କେମିତି କଟିବ ଏହି ସପ୍ତାହ:ସାପ୍ତାହିକ ରାଶିଫଳ

ମେଷ: ରବିବାର ମାନସିକ ଅବସାଦ ଦେଖାଦେବ। ସୋମବାର ଓ ମଙ୍ଗଳବାର ଯାତ୍ରାକାଳୀନ ସାବଧାନତା ଲୋଡ଼ା। ଦୂରଯାତ୍ରା ସ୍ଥଗିତ ରଖିବା ଭଲ। ବୁଧବାର ଓ ଗୁରୁବାର ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ନୂତନ ବନ୍ଧୁ ଲାଭ ହେବ। ଆୟ ବୃଦ୍ଧି ହେବ। ଶୁକ୍ରବାର ଓ ଶନିବାର ବ୍ୟବସାୟରେ ଲାଭବାନ ହେବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ନୃସିଂହ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସଫଳତା ପାଇବେ। ଚାକିରି କ୍ଷେତ୍ରରେ ପଦୋନ୍ନତି ଲାଭହେବ। ବୁଧବାର ଓ ଗୁରୁବାର ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବ। ଦୁର୍ଘଟଣାଗ୍ରସ୍ତ ହୋଇପାରନ୍ତି। ଶୁକ୍ରବାର ଓ ଶନିବାର ପୂଜାରେ ଆନନ୍ଦ ଲାଭ କରିବେ। ବ୍ୟବସାୟରେ ମଧ୍ୟମ ଫଳ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ସମସ୍ୟା ସମାଧାନ ପାଇଁ ଚେଷ୍ଟିତ ହେବେ। ସନ୍ତାନ ଲାଭ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଆପଣଙ୍କ ସପକ୍ଷରେ ଯିବ। ମାଲିମକଦ୍ଦମାରେ ବିଜୟ ଲାଭ କରିବେ। ଶୁକ୍ରବାର ଓ ଶନିବାର ଅସୁବିଧାରେ ପଡ଼ିପାରନ୍ତି। ଦ୍ରବ୍ୟ ଚୋରି ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ କର୍ମାଶ୍ରୟୀ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ଏକଦନ୍ତାୟ ବିଦ୍ମହେ ବକ୍ରତୁଣ୍ଡାୟ ଧୀମହୀ ତନ୍ନୋଦନ୍ତି ପ୍ରଚୋଦୟାତ୍‌ ମନ୍ତ୍ର ଜପ କରନ୍ତୁ।

କର୍କଟ:ରବିବାର ଓ ସୋମବାର ସାବଧାନତା ଲୋଡ଼ା। ମଙ୍ଗଳବାର ଓ ବୁଧବାର କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଚାକିରି କ୍ଷେତ୍ରରେ ନିଯୁକ୍ତି ପାଇପାରନ୍ତି। ସ୍ତ୍ରୀ ହେତୁକ ଭୂମି ଲାଭ ହେବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରିବେ। ଯଶବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାର ସଫଳତା ପ୍ରାପ୍ତ କରିବେ। ଲାଭବାନ ହେବେ। ଆର୍ଥିକ ସମସ୍ୟା ଦୂରୀଭୂତ ହେବ। ସୋମବାର ଓ ମଙ୍ଗଳବାର ଚିନ୍ତାଗ୍ରସ୍ତ ହେବେ। ଆର୍ଥିକ ଅନଟନ ଦେଖାଦେବ। ବୁଧବାର ଓ ଗୁରୁବାର ମଧ୍ୟମ ଫଳ ପ୍ରାପ୍ତ କରିବେ। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ବିବାଦର ସମାଧାନ ପାଇଁ ସିଦ୍ଧହସ୍ତ ହେ‌େ‌ବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଭଟ୍ଟାରିକାଷ୍ଟକ ପାଠ କରନ୍ତୁ।

