ମେଷ: ରବିବାର ଓ ସୋମବାର ବନ୍ଧୁ ସହଯୋଗ ଲାଭ ହେବ। ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଭାବିଚିନ୍ତି କାର୍ଯ୍ୟ କରନ୍ତୁ। ଶୁକ୍ରବାର ଓ ଶନିବାର ଶାନ୍ତି ଲାଭ କରିବେ। ଅଟକିଥିବା କାର୍ଯ୍ୟ ସମାପନ ପାଇଁ ଚେଷ୍ଟା କରିବେ। ମହିଳା ଓ ବିଦ୍ୟାର୍ଥୀ ବ୍ୟସ୍ତତା ଅନୁଭବ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ଏକଦନ୍ତାୟ ବିଦ୍ମହେ ବକ୍ରତୁଣ୍ଡାୟ ଧୀମହି ତନ୍ନୋଦନ୍ତି ପ୍ରଚୋଦୟାତ୍ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାର ଓ ସୋମବାର ଆୟ ଅନୁପାତରେ ବ୍ୟୟ ଅଧିକ ରହିବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ପରିଭ୍ରମଣ ଯୋଗ ସୃଷ୍ଟି ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ଶୁକ୍ରବାର ଓ ଶନିବାର ସାବଧାନତା ଲୋଡ଼ା। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ତତ୍ପୁରୁଷାୟ ବିଦ୍ମହେ ମହାଦେବାୟ ଧୀମହି ତନ୍ନୋ ଶିବ ପ୍ରଚୋଦୟାତ୍ ମନ୍ତ୍ର ଜପ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ସାମାଜିକ ପ୍ରତିଷ୍ଠା ଲାଭ କରିବେ। ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସାବଧାନତା ଲୋଡ଼ା। ଶତ୍ରୁ ବୃଦ୍ଧି ହେବେ। ଅପମାନିତ ହୋଇପାରନ୍ତି। ଶୁକ୍ରବାର ଓ ଶନିବାର କାର୍ଯ୍ୟ ସିଦ୍ଧି ହେବ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ସୁସମ୍ବାଦ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ କର୍ମ ଅନୁସାରେ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଲଳିତା ସହସ୍ରନାମ ପାଠ କରନ୍ତୁ।
କର୍କଟ: ରବିବାର ଓ ସୋମବାର ବ୍ୟସ୍ତତା ମଧ୍ୟରେ ସମୟ କଟିବ। ଶତ୍ରୁଦ୍ବାରା ପରାସ୍ତ ହୋଇପାରନ୍ତି। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଆସିବ। ସ୍ବାବଲମ୍ବୀ ହେବେ। ଶୁକ୍ରବାର ଓ ଶନିବାର ମଧ୍ୟମ ସଫଳତା ଲାଭ କରିବେ। ଶାରୀରିକ ଅସୁସ୍ଥତା ଦେଖାଦେବ। ଅର୍ଥହାନି ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବସହସ୍ରନାମ ପାଠ କରନ୍ତୁ।
ସିଂହ: ରବିବାର ଓ ସୋମବାର କାର୍ଯ୍ୟରେ ସଫଳତା ଲାଭ କରିବେ। ବନ୍ଧୁବାନ୍ଧବଙ୍କ ସମୟ ବିତାଇବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଜଗିରଖି ଚଳିବେ। ଅପବାଦର ସମ୍ମୁଖୀନ ହେବେ। ଅସ୍ଥିର ଚିତ୍ତ ହେବେ। ଶୁକ୍ରବାର ଓ ଶନିବାର ସମୟ ଆପଣଙ୍କ ସପକ୍ଷରେ ଯିବ। ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା: ରବିବାର ଓ ସୋମବାର ଆୟ ବୃଦ୍ଧିହେବ। କର୍ମକ୍ଷେତ୍ରରେ ଓ ବ୍ୟବସାୟରେ ଲାଭବାନ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମରେ ଆନନ୍ଦ ପ୍ରାପ୍ତ ହେବ। ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ଶୁକ୍ରବାର ଓ ଶନିବାର ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ। ଜମିବାଡ଼ି ଗଣ୍ଡଗୋଳ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଆନନ୍ଦ ଚିତ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲଳିତା ସହସ୍ର ନାମ ପାଠ କରନ୍ତୁ।
