ସାପ୍ତାହିକ ରାଶିଫଳ (ନଭେମ୍ବର ୩-୯)

ମେଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଆର୍ଥିକ ଅନଟନ ଦେଖାଦେବ। ଗୃହରେ ଅଶାନ୍ତି ଲାଗିରହିବ। ମାନହାନି ହୋଇପାରେ। ବୁଧବାର ଓ ଗୁରୁବାର ପରିସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆସିବ। ନିଯୁକ୍ତିର ସୁଯୋଗ ସୃଷ୍ଟି ହେବ। ଶୁକ୍ରବାର ଓ ଶନିବାର ଅଯଥା ବିବାଦରେ ପଡ଼ିବେ। ପିତାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା କରିବେ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀ ଯୁକ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଗଣେଶଙ୍କୁ ଆରାଧନା କରନ୍ତୁ।
ବୃଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ଲାଭବାନ ହେବେ। ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର କର୍ମବନ୍ଧନ ଯୋଗ ସୃଷ୍ଟି ହେବ। ସମସ୍ୟା ସମାଧାନ କ୍ଷେତ୍ରରେ ସଫଳତା ମିଳିବ। ଚକ୍ଷୁଜନିତ ସମସ୍ୟା ଦେଖାଦେଇପାରେ। ଶୁକ୍ରବାର ଓ ଶନିବାର ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ମହାଲକ୍ଷ୍ମୀ ନମଃ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସାବଧାନତା ଲୋଡ଼ା। ଯାତ୍ରା ଜନିତ ସମସ୍ୟା ଦେଖାଦେଇପାରେ। ଶତ୍ରୁ ବୃଦ୍ଧି ହେବେ। ବୁଧବାର ଓ ଗୁରୁବାର ଭାଇଙ୍କଠାରୁ ସହଯୋଗ ପାଇବେ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ପ୍ରତିଟି କାର୍ଯ୍ୟକୁ ଭାବିଚିନ୍ତି କରିବେ। ପରିଶ୍ରମଜନିତ କ୍ଳାନ୍ତି ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ମହାମନ୍ତ୍ର ଜପ କରନ୍ତୁ।
କର୍କଟ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ବୁଧବାର ଓ ଗୁରୁବାର ବିବାଦର ସମ୍ମୁଖୀନ ହୋଇପାରନ୍ତି। ଦୁର୍ଘଟଣାର ସମ୍ମୁଖୀନ ହୋଇପାରନ୍ତି। ଶୁକ୍ରବାର ଓ ଶନିବାର ପ୍ରତିଭାର ବିକାଶ ଘଟିବ। ସାମାଜିକ ପ୍ରତିଷ୍ଠା ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ମା’ ଭୁବନେଶ୍ବରୀଙ୍କ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କୂଟନୀତି ପ୍ରୟୋଗ କରି ଶତ୍ରୁକୁ ପରାସ୍ତ କରିବେ। ଦୂରଦେଶକୁ ଯାତ୍ରା କରିପାରନ୍ତି। ବୁଧବାର ଓ ଗୁରୁବାର ପ୍ରତିଟି କ୍ଷେତ୍ରରେ ସ୍ବାବଲମ୍ବୀ ହେବାକୁ ଚେଷ୍ଟା କରିବେ। ସମୟାନୁବର୍ତ୍ତୀ ହେବେ। ଶୁକ୍ରବାର ଓ ଶନିବାର ସ୍ଥିତପ୍ରଜ୍ଞ ହୋଇ କାର୍ଯ୍ୟ କରିବା ଭଲ। ମହିଳା ଓ ବିଦ୍ୟାର୍ଥୀ ଯଶଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ସୂର୍ଯ୍ୟାଷ୍ଟକ ପାଠ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ପ୍ରେମରେ ସଫଳତା ଲାଭ କରିବେ। ଅବିବାହିତ ପୁରୁଷ ଓ କନ୍ୟାଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ଓ ବ୍ୟବସାୟରେ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ସନ୍ତାନମାନଙ୍କୁ ନେଇ ଗର୍ବ ଅନୁଭବ କରିବେ। ପ୍ରତିଷ୍ଠାଯୁକ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀ ଯୁକ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ଲଂ ଲଳିତାଭ୍ୟାଂ ନମଃ ମନ୍ତ୍ର ଜପ କରନ୍ତୁ।
