କେମିତି କଟିବ ଏ ସପ୍ତାହ, ଜାଣନ୍ତୁ ରାଶିଫଳ

ମେଷ: ରବିବାର ସଫଳତା ପ୍ରାପ୍ତି ହେବ। ଶତ୍ରୁ ପରାସ୍ତ ହେବେ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ସୋମବାର ଓ ମଙ୍ଗଳବାର ସାବଧାନତା ଲୋଡ଼ା। ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ। ପାରିବାରିକ ଅଶାନ୍ତି ଦେଖାଦେବ। ବୁଧବାର ଓ ଗୁରୁବାର ନୂତନ ଦ୍ରବ୍ୟ ଲାଭ ହେବ। ଶୁକ୍ରବାର ଓ ଶନିବାର ମାନସିକ ଅବସାଦ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀବଜରଙ୍ଗବାଣ ପାଠ କରନ୍ତୁ।
ବୃଷ: ରବିବାର ସାବଧାନତା ଅବଲମ୍ବନ କରନ୍ତୁ। ସୋମବାର ଓ ମଙ୍ଗଳବାର କାର୍ଯ୍ୟକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ। ନୂତନ ନିଯୁକ୍ତି ପାଇପାରନ୍ତି। ବୁଧବାର ଓ ଗୁରୁବାର ଭାବିଚିନ୍ତି କାର୍ଯ୍ୟ କରିବା ଉଚିତ୍‌। ଶୁକ୍ରବାର ଓ ଶନିବାର ବନ୍ଧୁ ଲାଭ କରିପାରିବେ। ପଦମର୍ଯ୍ୟାଦା ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ରପାଠ କରନ୍ତୁ ଓ ଗରିବଙ୍କୁ ଅନ୍ନଦାନ କରନ୍ତୁ।
ମିଥୁନ: ରବିବାର ଆର୍ଥିକ ସ୍ଥିତି ଉନ୍ନତ ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ସୋମବାର ଓ ମଙ୍ଗଳବାର ଯାତ୍ରାକାଳୀନ ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି। ବୁଧବାର ଓ ଗୁରୁବାର କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ପ୍ରାପ୍ତିହେବ। ନୂତନ ଦ୍ରବ୍ୟ ଲାଭ ହେବ। ଶୁକ୍ରବାର ଓ ଶନିବାର ଚିନ୍ତା ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ଲଂ ଲଳିତା ଭ୍ୟାଂ ନମଃ ମନ୍ତ୍ର ଜପ କରନ୍ତୁ।
କର୍କଟ: ରବିବାର ଓ ସୋମବାର ସମୟ ଆପଣଙ୍କ ସପକ୍ଷରେ ଯିବ। ଶତ୍ରୁ ପରାସ୍ତ ହେବେ। ମାଲିମକଦ୍ଦମାରେ ବିଜୟୀ ହେବେ। ମଙ୍ଗଳବାର ଓ ବୁଧବାର ଅଯଥା ସମସ୍ୟାରେ ଛନ୍ଦି ହୋଇପଡ଼ିବେ। ଗୁରୁବାର ଓ ଶୁକ୍ରବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ବିବାହ ପ୍ରସ୍ତାବ ଆସିପାରେ। ଶନିବାର ଆର୍ଥିକ କ୍ଷେତ୍ରରେ ଲାଭବାନ୍‌ ହେବେ। ମହିଳା ଓ ବିଦ୍ୟାର୍ଥୀ ଭ୍ରମଣପ୍ରିୟ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାର ଓ ସୋମବାର ମଧ୍ୟମ ଫଳ ଲାଭ କରିବେ। ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ଫଳ ପ୍ରଦାନ କରିବ। ସ୍ତ୍ରୀ ହେତୁକ ଭୂମି ଲାଭ ହେବ। ଯଶ, ମାନ ଓ ଗୌରବ ବୃଦ୍ଧି ହେବ। ଶୁକ୍ରବାର ଓ ଶନିବାର ଅସୁବିଧାରେ ପଡ଼ିପାରନ୍ତି। ଶତ୍ରୁ ଦ୍ବାରା ପରାସ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ମା’ ମାତଙ୍ଗୀଙ୍କ କବଚ ପାଠ କରନ୍ତୁ।
କନ୍ୟା: ରବିବାର ଯାତ୍ରାକାଳୀନ ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି। ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ କର୍ମ ଅନୁସାରେ ଫଳପ୍ରାପ୍ତ କରିବେ। ନୂତନ କାର୍ଯ୍ୟରେ ଯୋଗଦାନ କରିପାରନ୍ତି। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ। ପଦୋନ୍ନତି ମିଳିପାରେ। ପ୍ରୀତି ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ମା’ ତ୍ରିପୁରା ସୁନ୍ଦରୀଙ୍କ କବଚ ପାଠ କରନ୍ତୁ।
