କେମିତି କଟିବ ଏ ସପ୍ତାହ, କଣ ରହିଛି ଆପଣଙ୍କ ଭାଗ୍ୟଫଳ

ମେଷ: ରବିବାର, ସୋମବାର ବନ୍ଧୁ ସହଯୋଗ ପ୍ରାପ୍ତି ହେବ। ବ୍ୟବସାୟରେ ଲାଭବାନ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସାବଧାନତା ଲୋଡ଼ା। ପାରିବାରିକ ଅଶାନ୍ତି ଦେଖାଦେବ। ଶୁକ୍ରବାର ଓ ଶନିବାର ମଧ୍ୟମଫଳ ପ୍ରାପ୍ତି ହେବ। ଆୟ ଓ ବ୍ୟୟ ମଧ୍ୟମ ରହିବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ଏକଦନ୍ତାୟ ବିଦ୍ମହେ ବକ୍ର ତୁଣ୍ଡାୟ ଧୀମହି ତନ୍ନୋଦନ୍ତୀ ପ୍ରଚୋଦୟାତ୍‌ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାର ଓ ସୋମବାର ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ମାନସିକ ଅବସାଦ ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ଫଳ ପ୍ରଦାନ କରିବ। ପରିଭ୍ରମଣ ଯୋଗ ସୃଷ୍ଟି ହେବ। ଦୂରଯାତ୍ରା କରିପାରନ୍ତି। ଶୁକ୍ରବାର ଓ ଶନିବାର ଶତ୍ରୁ ଦ୍ବାରା ପରାସ୍ତ ହେବେ। ବିବାଦରେ ପଡ଼ିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶିବଙ୍କ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ପ୍ରତିକୂଳ ଦେଇ ଗତିକରିବେ। କାର୍ଯ୍ୟରେ ଦ୍ବନ୍ଦ୍ବ ଦେଖାଦେବ। ଶତ୍ରୁ ବୃଦ୍ଧି ହେବେ। ଶୁକ୍ରବାର ଓ ଶନିବାର କାର୍ଯ୍ୟସିଦ୍ଧି ହେବ। ସୁସମ୍ବାଦ ପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଲଳିତା ସହସ୍ରନାମ ପାଠ କରନ୍ତୁ।
କର୍କଟ: ରବିବାର ଓ ସୋମବାର ବ୍ୟସ୍ତତା ମଧ୍ୟରେ ସମୟ କଟିବ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଦେଖାଦେବ। ସ୍ବାବଲମ୍ବୀ ହେବେ। ଶୁକ୍ରବାର ଓ ଶନିବାର ଶାରୀରିକ ଅସୁସ୍ଥତା ଦେଖାଦେବ। ଦ୍ରବ୍ୟ ଚୋରି ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଶିବ ସହସ୍ରନାମ ପାଠ କରନ୍ତୁ।
ସିଂହ: ରବିବାର ଓ ସୋମବାର ବ୍ୟବସାୟରେ ସଫଳତା ଲାଭ କରିବେ। ବନ୍ଧୁବାନ୍ଧବଙ୍କ ଗହଣରେ ସମୟ କଟିବ। ସନ୍ତାନ ପ୍ରାପ୍ତି ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କାର୍ଯ୍ୟରେ ବିଫଳତା ପ୍ରାପ୍ତି ହେବ। ଅସ୍ଥିର ଚିତ୍ତ ହେବେ। ଶୁକ୍ରବାର ଓ ଶନିବାର ସମୟ ଆପଣଙ୍କ ସପକ୍ଷରେ ଯିବ। ଶ୍ରୀ ଯୁକ୍ତ ହେବେ। ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ସମସ୍ୟା ସମାଧାନ ପାଇଁ ପ୍ରୟାସ କରିବେ। ଧନ ପ୍ରାପ୍ତି ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମରେ ଆନନ୍ଦ ପ୍ରାପ୍ତି ହେବ। କ୍ୟାରିୟର ପ୍ରତି ଯତ୍ନଶୀଳ ହେବେ। ଶୁକ୍ରବାର ଓ ଶନିବାର ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଜମିବାଡ଼ି ଗଣ୍ଡଗୋଳ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଆନନ୍ଦଚିତ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।
