ସାପ୍ତାହିକ ରାଶିଫଳ (ନଭେମ୍ବର ୧୯-୨୫)
ମେଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ବନ୍ଧୁବାନ୍ଧବଙ୍କ ଗହଣରେ ସମୟ ବିତିବ। କାର୍ଯ୍ୟକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ। ଯଶ, ମାନ, ଗୌରବ ବୃଦ୍ଧି ଘଟିବ। ବୁଧବାର ଓ ଗୁରୁବାର ପ୍ରୀତି ଲାଭ ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ। ଶୁକ୍ରବାର ଓ ଶନିବାର ସାବଧାନତା ଲୋଡ଼ା। ସ୍ବାସ୍ଥ୍ୟଜନିତ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ କର୍ମତତ୍ପର ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ ଓ ଗରିବଙ୍କୁ ଅନ୍ନଦାନ କରନ୍ତୁ।
ବୃଷ: ରବିବାର ଓ ସୋମବାର ସାମାନ୍ୟ କଥାକୁ ନେଇ ଚିନ୍ତିତ ହେବେ। ବିଳମ୍ବରେ କାର୍ଯ୍ୟସିଦ୍ଧି ହେବ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ଆର୍ଥିକ ପରିସ୍ଥିତିରେ ପରିବର୍ତ୍ତନ ଆସିବ। ଶୁକ୍ରବାର ଓ ଶନିବାର ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତି ହେବ। ଋଣମୁକ୍ତ ହେବେ। କାର୍ଯ୍ୟରେ ଆନନ୍ଦ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଭଲଯିବ ନାହିଁ। ଆଘାତ ପ୍ରାପ୍ତ ହୋଇପାରନ୍ତି। ଅର୍ଥ ହାନି ହେବ। ବୁଧବାର ଓ ଗୁରୁବାର ପିଲାଙ୍କ ଚିନ୍ତା ବଳବତ୍ତର ରହିବ। ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ଶତ୍ରୁ ପରାସ୍ତ ହେବେ। ମାଲିମକଦ୍ଦମାରେ ବିଜୟ ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗଣେଶଙ୍କୁ ଆରାଧନା କରନ୍ତୁ।
କର୍କଟ: ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପରିଶ୍ରମ ଅନୁସାରେ ଫଳପ୍ରାପ୍ତି ହେବ। ଆୟବୃଦ୍ଧି ହେବ। ବୁଧବାର ଓ ଗୁରୁବାର ମାନସିକ ଅବସାଦ ଦେଖାଦେବ। ପଡ଼ୋଶୀଙ୍କ ସହ କଳହ ଦେଖାଦେବ। ଶତ୍ରୁ ଦ୍ବାରା ପରାସ୍ତ ହେବେ। ଶୁକ୍ରବାର ଓ ଶନିବାର ସୁସମ୍ବାଦ ପ୍ରାପ୍ତ ହେବ। ଭ୍ରମଣପ୍ରିୟ ହେବେ। ପାରିବାରିକ ଆନନ୍ଦ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବ ତାଣ୍ଡବ ପାଠ କରନ୍ତୁ ଓ ଶିବଙ୍କୁ ଜଳ ଅର୍ପଣ କରନ୍ତୁ।
ସିଂହ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ମାନହାନି ଘଟିପାରେ। ବୁଧବାର ଓ ଗୁରୁବାର କାର୍ଯ୍ୟକ୍ଷେତ୍ରରେ ଅଗ୍ରଗତି ଦେଖାଦେବ। ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ଶୁକ୍ରବାର ଓ ଶନିବାର ଜଗିରଖି ଚଳିବେ। ବିବାଦର ସମ୍ମୁଖୀନ ହେବେ। ଶତ୍ରୁଦ୍ବାରା ପରାଭୂତ ହେବେ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଶ୍ରୀଯୁକ୍ତ ହେବେ। ନୂତନ ନିଯୁକ୍ତି ମିଳିପାରେ। ସମ୍ପତ୍ତି ଲାଭ ହେବ। ବୁଧବାର ଓ ଗୁରୁବାର ପାରିବାରିକ ଅଶାନ୍ତି ଦେଖାଦେବ। ଅଯଥା ଖର୍ଚ୍ଚାନ୍ତରେ ପଡ଼ିବେ। ଶୁକ୍ରବାର ଓ ଶନିବାର ବ୍ୟବସାୟରେ ଲାଭବାନ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଆସିବ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ବିଷ୍ଣୁ ସହସ୍ରନାମ ପାଠ କରନ୍ତୁ।
