କେମିତି କଟିବ ଏ ସପ୍ତାହ

ମେଷ: ରବିବାର ଓ ସୋମବାର ଯାନବାହନ ଜନିତ ସମସ୍ୟା ଦେଖାଦେବ। ଯାତ୍ରା ସ୍ଥଗିତ ରଖିବା ଉଚିତ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଧାର୍ମିକ ଚିନ୍ତାଧାରାଯୁକ୍ତ ହେବେ। ପଦମର୍ଯ୍ୟାଦା ବୃଦ୍ଧି ହେବ। ଯଶ ଲାଭ କରିବେ। ଶୁକ୍ରବାର ଓ ଶନିବାର କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେବ। ମାନସିକ ଅବସାଦ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀହନୁମାନ ଚାଳିଶା ପାଠ କରନ୍ତୁ।
ବୃଷ: ରବିବାର ଓ ସୋମବାର ଖ୍ୟାତି ଅର୍ଜନ କରିବେ। ସାମାଜିକ କାର୍ଯ୍ୟରେ ଯୋଗଦେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ଆୟ ବୃଦ୍ଧି ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ଶୁକ୍ରବାର ଓ ଶନିବାର ବ୍ୟୟ ଅଧିକ ରହିବ। ମହିଳା ଓ ବିଦ୍ୟାର୍ଥୀ ବିଜୟୀ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ତତ୍‌ ପୁରୁଷାୟ ବିଦ୍ମହେ ମହାଦେବାୟ ଧିମହି ତନ୍ନୋରୁଦ୍ର ପ୍ରଚୋଦୟାତ୍‌ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ପରିଶ୍ରମ ଅନୁସାରେ ଫଳପ୍ରାପ୍ତି ହେବ। ମଙ୍ଗଳବାର ଓ ବୁଧବାର ନୂତନ କାର୍ଯ୍ୟ ପାଇଁ ପ୍ରୟାସ କରିବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଧାର୍ମିକ କାର୍ଯ୍ୟରେ ଯୋଗଦାନ କରି ଆନନ୍ଦିତ ହେବେ। ପ୍ରତିଯୋଗିତାରେ ବିଜୟ ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଗଣେଶଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ।
କର୍କଟ: ରବିବାର ଓ ସୋମବାର ଅସ୍ଥିରମନା ହେବେ। କର୍ମକ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ମାନସିକ ଅବସାଦ ଦେଖାଦେବ। ଜମିବାଡ଼ି ଗଣ୍ଡଗୋଳ ହୋଇପାରେ। ଶତ୍ରୁ ଦ୍ବାରା ପରାସ୍ତ ହୋଇପାରନ୍ତି। ଶୁକ୍ରବାର ଓ ଶନିବାର ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ମହିଳା ଓ ବିଦ୍ୟାର୍ଥୀମାନେ ରକ୍ଷଣଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ମା’ ଭୁବନେଶ୍ବରୀଙ୍କ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାର ଓ ସୋମବାର ଆର୍ଥିକ ପ୍ରଗତି ପରିଲକ୍ଷିତ ହେବ। ଉପରିସ୍ତ ଅଧିକାରୀଙ୍କ ଦ୍ବାରା ପ୍ରଶଂସିତ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ। ଭାତ୍ରୁ ବିବାଦ ଦେଖାଦେବ। ସମ୍ମାନ ହାନି ହୋଇପାରେ। ଶୁକ୍ରବାର ଓ ଶନିବାର ପିଲାଙ୍କୁ ନେଇ ଚିନ୍ତାରେ ପଡ଼ିବେ। ଯାତ୍ରା ଜନିତ କ୍ଲାନ୍ତି ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ବିବାଦମାନ ପରିସ୍ଥିତି ଦେଇ ଗତି କରିବେ। ମାଲିମକଦ୍ଦମାରେ ପରାସ୍ତ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଗୁରୁଜନମାନଙ୍କ ପରାମର୍ଶ ଅନୁସାରେ କାର୍ଯ୍ୟ କରିବେ ଓ ସଫଳତା ଲାଭ କରିବେ। ଶୁକ୍ରବାର ଓ ଶନିବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ହାତେ ମାପି ଚାଖଣ୍ଡେ ଚାଲିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀରୁଦ୍ରାଷ୍ଟକ ପାଠ କରନ୍ତୁ।
