କେମିତି କଟିବ ଦିନ: ସାପ୍ତାହିକ ରାଶିଫଳ

ମେଷ-ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଭାଗ୍ୟବାଦୀ ହେବେ। ପ୍ରତୀକ୍ଷାର ଅନ୍ତ ଘଟିବ। ବୁଧବାର ଓ ଗୁରୁବାର ଲୋକ ସମ୍ପର୍କ ବୃଦ୍ଧି ପାଇବ। ସୁସମ୍ବାଦ ଲାଭ ହେବ। ଶୁକ୍ରବାର ଓ ଶନିବାର ସମସ୍ୟା ସମାଧାନରେ ବ୍ରତୀ ହେବେ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ହନୁମାନ ଚାଳିଶା ପାଠ କରନ୍ତୁ।
ବୃଷ-ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମସ୍ୟାରେ ପଡ଼ିପାରନ୍ତି। ଦୁର୍ବଳତା ଅନୁଭୂତ ହେବ। ସାବଧାନତା ଅବଲମ୍ବନ କରନ୍ତୁ। ବୁଧବାର ଓ ଗୁରୁବାର ଦୂରଯାତ୍ରା ପାଇଁ ସୁଯୋଗ ସୃଷ୍ଟି ହେବ। ଶୁକ୍ରବାର ଓ ଶନିବାର ଆର୍ଥିକ କ୍ଷେତ୍ରରେ ସ୍ବାବଲମ୍ବୀ ହେବେ। କର୍ମ ଅନୁସାରେ ଫଳପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକ ପାଠ କରନ୍ତୁ।
ମିଥୁନ- ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଆନନ୍ଦ ଉଲ୍ଲାସରେ ସମୟ କଟିବ। ବିବାହ ପ୍ରସ୍ତାବ ଆସିପାରେ। ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ। ବୁଧବାର ଓ ଗୁରୁବାର ମାନସିକ ଅବସାଦ ଦେଖାଦେବ। ଦ୍ରବ୍ୟ ଚୋରି ହୋଇପାରେ। ଶୁକ୍ରବାର ଓ ଶନିବାର ବନ୍ଧୁ ବାନ୍ଧବଙ୍କ ମେଳରେ ସମୟ କଟିବ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ମା’ ତ୍ରିପୁରା ସୁନ୍ଦରୀଙ୍କ କବଚ ପାଠ କରନ୍ତୁ।
କର୍କଟ-ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସଫଳତା ଲାଭ କରିବେ। ପରିବେଶ ଅନୁକୂଳ କାର୍ଯ୍ୟ କରିବେ। ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ବୁଧବାର ଓ ଗୁରୁବାର ପ୍ରେମରେ ସଫଳତା ପ୍ରାପ୍ତି ହେବ। ଶୁକ୍ରବାର ଓ ଶନିବାର ପଡ଼ୋଶୀଙ୍କ ସହିତ କଳହ ଦେଖାଦେବ। ଯାତ୍ରା ଜନିତ ଆଘାତ ଲାଗିପାରେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଶିବସ୍ତୋତ୍ର ପାଠ କରନ୍ତୁ।
ସିଂହ-ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସନ୍ତାନ ହେତୁକ ଚିନ୍ତା ଦୂରୀଭୂତ ହେବ। ଦୂରଯାତ୍ରା କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ। ବୁଧବାର ଓ ଗୁରୁବାର ନିଜର ବୁଦ୍ଧି ଓ ବିବେକ ବଳରେ ଶତ୍ରୁକୁ ପରାସ୍ତ କରିବେ। ଶୁକ୍ରବାର ଓ ଶନିବାର ନୂତନ ବ୍ୟବସାୟ ଆରମ୍ଭ କରିବେ। ବନ୍ଧୁଙ୍କ ସହଯୋଗ ପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ଆତ୍ମସନ୍ତୋଷ ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା-ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଏତେଟା ଶୁଭଫଳ ପ୍ରଦାନ କରିବ ନାହିଁ। ଜମିବାଡ଼ି ଗଣ୍ଡଗୋଳ ଦେଖାଦେଇପାରେ। ବୁଧବାର ଓ ଗୁରୁବାର ଧୈର୍ଯ୍ୟର ସହ କାର୍ଯ୍ୟ କରିବେ। ଶୁକ୍ରବାର ଓ ଶନିବାର ଶତ୍ରୁ ଉପରେ ବିଜୟ ଲାଭ କରିବେ। ଯାନବାହନର ସୌଖ୍ୟ ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ସମୟାନୁବର୍ତ୍ତୀ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ନାରାୟଣ କବଚ ପାଠ କରନ୍ତୁ।
