Patra electronics

ସାପ୍ତାହିକ ରାଶିଫଳ (ସେପ୍ଟେମ୍ବର ୦୧-୦୭)

ମେଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସାବଧାନତା ଲୋଡ଼ା। ଶାରୀରିକ ଅସୁସ୍ଥତା ଦେଖାଦେବ। ମାନହାନି ହୋଇପାରେ। ଶତ୍ରୁଦ୍ବାରା ପରାଭୂତ ହୋଇପାରନ୍ତି। ବୁଧବାର ଓ ଗୁରୁବାର ପରିସ୍ଥିତି ଅନୁସାରେ କାର୍ଯ୍ୟ କରି ସଫଳତା ଲାଭ କରିବେ। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିବେ। ଶୁକ୍ରବାର ଓ ଶନିବାର ଆର୍ଥିକ ଉନ୍ନତି ପରିଲକ୍ଷିତ ହେବ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଲକ୍ଷ୍ମୀ ନୃସିଂହ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ। ପାରିବାରିକ ଶାନ୍ତି ପ୍ରାପ୍ତ ହେବ। ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର ଯାତ୍ରାକାଳୀନ ସାବଧାନତା ଲୋଡ଼ା। ଦୁର୍ଘଟଣାଗ୍ରସ୍ତ ହୋଇପାରନ୍ତି। ଶୁକ୍ରବାର ଓ ଶନିବାର ଭାଗ୍ୟବାଦୀ ହେବେ। ଧାର୍ମିକ ଚେତନାରେ ଉଦ୍‌ବୁଦ୍ଧ ହେବେ। ପ୍ରତିଷ୍ଠିତ ହେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ରୁଦ୍ରାଷ୍ଟକ ପାଠ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ବ୍ୟକ୍ତିତ୍ବ ବିକାଶ ଘଟିବ। ଅଟକିଥିବା କାର୍ଯ୍ୟକୁ ଶେଷ କରିବା ପାଇଁ ଚେଷ୍ଟା କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରେମରେ ସଫଳତା ଲାଭ ହେବ। ଅବିବାହିତ କନ୍ୟା ଓ ପୁରୁଷଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଶୁକ୍ରବାର ଓ ଶନିବାର ପ୍ରତି କ୍ଷେତ୍ରରେ ଜଗିରଖି ଚଳିବେ। ଶତ୍ରୁଠାରୁ ଦୂରେଇ ରହିବା ଭଲ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଗଣେଶ ସହସ୍ରନାମ ପାଠ କରନ୍ତୁ।
କର୍କଟ: ରବିବାର ଓ ସୋମବାର ଯେପରି କର୍ମ କରିବେ ସେ ଭଳି ଫଳ ପାଇବେ। ମଙ୍ଗଳବାର ଓ ବୁଧବାର ଶତ୍ରୁ ଉପରେ ବିଜୟଲାଭ କରିବେ। ଜମିବାଡ଼ି ଗଣ୍ଡଗୋଳ ସମାଧାନ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଆର୍ଥିକ ପ୍ରଗତି ସଂଘଟିତ ହେବ। ନୂତନ ଯାନବାହନ କ୍ରୟ କରିବେ। ମହିଳା ଓ ବିଦ୍ୟାର୍ଥୀ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ ଓ ମା’ଙ୍କୁ ପଦ୍ମଫୁଲ ଅର୍ପଣ କରନ୍ତୁ।
ସିଂହ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ପ୍ରତିକୂଳ ରହିବ। ମାନସିକ ଅବସାଦ ଦେଖାଦେବ। ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ। ବୁଧବାର ଓ ଗୁରୁବାର ଦୂରଦେଶକୁ ଯାତ୍ରା କରିପାରନ୍ତି। ବନ୍ଧୁ ସହଯୋଗ ଲାଭ ହେବ। ଶୁକ୍ରବାର ଓ ଶନିବାର ମଧ୍ୟମ ଫଳ ଲାଭ ହେବ। ଆୟ ଓ ବ୍ୟୟ ସମାନ ରହିବ। ମହିଳା ଓ ବିଦ୍ୟାର୍ଥୀମାନେ ଯତ୍ନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଭଟ୍ଟାରିକାଷ୍ଟକ ପାଠ କରନ୍ତୁ।
କନ୍ୟା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ପ୍ରଗତିଶୀଳ ହେବେ। ଆର୍ଥିକ ଅନଟନ ଦୂରୀଭୂତ ହେବ। ବୁଧବାର ଓ ଗୁରୁବାର ପିଲାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା ପ୍ରକଟିତ ହେବ। ଶୁକ୍ରବାର ଓ ଶନିବାର ସାମାଜିକ କାର୍ଯ୍ୟରେ ଯୋଗଦାନ କରିବେ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ଲଂ ଲଳିତାଭ୍ୟାଂ ନମଃ ମନ୍ତ୍ର ଜପ କରନ୍ତୁ।