ତୁଳା: ରବିବାର ଓ ସୋମବାର ଅଟକିଥିବା କାର୍ଯ୍ୟ ସମାପନ ହେବ। ଦୂରଦେଶକୁ ଯାତ୍ରା କରିପାରନ୍ତି। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ। ମାନସିକ ଅବସାଦ ହେତୁ କ୍ଲାନ୍ତି ଦେଖାଦେବ। ଆର୍ଥିକ ଅନଟନ ହୋଇପାରେ। ଶୁକ୍ରବାର ଓ ଶନିବାର ବନ୍ଧୁ ସହଯୋଗ ଲାଭ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ମା’କମଳାତ୍ମିକା କବଚ ପାଠ କରନ୍ତୁ ଓ ଗରିବଙ୍କୁ ଅନ୍ନଦାନ କରନ୍ତୁ।
ବିଛା: ରବିବାର ଓ ସୋମବାର ସାବଧାନତା ଲୋଡ଼ା। ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଆପଣଙ୍କ ସପକ୍ଷରେ ଯିବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଘରକରଣା ଦ୍ରବ୍ୟ କିଣିବେ। ଶୁକ୍ରବାର ଓ ଶନିବାର ଜଗିରଖି ଚଳନ୍ତୁ। ଅବସାଦରେ ପଡ଼ିବେ। ଶତ୍ରୁଠାରୁ ଦୂରେଇ ରହିବା ଭଲ। ମହିଳା ଓ ବିଦ୍ୟାର୍ଥୀ ମିଶ୍ରିତ ଫଳ ପାଇବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀବଜରଙ୍ଗବାଣ ପାଠ କରନ୍ତୁ।
ଧନୁ: ରବିବାର ଓ ସୋମବାର ଆଶା ସଫଳତାର ରୂପ ନେବ। ପିତୃ ସମ୍ପତ୍ତିରୁ ଲାଭବାନ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପରମ୍ପରାବାଦୀ ହେବେ। କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ। ବିଦେଶ ଯାତ୍ରା କରିପାରନ୍ତି। ଶୁକ୍ରବାର ଓ ଶନିବାର କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ମା’ କାଳୀଙ୍କ ମନ୍ତ୍ର ପାଠ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମପ୍ରବଣତା ଆପଣଙ୍କ ଭୂଷଣ ହେବ। ସ୍ତ୍ରୀ ହେତୁକ ଧନପ୍ରାପ୍ତି ହୋଇପାରେ। ପାରିବାରିକ ଆନନ୍ଦ ପ୍ରାପ୍ତି ହେବ। ବୁଧବାର ଓ ଗୁରୁବାର ବୈବାହିକ ସମସ୍ୟା ଦୂର ହେବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ। ଶୁକ୍ରବାର ଓ ଶନିବାର ପରୋପକାରୀ ହେବେ। ଦୂରଯାତ୍ରା ପାଇଁ ଯୋଗ ସୃଷ୍ଟି ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠାଯୁକ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ବନ୍ଧୁ ସହଯୋଗ ମିଳିବ। ବ୍ୟବସାୟରେ ଲାଭବାନ ହେବେ। ମଙ୍ଗଳବାର ଓ ବୁଧବାର ପିଲାମାନଙ୍କୁ ନେଇ ଗର୍ବ ଅନୁଭବ କରିବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଚାକିରିରେ ପଦୋନ୍ନତି ମିଳିବ। ଆୟ ବୃଦ୍ଧି ହେବ। ପାରିବାରିକ ଶାନ୍ତିଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ମା’ଦୁର୍ଗାଙ୍କ ସହସ୍ରନାମ ପାଠ କରନ୍ତୁ।
ମୀନ: ରବିବାର ଓ ସୋମବାର ସାବଧାନତା ଲୋଡ଼ା। ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି। ଦ୍ରବ୍ୟ ଚୋରି ହୋଇପାରେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ମଧ୍ୟମ ଧରଣର ଫଳ ପ୍ରଦାନ କରିବ। ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ଧନପ୍ରାପ୍ତି ହେବ। ଶୁକ୍ରବାର ଓ ଶନିବାର ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀସ୍କନ୍ଦ କବଚ ପାଠ କରନ୍ତୁ।

Comments are closed.