓ ସୋମବାର ଧାର୍ମିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ମଙ୍ଗଳବାରଠାରୁ ଗୁରୁବାର ସମୟ ଅନୁକୂଳ ରହିବ। ଯଶ, ମାନ, ଗୌରବ ଲାଭ ହେବ। ଆୟ ବୃଦ୍ଧି ହେବ। ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ଜମିବାଡ଼ି କିଣାକିଣି କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ଆନନ୍ଦିତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ସହସ୍ରନାମ ପାଠ କରନ୍ତୁ ଓ ଗରିବଙ୍କୁ ଅନ୍ନଦାନ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ସାବଧାନତା ଲୋଡ଼ା। ଯାତ୍ରାକାଳୀନ ଆଘାତ ଲାଗିପାରେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଆଧ୍ୟାତ୍ମିକବାଦୀ ହେବେ। ଦୂରଦେଶକୁ ଯାତ୍ରା କରିବେ। ଶୁକ୍ରବାର ଓ ଶନିବାର କର୍ମକ୍ଷେତ୍ରରେ ପଦୋନ୍ନତି ମିଳିପାରେ। ଉପରିସ୍ଥ କର୍ମଚାରୀଙ୍କ ଦ୍ବାରା ପ୍ରଶଂସିତ ହେବେ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲଳିତା ସହସ୍ର ନାମ ପାଠ କରନ୍ତୁ।
କର୍କଟ: ରବିବାର ଓ ସୋମବାର ବିବାହ ପ୍ରସ୍ତାବ ଆସିପାରେ। ବନ୍ଧୁଙ୍କ ଗହଣରେ ସମୟ କାଟିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଶାରୀରିକ ଅସୁସ୍ଥତା ଦେଖାଦେବ। ଶୁକ୍ରବାର ଓ ଶନିବାର କର୍ମପ୍ରବଣତା ଆପଣଙ୍କ ଭୂଷଣ ହେବ। ପ୍ରତିଯୋଗିତାରେ ବିଜୟୀ ହେବେ। ମହିଳା ଓ ବିଦ୍ୟାର୍ଥୀ ଯଶପ୍ରାପ୍ତି କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବଙ୍କ ସହସ୍ରନାମ ପାଠ କରନ୍ତୁ।
ସିଂହ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମକୁଶଳୀ ହେବେ। ଶତ୍ରୁ ପରାଜିତ ହେବ। ଆର୍ଥିକ ଅନଟନ ଦୂରହେବ। ବୁଧବାର ଓ ଗୁରୁବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ଶୁକ୍ରବାର ଓ ଶନିବାର ସାବଧାନତା ଲୋଡ଼ା। ଶତ୍ରୁଠାରୁ ଦୂରେଇ ରହିବା ଭଲ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ଘୃଣି ନାରାୟଣାୟ ନମଃ ମନ୍ତ୍ର ଜପ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ସନ୍ତାନ ହେତୁକ ସମସ୍ୟା ଦୂରୀଭୁତ ହେବ। ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ନୂତନ କାର୍ଯ୍ୟରେ ଯୋଗ ଦେବେ। ବ୍ୟବସାୟରେ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ବୈବାହିକ ସମସ୍ୟା ଦୂର ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ।
ତୁଳା: ରବିବାର ଓ ସୋମବାର ଶାରୀରିକ ଅସୁସ୍ଥତା ଦେଖାଦେବ। ଦ୍ରବ୍ୟ ଚୋରି ହେବାର ସମ୍ଭାବନା ଅଛି। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସାମାଜିକ ପ୍ରତିଷ୍ଠା ଲାଭ କରିବେ। ଭାଗ୍ୟବାଦୀ ହେବେ। ଆୟ ବୃଦ୍ଧି ହେବ। ଶୁକ୍ରବାର ଓ ଶନିବାର ଦୂରଯାତ୍ରା ନ କରିବା ଭଲ। ଆଘାତ ଲାଗିପାରେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।
ବିଛା: ରବିବାର ଓ ସୋମବାର ବନ୍ଧୁ ସହଯୋଗ ପ୍ରାପ୍ତ କରିବେ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଜଗିରଖି ଚଳିବେ। ଜମିବାଡ଼ି ଗଣ୍ଡଗୋଳ ଦେଖାଦେଇପାରେ। ଶୁକ୍ରବାର ଓ ଶନିବାର ସ୍ତ୍ରୀ ହେତୁକ ଧନପ୍ରାପ୍ତି ହେବ। ପାରିବାରିକ ଶାନ୍ତି ଦେଖାଦେବ, ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀବଜରଙ୍ଗ ବାଣ ପାଠ କରନ୍ତୁ।
ଧନୁ: ରବିବାର ଓ ସୋମବାର ଜଗିରଖି ଚଳିବେ। ମା’ଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା ପ୍ରକଟିତ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ନୂତନ ନିଯୁକ୍ତି ପାଇପାରନ୍ତି। ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ଅଯଥା ବିବାଦରେ ଛନ୍ଦି ହୋଇପଡ଼ିବେ। ପଡ଼ୋଶୀଙ୍କ ସହ ମତଭେଦ ଦେଖାଦେଇପାରେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଦୁର୍ଗା ତାଣ୍ଡବ ସ୍ତୋତ୍ର ପାଠ କରନ୍ତୁ।
ମକର: ରବିବାର ଓ ସୋମବାର ଶ୍ରୀଯୁକ୍ତ ହେବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମବନ୍ଧନ ଯୋଗ ସୃଷ୍ଟି ହେବ। କାର୍ଯ୍ୟରେ ଅସହଯୋଗ ସାମନା କରିପାରନ୍ତି। ଶୁକ୍ରବାର ଓ ଶନିବାର ଭ୍ରାତୃବିବାଦର ସମାଧାନ ହେବ। କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ସୁସ୍ବାଦୁ ଭୋଜନ ପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଶିବ ଗାୟତ୍ରୀ ପାଠ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ଜଗିରଖି ଚଳିବେ। ଶତ୍ରୁଦ୍ବାରା ପରାଜିତ ହେବେ। ଆର୍ଥିକ ଅନଟନ ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ପ୍ରତିଷ୍ଠା ଲାଭ ହେବ। ଶ୍ରୀଯୁକ୍ତ ହେବେ। ଋଣରୁ ମୁକ୍ତି ମିଳିବ। ଶୁକ୍ରବାର ଓ ଶନିବାର ସାବଧାନତା ଲୋଡ଼ା। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ମହିଳା ଓ ବିଦ୍ୟାର୍ଥୀ ଭାବିଚିନ୍ତି କାର୍ଯ୍ୟ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଶନି କବଚ ପାଠ କରନ୍ତୁ।
ମୀନ: ରବିବାର ଓ ସୋମବାର କର୍ମକ୍ଷେତ୍ର ବ୍ୟାପକ ହେବ। ନୂତନ ନିଯୁକ୍ତି ମିଳିପାରେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ପ୍ରତିକୂଳ ରହିବ। ଦୂରଯାତ୍ରା ନ କରିବା ଭଲ। ଶୁକ୍ରବାର ଓ ଶନିବାର ନୂତନ ଜମି କ୍ରୟ କରିପାରନ୍ତି। ସ୍ତ୍ରୀ ହେତୁକ ଧନପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।

Comments are closed.