www.samajalive.in
Wednesday, December 10, 2025
26.1 C
Bhubaneswar

ସାପ୍ତାହିକ ରାଶିଫଳ – ୨୦ରୁ ୨୬ ଜୁନ ୨୦୨୧

ମେଷ: ରବିବାର ଓ ସୋମବାର ପାରିବାରିକ ଶାନ୍ତି ଲାଭ କରିବେ। କାର୍ଯ୍ୟରେ ସଫଳତା ମିଳିବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଉଦ୍ୟମେ ସଫଳତା ମିଳିବ। ଶୁକ୍ରବାର ଓ ଶନିବାର ମଧ୍ୟମ ଫଳ ପ୍ରାପ୍ତ ହେବ। ଭବିଷ୍ୟତ ନେଇ ଚିନ୍ତିତ ରହି​ବେ। ଆର୍ଥିକ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ନୃସିଂହ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାର ଓ ସୋମବାର ସମସ୍ୟାଯୁକ୍ତ ହେବେ। ଋଣଭାର ବୃଦ୍ଧି ହେବ। ମଙ୍ଗଳବାର ଓ ବୁଧବାର ମଧ୍ୟମଫଳ ପ୍ରାପ୍ତ ହେବ। ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ। ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କର୍ମକ୍ଷେତ୍ର ଓ ବ୍ୟବସାୟରେ ସଫଳତା ମିଳିବ। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶିବ ସହସ୍ର ନାମ ଜପ କରନ୍ତୁ।
ମିଥୁନ: ରବିବାର ପାରିବାରିକ ଅଶାନ୍ତି ଦେଖାଦେବ। ସୋମବାର ଓ ମଙ୍ଗଳବାର ଅତୀତର କଥାକୁ ନେଇ ପଶ୍ଚାତ୍ତାପ କରିବେ। ବ୍ୟବସାୟ ବାଣିଜ୍ୟରେ ପ୍ରତିବନ୍ଧକ ଦେଖାଦେବ। ବୁଧବାର ଓ ଗୁରୁବାର ଲାଭବାନ ହେବେ। ଲୋକସମ୍ପର୍କ ବୃଦ୍ଧି ପାଇବ। ଶୁକ୍ରବାର ଓ ଶନିବାର ପ୍ରତିଷ୍ଠା ଯୁକ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଗଣେଶଙ୍କୁ ପୂଜା କରନ୍ତୁ।
କର୍କଟ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଆର୍ଥିକ ସମୃଦ୍ଧି ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର ଦୁର୍ଘଟଣାର ସମ୍ମୁଖୀନ ହେବେ। ଶାରୀରିକ ଅସୁସ୍ଥତା ଦେଖାଦେବ। ଶୁକ୍ରବାର ଓ ଶନିବାର ଯୋଜନା ଅନୁସାରେ କାର୍ଯ୍ୟ କରି ସଫଳତା ପାଇବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମଫଳ ପ୍ରାପ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାର ଓ ସୋମବାର ସନ୍ତାନମାନଙ୍କୁ ନେଇ ଗର୍ବ ଅନୁଭବ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଆପଣଙ୍କୁ ସଫଳତା ପ୍ରଦାନ କରିବ। ଶୁକ୍ରବାର ଓ ଶନିବାର ସାବଧାନତା ଲୋଡ଼ା। ବିବାଦରେ ପଡ଼ିପାରନ୍ତି। ଶତ୍ରୁ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀମାନେ କର୍ମ ଅନୁସାରେ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା: ରବିବାର ଦାମ୍ପତ୍ୟରେ କଳହ ଦେଖାଦେବ। ସୋମବାର ଓ ମଙ୍ଗଳବାର କାର୍ଯ୍ୟରେ ସ୍ଥିରତା ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର ଯଶଲାଭ କରିବେ। ଦୂରଯାତ୍ରା ସଫଳତା ଆଣିଦେବ। ଶୁକ୍ରବାର ଓ ଶନିବାର ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ପ୍ରୟାସ କରିବେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଓଁ ଲଂ ଲଳିତାଭ୍ୟାଂ ମନ୍ତ୍ର ଜପ କରନ୍ତୁ।