ତୁଳା: ରବିବାର ଓ ସୋମବାର ଦେବ ଦର୍ଶନରେ ଆନନ୍ଦ ଲାଭ କରିବେ। ସ୍ତ୍ରୀ ହେତୁକ ଧନଲାଭ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ସାମାଜିକ କାର୍ଯ୍ୟକରି ପ୍ରତିଷ୍ଠା ପାଇବେ। ଶୁକ୍ରବାର ଓ ଶନିବାର କର୍ମପ୍ରବଣତା ଆପଣଙ୍କ ଭୂଷଣ ହେବ। ମହିଳା ଓ ବିଦ୍ୟାର୍ଥୀ ଲାଭବାନ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।
ବିଛା: ରବିବାର ଓ ସୋମବାର ସାବଧାନତା ଲୋଡ଼ା। ଭାବିଚିନ୍ତି କାର୍ଯ୍ୟ କରନ୍ତୁ। ଆଘାତ ଲାଗିପାରେ। ମଙ୍ଗଳବାର ଓ ବୁଧବାର ପରୋପକାରୀ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ନୂତନ ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗଦେବେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟ ଖଣ୍ଡନ ପାଇଁ ଘିଅ ଦୀପ ଜଳାଇ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ଧନୁ: ରବିବାର ଓ ସୋମବାର ପାରିବାରିକ ଶାନ୍ତି ଲାଭ ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଜଗିରଖି ଚଳନ୍ତୁ। ଶତ୍ରୁଙ୍କ ଦ୍ବାରା ପରାଭୂତ ହେବେ। ପଡ଼ୋଶୀଙ୍କ ସହ କଳହ ଲାଗିପାରେ। ଶୁକ୍ରବାର ଓ ଶନିବାର ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପ୍ରତିଯୋଗିତାରେ ବିଜୟୀ ହେବେ। ବୁଧବାର ଓ ଗୁରୁବାର ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ସୁସମ୍ବାଦ ପ୍ରାପ୍ତ ହେବ। ଦୂରଦେଶକୁ ପରିଭ୍ରମଣର ଯୋଗ ରହିଛି। ଶୁକ୍ରବାର ଓ ଶନିବାର ଅଯଥା ବିବାଦରେ ପଡ଼ିବେ। ଶତ୍ରୁଠାରୁ ଦୂରେଇ ରହିବା ଭଲ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଶିବସ୍ତୋତ୍ର ପାଠ କରନ୍ତୁ।
କୁମ୍ଭ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ସୁସମ୍ବାଦ ପ୍ରାପ୍ତ ହେବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ବୁଧବାର ଓ ଗୁରୁବାର ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ଶୁକ୍ରବାର ଓ ଶନିବାର ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଜୀବନ ସୁଖମୟ ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପ୍ରାପ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।
ମୀନ: ରବିବାର ଓ ସୋମବାର ବିଫଳତା ଲାଭ ହେବ। ଶାରୀରିକ ଅସୁସ୍ଥତା ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କାର୍ଯ୍ୟ କ୍ଷେତ୍ରରେ ମଧ୍ୟମ ଫଳପ୍ରାପ୍ତ ହେବ। ଋଣରୁ ମୁକ୍ତି ପାଇବେ। ଶୁକ୍ରବାର ଓ ଶନିବାର ଶତ୍ରୁ ଉପରେ ବିଜୟ ଲାଭ କରିବେ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ଭାଗ୍ୟବାଦୀ ହେବେ। ମହିଳା ଓ ବିଦ୍ୟାର୍ଥୀ ମନନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଦୁର୍ଗାଷ୍ଟକ ପାଠ କରନ୍ତୁ।

Comments are closed.