ତୁଳା: ରବିବାର ଶ୍ରୀ ଯୁକ୍ତ ହେବେ। ନୂତନ କାର୍ଯ୍ୟରେ ଯୋଗଦେବେ। ସୋମବାର ଓ ମଙ୍ଗଳବାର ଭାବିଚିନ୍ତି କାର୍ଯ୍ୟ କରିବେ ନଚେତ୍‌ ଅସୁବିଧାର ସମ୍ମୁଖୀନ ହେବେ। ପାରିବାରିକ ଅଶାନ୍ତି ଦେଖାଦେବ। ବୁଧବାର ଓ ଗୁରୁବାର ସନ୍ତାନମାନଙ୍କ କ୍ୟାରିୟରକୁ ନେଇ ଯତ୍ନବାନ ହେବେ। ଶୁକ୍ରବାର ଓ ଶନିବାର ଆଘାତପ୍ରାପ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶିବ ସ୍ତୋତ୍ର ପାଠ କରନ୍ତୁ।
ବିଛା: ରବିବାର ପରିଶ୍ରମଜନିତ କ୍ଳାନ୍ତି ଅନୁଭୂତ ହେବ। ସୋମବାର ଓ ମଙ୍ଗଳବାର ସଫଳତା ଲାଭ କରିବେ। ସୁସମ୍ବାଦ ମିଳିପାରେ। ବୁଧବାର ଓ ଗୁରୁବାର ଆର୍ଥିକ ସମସ୍ୟା ଦେଖାଦେବ। କାର୍ଯ୍ୟକ୍ଷେତ୍ରରେ ଦ୍ବନ୍ଦ୍ବ ଦେଖାଦେବ। ଶୁକ୍ରବାର ଓ ଶନିବାର ବନ୍ଧୁଙ୍କ ଆଗମନ ହେବ। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ହଂ ପବନନନ୍ଦନାୟ ସ୍ବାହା ମନ୍ତ୍ର ଜପ କରନ୍ତୁ।
ଧନୁ: ରବିବାର ବନ୍ଧୁ ଦର୍ଶନରେ ଆନନ୍ଦ ପ୍ରାପ୍ତ ହେବ। ସୋମବାର ଓ ମଙ୍ଗଳବାର ଆର୍ଥିକ ଅନିୟମିତତା ଦେଖାଦେବ। ପାରିବାରିକ କଳହ ଦେଖାଦେବ। ବୁଧବାର ଓ ଗୁରୁବାର କାର୍ଯ୍ୟରେ ସଫଳତା ଲାଭ କରିବେ। କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ସାମାଜିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ଯଶଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ଓ ବ୍ୟବସାୟରେ ସଫଳତା ଲାଭ କରିବେ। ଉଦ୍ୟମେ କାର୍ଯ୍ୟ ସିଦ୍ଧି ହେବ। ବୁଧବାର ଓ ଗୁରୁବାର ସ୍ବାସ୍ଥ୍ୟଜନିତ ସମସ୍ୟା ଦେଖାଦେଇପାରେ। ଶୁକ୍ରବାର ଓ ଶନିବାର କାର୍ଯ୍ୟରେ ପ୍ରତିଷ୍ଠାଯୁକ୍ତ ହେବେ। ଉଚ୍ଚପଦସ୍ଥ ଅଧିକାରୀଙ୍କ ସହଯୋଗ ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ କାଳୀ ସହସ୍ରନାମ ପାଠ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ସମୟ ଆନନ୍ଦରେ କଟାଇବେ। ଦୂରଦେଶକୁ ଯାତ୍ରା କରିପାରନ୍ତି। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଆର୍ଥିକ ସମସ୍ୟା ଦୂର ହେବ। ଭ୍ରମଣପ୍ରିୟ ହେବେ। ଅର୍ଥପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ଅଶାନ୍ତ ଚିତ୍ତ ହେବେ। ମାନସିକ ଅବସାଦ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀରାମ ସହସ୍ରନାମ ପାଠ କରନ୍ତୁ।
ମୀନ: ରବିବାର ଅସୁବିଧାରେ ପଡ଼ିପାରନ୍ତି। ପଡ଼ୋଶୀଙ୍କ ସହିତ କଳହ ଦେଖାଦେବ। ସୋମବାର ଓ ମଙ୍ଗଳବାର ବନ୍ଧୁଙ୍କ ଗହଣରେ ସମୟ ଅତିବାହିତ ହେବ। ଦୂରଯାତ୍ରା ସଫଳତା ପ୍ରଦାନ କରିବ। ବୁଧବାର ଓ ଗୁରୁବାର ନୂତନ ଦ୍ରବ୍ୟ କ୍ରୟ କରିବେ। ଶୁକ୍ରବାର ଓ ଶନିବାର ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ମା’ ତାରାଙ୍କ ମନ୍ତ୍ର ପାଠ କରନ୍ତୁ।

Comments are closed.