ତୁଳା: ରବିବାର ଓ ସୋମବାର ମଧ୍ୟମ ସଫଳତା ପ୍ରାପ୍ତ ହେବ। ଦେବଦର୍ଶନରେ ଆନନ୍ଦ ପ୍ରାପ୍ତ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। କାର୍ଯ୍ୟ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ। ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର କାର୍ଯ୍ୟପ୍ରବଣତା ଆପଣଙ୍କର ଭୂଷଣ ହେବ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।
ବିଛା: ରବିବାର ଓ ସୋମବାର ସାବଧାନତା ଲୋଡ଼ା। ଆଘାତ ପ୍ରାପ୍ତ ହୋଇପାରନ୍ତି। ମଙ୍ଗଳବାର ଓ ବୁଧବାର ପରୋପକାରୀ ହେବେ। ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କର୍ମକ୍ଷେତ୍ର ବ୍ୟାପକ ହେବ। କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ କର୍ମତତ୍ପର ହେବେ। ରିଷ୍ଟଖଣ୍ଡନ ପାଇଁ ଘୃତ ଦୀପ ଜଳାଇ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ଧନୁ: ରବିବାର ଓ ସୋମବାର ପ୍ରୀତିଲାଭ କରିବେ। ପାରିବାରିକ ଶାନ୍ତି ଲାଭ ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଜଗିରଖି ଚଳିବେ। ଶତ୍ରୁଦ୍ବାରା ପରାସ୍ତ ହେବେ। କର୍ମକ୍ଷେତ୍ରରେ ଦ୍ବନ୍ଦ୍ବ ଦେଖାଦେବ। ଶୁକ୍ରବାର ଓ ଶନିବାର ମଧ୍ୟମ ଫଳ ପ୍ରାପ୍ତ ହେବ। ଆୟ ଓ ବ୍ୟୟ ସମାନ ରହିବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଉଦ୍ୟମେ କାର୍ଯ୍ୟସିଦ୍ଧି ହେବ। ବ୍ୟବସାୟ ଓ ବାଣିଜ୍ୟରେ ଲାଭବାନ ହେବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ବୁଧବାର ଓ ଗୁରୁବାର ସୁସମ୍ବାଦ ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ଉଚ୍ଚପଦସ୍ଥ ଅଧିକାରୀଙ୍କ ଦ୍ବାରା ଭର୍ତ୍ସିତ ହୋଇପାରନ୍ତି। ଶତ୍ରୁଦ୍ବାରା ପରାସ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ କ୍ୟାରିୟର ପ୍ରତି ଯତ୍ନବାନ ହେବେ। ରିଷ୍ଟଖଣ୍ଡନ ପାଇଁ ଶିବସ୍ତୋତ୍ର ପାଠ କରନ୍ତୁ।
କୁମ୍ଭ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ସନ୍ତାନ ସୁଖ ପ୍ରାପ୍ତ ହେବ। ଶତ୍ରୁ ବାଧା ଦୂରୀଭୂତ ହେବ। ବୁଧବାର ଓ ଗୁରୁବାର ଆର୍ଥିକ କ୍ଷେତ୍ରରେ ଅନୁକୂଳତା ପରିଲକ୍ଷିତ ହେବ। ଶୁକ୍ରବାର ଓ ଶନିବାର ସୁସମ୍ବାଦ ପ୍ରାପ୍ତ ହେବ। ପ୍ରତିଯୋଗିତାରେ ବିଜୟୀ ହେବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।
ମୀନ: ରବିବାର ଓ ସୋମବାର ବିଫଳତା ପ୍ରାପ୍ତ ହେବ। ଅସୁସ୍ଥତା ଦେଖାଦେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଋଣରୁ ମୁକ୍ତି ପାଇଁ ପ୍ରୟାସ କରିବେ। ପୈତୃକ ସମ୍ପତ୍ତି ପ୍ରାପ୍ତ ହେବ। ଶୁକ୍ରବାର ଓ ଶନିବାର ଶତ୍ରୁରେ ବିଜୟ ଲାଭ କରିବେ। ଧନ ପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗାଷ୍ଟକ ପାଠ କରନ୍ତୁ।
ସାପ୍ତାହିକ ରାଶିଫଳ (୧୩-୧୯ ଅଗଷ୍ଟ)
Popular Categories