ତୁଳା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଅସୁବିଧାରେ ପଡ଼ିପାରନ୍ତି। ମାନସିକ ଅବସାଦ ହେତୁ କ୍ଳାନ୍ତି ଅନୁଭବ ହେବ। ଦ୍ରବ୍ୟ ଚୋରି ହୋଇପାରେ। ବୁଧବାର ଓ ଗୁରୁବାର କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ଶୁକ୍ରବାର ଓ ଶନିବାର ଯାତ୍ରା ଓ ଗମନାଗମନରେ ସମସ୍ୟା ଦେଖାଦେବ। ବ୍ୟୟ ଅଧିକ ହେବ। ମହିଳା ଓ ବିଦ୍ୟାର୍ଥୀ ଭାବିଚିନ୍ତି କାର୍ଯ୍ୟ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ବିଛା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମଦକ୍ଷତା ପରିଲକ୍ଷିତ ହେବ। ପ୍ରତିଯୋଗିତାରେ ବିଜୟୀ ହେବେ। ସାମାଜିକ ପ୍ରତିଷ୍ଠା ବୃଦ୍ଧିହେବ। ବୁଧବାର ଓ ଗୁରୁବାର ପୈତୃକ ସମ୍ପତ୍ତିକୁ ନେଇ ସମସ୍ୟା ଦେଖାଦେବ। ଜମିବାଡ଼ି ଗଣ୍ଡଗୋଳ ହୋଇପାରେ। ଶୁକ୍ରବାର ଓ ଶନିବାର ନୂତନ ଜମି କ୍ରୟ କରିପାରନ୍ତି। ଶତ୍ରୁ ଉପରେ ବିଜୟ ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ ମିଶ୍ରିତଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ନୃସିଂହ ମନ୍ତ୍ର ଜପ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଭାବିଚିନ୍ତି କାର୍ଯ୍ୟ କରନ୍ତୁ। ପରମ୍ପରାବାଦୀ ହେବେ। ବୁଧବାର ଓ ଗୁରୁବାର କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବିଦେଶ ଯାତ୍ରା କରିପାରନ୍ତି। ଶୁକ୍ରବାର ଓ ଶନିବାର କାର୍ଯ୍ୟଦକ୍ଷତା ବୃଦ୍ଧିହେବ। ପରୋପକାରୀ ହେବେ। ମହିଳା ଓ ବିଦ୍ୟାର୍ଥୀ ବିଜୟୀ ହେବେ। ରିଷ୍ଟଖଣ୍ଡନ ପାଇଁ ତାରାଙ୍କ ମନ୍ତ୍ର ପାଠ କରନ୍ତୁ ଓ ଗରିବଙ୍କୁ ବସ୍ତ୍ର ଦାନ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଆପଣଙ୍କ ସପକ୍ଷରେ ଯିବ। ଦାମ୍ପତ୍ୟ ସୁଖମୟ ହେବ। ନୂତନ ନିଯୁକ୍ତି ପାଇପାରନ୍ତି। ବୁଧବାର ଓ ଗୁରୁବାର ବିବାହ ପ୍ରସ୍ତାବ ଆସିପାରେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ। ଶୁକ୍ରବାର ଓ ଶନିବାର ଶ୍ରୀଯୁକ୍ତ ହେବେ। ବ୍ୟବସାୟରେ ଲାଭବାନ ହେବେ। ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ କାଳୀଙ୍କ ମନ୍ତ୍ର ପାଠ କରନ୍ତୁ।
କୁମ୍ଭ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଜଗିରଖି ଚଳିବେ। ଆର୍ଥିକ ଅନଟନ ଦେଖାଦେବ। ପଡ଼େlଶୀଙ୍କ ସହ କଳହ ଦେଖାଦେବ। ବୁଧବାର ଓ ଗୁରୁବାର ବନ୍ଧୁ ସାହାଯ୍ୟ ପ୍ରାପ୍ତ ହେବ। ଧାର୍ମିକ ଚିନ୍ତାଧାରା ବୃଦ୍ଧି ହେବ। ଶୁକ୍ରବାର ଓ ଶନିବାର କର୍ମକ୍ଷେତ୍ରରେ ବାଧା ଦେଖାଦେବ। ବ୍ୟୟ ଅଧିକ ହେବ। ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ଦୁର୍ଗାଙ୍କ ସହସ୍ରନାମ ପାଠ କରନ୍ତୁ।
ମୀନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଦୂରଯାତ୍ରା କରିପାରନ୍ତି। ବୁଧବାର ଓ ଗୁରୁବାର ସାବଧାନତା ଲୋଡ଼ା। ଋଣଗ୍ରସ୍ତ ହୋଇପାରନ୍ତି। ପିଲାଙ୍କ କ୍ୟାରିୟରକୁ ନେଇ ଚିନ୍ତା ପ୍ରକଟିତ ହେବ। ଶୁକ୍ରବାର ଓ ଶନିବାର ବୁଦ୍ଧି ଓ ଜ୍ଞାନ ବଳରେ ବିପଦକୁ ଏଡ଼ାଇ ଦେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପ୍ରାପ୍ତି ହେବ। ରିଷ୍ଟଖଣ୍ଡନ ପାଇଁ ମା’ ତାରାଙ୍କ କବଚ ପାଠ କରନ୍ତୁ।
Comments are closed.