ତୁଳା: ରବିବାର ପ୍ରୀତି ଲାଭ ହେବ। ସ୍ତ୍ରୀଙ୍କ ସହଯୋଗ ଲାଭ ହେବ। ସୋମବାର ଓ ମଙ୍ଗଳବାର ଅସୁବିଧାର ସମ୍ମୁଖୀନ ହେବେ। ଦୂରଯାତ୍ରା ସ୍ଥଗିତ ରଖିବା ଆବଶ୍ୟକ। ବୁଧବାର ଓ ଗୁରୁବାର ସାମାଜିକ କାର୍ଯ୍ୟରେ ପ୍ରତିଷ୍ଠାଯୁକ୍ତ ହେବେ। ଶୁକ୍ରବାର ଓ ଶନିବାର ନୂତନ ନିଯୁକ୍ତି ମିଳିପାରେ। ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ଲାଭ ହେବ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଶିବସ୍ତୋତ୍ର ପାଠ କରନ୍ତୁ।
ବିଛା: ରବିବାର ସମସ୍ୟାଯୁକ୍ତ ହେବେ। ସୋମବାର ଓ ମଙ୍ଗଳବାର ଜଗିରଖି ଚଳନ୍ତୁ। ଆଘାତ ପ୍ରାପ୍ତ ହୋଇପାରନ୍ତି। ବୁଧବାର ଓ ଗୁରୁବାର ସନ୍ତାନ ସୁଖ ଲାଭ କରିପାରନ୍ତି। ପୈତୃକ ସମ୍ପତ୍ତିରୁ ଲାଭବାନ୍‌ ହେବେ। ଶୁକ୍ରବାର ଓ ଶନିବାର ନୂତନ ଭୂମି କ୍ରୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ମହିଳା ଓ ବିଦ୍ୟାର୍ଥୀ ପରିଶ୍ରମୀ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଆପଣଙ୍କ ସପକ୍ଷରେ ଯିବ। ଆୟ ବୃଦ୍ଧି ହେବ। ଶତ୍ରୁ ଉପରେ ବିଜୟ ଲାଭ କରିବେ। ବୁଧବାର ଓ ଗୁରୁବାର ପ୍ରୀତିଲାଭ କରିବେ। କାର୍ଯ୍ୟରେ ସଫଳତା ଲାଭ ହେବ। ଶୁକ୍ରବାର ଓ ଶନିବାର ସମୟ ପ୍ରତିକୂଳ ରହିବ। ଶତ୍ରୁ ଦ୍ବାରା ପରାଭୂତ ହେବେ। ଦ୍ରବ୍ୟ ଚୋରି ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ କର୍ମଠ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ତାରେ ତୁ ତାରେ ତୁରେ ସ୍ବାହା ମନ୍ତ୍ର ଜପ କରନ୍ତୁ।
ମକର: ରବିବାର ଆର୍ଥିକ ଅନଟନ ଦେଖାଦେବ। ସୋମବାର ଓ ମଙ୍ଗଳବାର ଭାବିଚିନ୍ତି କାର୍ଯ୍ୟ କରିବେ। ସନ୍ତାନମାନଙ୍କୁ ନେଇ ଚିନ୍ତାରେ ପଡ଼ିପାରନ୍ତି। ବୁଧବାର ଓ ଗୁରୁବାର ସୁସମ୍ବାଦ ପ୍ରାପ୍ତି ହେବ। ପ୍ରତିଯୋଗିତାରେ ବିଜୟୀ ହେବେ। ଶୁକ୍ରବାର ଓ ଶନିବାର ପ୍ରତିଷ୍ଠା ଲାଭ କରିବେ। ଧାର୍ମିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପ୍ରାପ୍ତି କରିବେ। ରିଷ୍ଟ ଖଣ୍ଡନ ପାଇଁ ମା’ କାଳୀଙ୍କର ସହସ୍ରନାମ ପାଠ କରନ୍ତୁ।
କୁମ୍ଭ: ରବିବାର ଦୂରଯାତ୍ରା କରିପାରନ୍ତି। ବନ୍ଧୁମାନଙ୍କ ସଙ୍ଗରେ ମିଳନ ହେବ। ସୋମବାର ଓ ମଙ୍ଗଳବାର ସମସ୍ୟାଯୁକ୍ତ ହେବେ। ଅଯଥାରେ ଅପମାନିତ ହୋଇପାରନ୍ତି। ବୁଧବାର ଓ ଗୁରୁବାର ଆନନ୍ଦ ଚିତ୍ତ ହେବେ। ପିଲାଙ୍କୁ ନେଇ ଗର୍ବ ଅନୁଭବ କରିବେ। ଶୁକ୍ରବାର ଓ ଶନିବାର ନୂତନ ନିଯୁକ୍ତି ମିଳିପାରେ। ଆର୍ଥିକ ସମସ୍ୟା ଦୂରୀଭୂତ ହେବ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ମୀନ: ରବିବାର ଘରକୁ ବନ୍ଧୁବାନ୍ଧବଙ୍କ ଆଗମନ ଘଟିବ। ସୋମବାର ଓ ମଙ୍ଗଳବାର ସମସ୍ୟାଯୁକ୍ତ ହେବେ। ବୁଧବାର ଓ ଗୁରୁବାର ଜଗିରଖି ଚଳିବେ। ଆଘାତପ୍ରାପ୍ତ ହେବେ। ଅଯଥା ବିବାଦରେ ଛନ୍ଦିହୋଇ ପଡ଼ିବେ। ଶୁକ୍ରବାର ଓ ଶନିବାର ଭାବିଚିନ୍ତି କାର୍ଯ୍ୟ କରିବା ଉଚିତ। ବ୍ୟବସାୟରେ ମଧ୍ୟମ ଫଳ ପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ମନନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।

Comments are closed.