ତୁଳା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପ୍ରତିଟି ପଦକ୍ଷେପରେ ଜଗିରଖି ଚଳିବେ। ନଚେତ୍‌ ଅସୁବିଧାରେ ପଡ଼ିପାରନ୍ତି। ଦ୍ରବ୍ୟ ଚୋରି ହୋଇପାରେ। ବୁଧବାର ଓ ଗୁରୁବାର ଅର୍ଥ ଲାଭ ହେବ। ସୁସମ୍ବାଦ ପ୍ରାପ୍ତି ହେବ। ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ଶୁକ୍ରବାର ଓ ଶନିବାର ନିଜ ପ୍ରତିଭାର ସୁବିନିଯୋଗ କରି ପ୍ରତିଷ୍ଠା ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।
ବିଛା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ନୂତନ ନିଯୁକ୍ତି ମିଳିପାରେ। ପ୍ରତିଯୋଗିତାରେ ବିଜୟୀ ହେବେ। ବୁଧବାର ଓ ଗୁରୁବାର ଦୂରଯାତ୍ରା ସ୍ଥଗିତ ରଖନ୍ତୁ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଶୁକ୍ରବାର ଓ ଶନିବାର ବନ୍ଧୁବାନ୍ଧବଙ୍କ ଗହଣରେ ସମୟ ବିତିବ। ଦୂରଯାତ୍ରା କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ପ୍ରତିକୂଳ ରହିବ। ଆନନ୍ଦରେ ନିରାନନ୍ଦ ସୃଷ୍ଟି ହେବ। ଋଣ ଯୁକ୍ତ ହେବେ। ବୁଧବାର ଓ ଗୁରୁବାର ଦୂରଯାତ୍ରା ସଫଳତା ପ୍ରଦାନ କରିବ। ଶ୍ରୀ ଯୁକ୍ତ ହେବେ। ପାରିବାରିକ ଆନନ୍ଦ ଲାଭ କରିବେ। ଶୁକ୍ରବାର ଓ ଶନିବାର ଭାବିଚିନ୍ତି କାର୍ଯ୍ୟ କରିବେ। ଶତ୍ରୁ ବୃଦ୍ଧି ହେବେ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପ୍ରଗତିଶୀଳ ହେବେ। ଆନନ୍ଦ ଉଲ୍ଲାସରେ ସମୟ କଟିବ। ବୁଧବାର ଓ ଗୁରୁବାର ଅଯଥା କଥାକୁ ନେଇ ଚିନ୍ତା ପ୍ରକଟିତ ହେବ। ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ। ଶୁକ୍ରବାର ଓ ଶନିବାର ନୂତନ ଗୃହ ଆରମ୍ଭ କରିବା ପାଇଁ ଯୋଜନା କରିବେ। ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପାଇବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଶନୈଶ୍ଚର ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ।
କୁମ୍ଭ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଅର୍ଥପ୍ରାପ୍ତିର ଯୋଗ ସୃଷ୍ଟି ହେବ। ଯଶ, ମାନ, ଗୌରବ ପ୍ରାପ୍ତି ହେବ। ପ୍ରତିଷ୍ଠାଯୁକ୍ତ ହେବେ। ବୁଧବାର ଓ ଗୁରୁବାର ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ନୂତନ ବନ୍ଧୁ ଲାଭ ହେବ। ଶୁକ୍ରବାର ଓ ଶନିବାର ଅଯଥା ଖର୍ଚ୍ଚାନ୍ତର ସମ୍ମୁଖୀନ ହେବେ। ଶାରୀରିକ ଅସୁସ୍ଥତା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀଙ୍କର ଉଦ୍ୟମେ କାର୍ଯ୍ୟସିଦ୍ଧି ଲାଭ ହେବ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀରୁଦ୍ରାଷ୍ଟକ ପାଠ କରନ୍ତୁ।
ମୀନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମ ଅନୁରୂପ ଫଳପ୍ରାପ୍ତି ହେବ। ପରୋପକାରୀ ହେବେ। ଧାର୍ମିକ ଚିନ୍ତାଧାରାଯୁକ୍ତ ହେବେ। ବୁଧବାର ଓ ଗୁରୁବାର ପଦୋନ୍ନତି ପ୍ରାପ୍ତ ହେବ। ସୁସମ୍ବାଦ ମିଳିପାରେ। ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ସାମାଜିକ ପ୍ରତିଷ୍ଠା ଲାଭ ହେବ। ସମ୍ମାନିତ ହେବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଦୁର୍ଗାଷ୍ଟକ ପାଠ କରନ୍ତୁ।

Comments are closed.