କନ୍ୟା:ରବିବାର କ୍ଳାନ୍ତି ଅନୁଭୂତ ହେବ। ସୋମବାର ଓ ମଙ୍ଗଳବାର ଦୂର ଦେଶକୁ ଯାତ୍ରା କରିପାରନ୍ତି। ସୁସମ୍ବାଦ ମିଳିପାରେ। ବୁଧବାର ଓ ଗୁରୁବାର ଋଣଗ୍ରସ୍ତ ହେବେ। ମା’ଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାଗ୍ରସ୍ତ ହେବେ। ଶୁକ୍ରବାର ଓ ଶନିବାର ସନ୍ତାନମାନଙ୍କୁ ନେଇ ଗର୍ବ ଅନୁଭବ କରିବେ। ବନ୍ଧୁଙ୍କ ଗହଣରେ ସମୟ ଅତିବାହିତ ହେବ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ଲଂ ଲଳିତାଭ୍ୟା ନମଃ ମନ୍ତ୍ର ଜପ କରନ୍ତୁ।
ତୁଳା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ବିପଦକୁ ଏଡ଼ାଇଯିବେ। ବୁଧବାର ଓ ଗୁରୁବାର ବାକ୍‌ ସଂଯମୀ ହୁଅନ୍ତୁ। କାର୍ଯ୍ୟକ୍ଷେତ୍ରରେ ବିଘ୍ନ ସୃଷ୍ଟି ହେବ। ଅସୁସ୍ଥତା ଦେଖାଦେବ। ଶୁକ୍ରବାର ଓ ଶନିବାର ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ପିଲାମାନଙ୍କ କୃତିତ୍ବରେ ଆନନ୍ଦିତ ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଶିବ ଆରାଧନା କରନ୍ତୁ।
ବିଛା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମବନ୍ଧନ ଯୋଗ ସୃଷ୍ଟି ହେବ। ଚିଡ଼ିଚିଡ଼ା ସ୍ବଭାବ ପରିଲକ୍ଷିତ ହେବ। କାର୍ଯ୍ୟକ୍ଷେତ୍ରରେ ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ବୁଧବାର ଓ ଗୁରୁବାର ନିଜ ଯୋଜନାର ସଫଳ ରୂପାୟନ ପାଇଁ କାର୍ଯ୍ୟ କରିବେ। ଶୁକ୍ରବାର ଓ ଶନିବାର ଠକାମିର ଶିକାର ହେବେ। ଅସୁସ୍ଥତା ଦେଖା ଦେବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରି​‌ଷ୍ଟ ଖଣ୍ଡନ ପାଇଁ ଶ୍ରୀଲକ୍ଷ୍ମୀ ନୃସିଂହ ମନ୍ତ୍ର ଜପ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଆର୍ଥିକ ଉନ୍ନତି ପରିଲକ୍ଷିତ ହେବ। ଯାନବାହନ କ୍ରୟ କରିପାରନ୍ତି। ବୁଧବାର ଓ ଗୁରୁବାର ସମ୍ବେଦନଶୀଳ ହେବେ। ପାରିବାରିକ ସମସ୍ୟା ଦେଖା ଦେବ। ଶୁକ୍ରବାର ଓ ଶନିବାର ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ପ୍ରକୃତିପ୍ରେମୀ ହେବେ। ସାମାଜିକ ପ୍ରତିଷ୍ଠା ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଦୁର୍ଗା ସହସ୍ରନାମ ପାଠ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବେ। ପାରିବାରିକ କଳହ ଦେଖାଦେବ। ଅସୁସ୍ଥତା ଦେଖାଦେବ। ବୁଧବାର ଓ ଗୁରୁବାର କର୍ମକ୍ଷେତ୍ରରେ ସଫଳତା ପାଇବେ। ପଦମର୍ଯ୍ୟାଦା ବୃଦ୍ଧି ହେବ। ଶୁକ୍ରବାର ଓ ଶନିବାର କାର୍ଯ୍ୟକ୍ଷେତ୍ରରେ ଅସହଯୋଗ ପ୍ରାପ୍ତ ହେବେ। ମାନସିକ ଅବସାଦ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ନମୋନାରାୟଣାୟ ମନ୍ତ୍ର ଜପ କରନ୍ତୁ।

କୁମ୍ଭ:ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଅଟକିଥିବା କାର୍ଯ୍ୟକୁ ସାରିବା ପାଇଁ ପ୍ରୟାସ କରିବେ। ସୌଖୀନ ଦ୍ରବ୍ୟ ଲାଭ ହେବ। ବୁଧବାର ଓ ଗୁରୁବାର ଜଗିରଖି ଚଳିବେ। ଶତ୍ରୁ ଦ୍ବାରା ପରାସ୍ତ ହେବେ। ଅଯଥା ଖର୍ଚ୍ଚାନ୍ତରେ ପଡ଼ିବେ। ଶୁକ୍ରବାର ଓ ଶନିବାର ଶ୍ରୀ ଯୁକ୍ତ ହେବେ। ସ୍ତ୍ରୀ ହେତୁକ ଧନପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀକାଳୀଙ୍କ ମନ୍ତ୍ର ପାଠ କରନ୍ତୁ।
ମୀନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସଫଳତା ଲାଭ କରିବେ। ପଦୋନ୍ନତି ମିଳିବ। ପ୍ରତିଷ୍ଠାଯୁକ୍ତ ହେବେ। ବୁଧବାର ଓ ଗୁରୁବାର ବାଙ୍‌ମୟ ପ୍ରତିଭାର ବିକାଶ ଘଟିବ। ସହକର୍ମୀଙ୍କ ବ୍ୟବହାରରେ ଖୁସି ହେବେ। କାର୍ଯ୍ୟ ଅନୁସାରେ ଫଳପ୍ରାପ୍ତି ହେବ। ଶୁକ୍ରବାର ଓ ଶନିବାର ପରିଶ୍ରମ ଜନିତ କ୍ଲାନ୍ତି ଅନୁଭୂତ ହେବ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ରାଂ ସୀତାରାମାୟ ନମଃ ମନ୍ତ୍ର ଜପ କରନ୍ତୁ।

Comments are closed.