ତୁଳା- ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ବନ୍ଧୁ ସହଯୋଗ ପ୍ରାପ୍ତ କରିବେ। ବିପଦକୁ ଏଡ଼ାଇଯିବେ। ବୁଧବାର ଓ ଗୁରୁବାର ବାକ୍‌ସଂଯମୀ ହୁଅନ୍ତୁ। ଶତ୍ରୁ ଦ୍ବାରା କାର୍ଯ୍ୟକ୍ଷେତ୍ରରେ ବିଘ୍ନ ସୃଷ୍ଟି ହୋଇପାରେ। ଅସୁସ୍ଥତା ଦେଖାଦେବ। ଶୁକ୍ରବାର ଓ ଶନିବାର ବ୍ୟବସାୟରେ ଲାଭବାନ ହେବେ। ସନ୍ତାନର କୃତିତ୍ବରେ ଆନନ୍ଦିତ ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଶିବ ଆରାଧନା କରନ୍ତୁ।
ବିଛା- ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମବନ୍ଧନର ଯୋଗ ସୃଷ୍ଟି ହେବ। ଚିଡ୍‌ଚିଡ଼ା ସ୍ବଭାବ ପରିଲକ୍ଷିତ ହେବ। ବୁଧବାର ଓ ଗୁରୁବାର ନିଜ ଯୋଜନାର ସଫଳ ରୂପାୟନ ପାଇଁ କାର୍ଯ୍ୟ କରିବେ। ଶୁକ୍ରବାର ଓ ଶନିବାର ଶାରୀରିକ ଅସୁସ୍ଥତା ଦେଖା ଦେଇପାରେ। ଋଣଯୁକ୍ତ ହୋଇପାରନ୍ତି। ଠକାମିର ଶିକାର ହେବେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଲକ୍ଷ୍ମୀ ନୃସିଂହ ମନ୍ତ୍ର ପାଠ କରନ୍ତୁ।
ଧନୁ-ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଆର୍ଥିକ ଉନ୍ନତି ପରିଲକ୍ଷିତ ହେବ। ଯାନବାହନ କିଣି ପାରନ୍ତି। ଆୟ ବୃଦ୍ଧି ହେବ। ବୁଧବାର ଓ ଗୁରୁବାର ସମ୍ବେଦନଶୀଳ ହେବେ। ପାରିବାରିକ ସମସ୍ୟା ଜାରି ରହିବ। ଶୁକ୍ରବାର ଓ ଶନିବାର ଉଦ୍ୟମରେ ସଫଳତା ଲାଭ ହେବ। ପ୍ରକୃତି ପ୍ରେମୀ ହେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ସଫଳତା ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଦୁର୍ଗା ସହସ୍ର ନାମ ପାଠ କରନ୍ତୁ।
ମକର- ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ। ପିଲାମାନଙ୍କୁ ନେଇ ସମସ୍ୟା ଦେଖା ଦେବ। ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ। ବୁଧବାର ଓ ଗୁରୁବାର କର୍ମକ୍ଷେତ୍ରରେ ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ଶୁକ୍ରବାର ଓ ଶନିବାର କାର୍ଯ୍ୟକ୍ଷେତ୍ରରେ ଅସହଯୋଗ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀନାରାୟଣଙ୍କ ମନ୍ତ୍ର ଜପ କରନ୍ତୁ।
କୁମ୍ଭ-ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଅଟକି ଥିବା କାର୍ଯ୍ୟକୁ ସାରିବାକୁ ପ୍ରୟାସ କରିବେ। ସୌଖୀନ ଦ୍ରବ୍ୟକ୍ରୟ କରିବେ। ବୁଧବାର ଓ ଗୁରୁବାର ଜଗିରଖି ଚଳନ୍ତୁ। ସାମାନ୍ୟ କଥାକୁ ନେଇ ବିବାଦ ଦେଖାଦେବ। ଶୁକ୍ରବାର ଓ ଶନିବାର ଶ୍ରୀଯୁକ୍ତ ହେବେ। ଜମିବାଡ଼ି ବ୍ୟବସାୟରେ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ରୁଦ୍ରାଷ୍ଟକ ପାଠ କରନ୍ତୁ।
ମୀନ- ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିବ। ଉପରିସ୍ଥ ଅଧିକାରୀଙ୍କଠାରୁ ପ୍ରଶଂସିତ ହେବେ। ବୁଧବାର ଓ ଗୁରୁବାର ବାଙ୍‌ମୟ ପ୍ରତିଭାର ବିକାଶ ଘଟିବ। ସହକର୍ମୀଙ୍କ ବ୍ୟବହାରରେ ଖୁସି ହେବେ। ଶୁକ୍ରବାର ଓ ଶନିବାର ଅଯଥା ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। କ୍ଳାନ୍ତି ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ରାଂ ସୀତାରାମାୟ ନମଃ ମନ୍ତ୍ର ଜପ କରନ୍ତୁ। nn

Comments are closed.