ତୁଳା: ରବିବାର ଆତ୍ମନିର୍ଭରଶୀଳ ହେବେ। ସୋମବାର ଓ ମଙ୍ଗଳବାର ଜଗିରଖି ଚଳିବେ। ଅର୍ଥହାନି ହେବ। ବୁଧବାର ଓ ଗୁରୁବାର କାର୍ଯ୍ୟସିଦ୍ଧି ହେବ। ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି। ଶୁକ୍ରବାର ଓ ଶନିବାର ଆର୍ଥିକ ଉନ୍ନତି ପରିଲକ୍ଷିତ ହେବ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।
ବିଛା: ରବିବାର ସ୍ଥିର ଚିତ୍ତ ହୋଇ କାର୍ଯ୍ୟ କରିବେ ନଚେତ୍‌ ବିପଦରେ ପଡ଼ିପାରନ୍ତି। ସୋମବାର ଓ ମଙ୍ଗଳବାର କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ବୁଧବାର ଓ ଗୁରୁବାର ଶତ୍ରୁ ଦ୍ବାରା ପରାଭୂତ ହୋଇପାରନ୍ତି। ଶୁକ୍ରବାର ଓ ଶନିବାର ଅଧିକ ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ହଂ ପବନ ନନ୍ଦନାୟ ସ୍ବାହା ମନ୍ତ୍ର ଜପ କରନ୍ତୁ।
ଧନୁ: ରବିବାର ଓ ସୋମବାର କର୍ମ ଅନୁରୂପ ଫଳ ପ୍ରାପ୍ତି ହେବ। ଉଚ୍ଚପଦସ୍ଥ କର୍ମଚାରୀଙ୍କଠାରୁ ବିପଦ ଦେଖାଦେଇପାରେ। ମଙ୍ଗଳବାର ଓ ବୁଧବାର କର୍ମାଶ୍ରୟୀ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ମଧ୍ୟମଫଳ ପ୍ରାପ୍ତ ହେବ। ଅପବାଦର ସମ୍ମୁଖୀନ ହେବେ। ମହିଳା ଓ ବିଦ୍ୟାର୍ଥୀ ବିରୋଧାଭାସର ସମ୍ମୁଖୀନ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ତାରାଙ୍କ କବଚ ପାଠ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ସହଯୋଗ ପାଇବେ। ପ୍ରଶଂସିତ ହେବେ। ବୁଧବାର ଓ ଗୁରୁବାର ଦେବଦର୍ଶନରେ ଆନନ୍ଦ ପାଇବେ। ପ୍ରତିଷ୍ଠା ଲାଭ କରିବେ। ଶୁକ୍ରବାର ଓ ଶନିବାର ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଶିବ ସହସ୍ରନାମ ପାଠ ସହ ଜଳାଧିବାସ କରନ୍ତୁ।
କୁମ୍ଭ: ରବିବାର ଓ ସୋମବାର ଜମିରଖି ଚଳିବେ। ମାନସିକ ଅବସାଦ ଦେଖାଦେବ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ସଫଳତା ପାଇବେ। ଶୁକ୍ରବାର ଓ ଶନିବାର କୌଣସି କଥାରେ ଅଯଥା ହସ୍ତକ୍ଷେପ କରନ୍ତୁ ନାହିଁ। ବିପଦରେ ପଡ଼ିପାରନ୍ତି। ମାନସିକ ଦ୍ବନ୍ଦ୍ବ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଚିନ୍ତାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ରୁଦ୍ରାଷ୍ଟକ ପାଠ କରନ୍ତୁ।
ମୀନ: ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟଦନ୍ତ କାର୍ଯ୍ୟରେ ସଫଳତା ଲାଭ କରିବେ। ବୁଧବାର ଓ ଗୁରୁବାର କର୍ମକ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ଧନଲାଭ ହେବ। ଶୁକ୍ରବାର ଓ ଶନିବାର ଆପଣଙ୍କ ବ୍ୟକ୍ତିତ୍ବ ଆପଣଙ୍କ ଭୂଷଣ ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ନାରାୟଣାୟ ବିଦ୍ମହେ ବାସୁଦେବାୟ ଧୀମହି ତନ୍ନୋ ବିଷ୍ଣୁ ପ୍ରଚୋଦୟାତ୍‌ ମନ୍ତ୍ର ଜପ କରନ୍ତୁ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories