
କେମିତି କଟିବ ଏହି ସପ୍ତାହ: ଜାଣନ୍ତୁ ଏହି ସପ୍ତାହର ରାଶିଫଳ

ମେଷ: ରବିବାର ସମ୍ବେଦନଶୀଳ ହେବେ। ସୋମବାର ଓ ମଙ୍ଗଳବାର ନୂତନ ନିଯୁକ୍ତି ପାଇପାରନ୍ତି। ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ବୁଧବାର ଓ ଗୁରୁବାର ଯାନବାହନଜନିତ ସମସ୍ୟା ଦେଖାଦେବ। ଶତ୍ରୁ ଦ୍ବାରା ପରାସ୍ତ ହେବେ। ଶୁକ୍ରବାର ଓ ଶନିବାର କର୍ମ ଅନୁସାରେ ଫଳ ପ୍ରାପ୍ତ ହେବ। ପାରିବାରିକ ଶାନ୍ତି ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ବୃଷ: ରବିବାର ଭ୍ରମଣପ୍ରିୟ ହେବେ। ନୂତନ କର୍ମସଂସ୍ଥାନ ପ୍ରାପ୍ତି ହେବ। ସୋମବାର ଓ ମଙ୍ଗଳବାର ଜଗିରଖି ଚଳନ୍ତୁ। ଋଣଗ୍ରସ୍ତ ହୋଇପାରନ୍ତି। ସ୍ବାସ୍ଥ୍ୟଜନିତ ସମସ୍ୟା ଦେଖାଦେଇପାରେ। ବୁଧବାର ଓ ଗୁରୁବାର ବ୍ୟବସାୟ ବାଣିଜ୍ୟରେ ପ୍ରତିଷ୍ଠା ଲାଭ କରିବେ। ଶନିବାର ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ମାନସିକ ଚିନ୍ତା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ରୁଦ୍ରାଷ୍ଟକ ପାଠ କରନ୍ତୁ।
ମିଥୁନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟସିଦ୍ଧି ହେବ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ବୁଧବାର ଓ ଗୁରୁବାର ମା’ଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା ପ୍ରକଟିତ ହେବ। ଆୟ ମଧ୍ୟମ ରହିବ। ଶୁକ୍ରବାର ଓ ଶନିବାର ପ୍ରତିଟି କାର୍ଯ୍ୟ ସମ୍ପନ୍ନ କରି ପ୍ରଶଂସିତ ହେବେ। ସ୍ତ୍ରୀ ହେତୁକ ଧନ ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ଗଂ ଗଣପତୟେ ନମଃ ମନ୍ତ୍ର ଜପ କରନ୍ତୁ।
କର୍କଟ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ନିଜର ବୁଦ୍ଧି ବିବେକ ଦ୍ବାରା ଶତ୍ରୁକୁ ପରାସ୍ତ କରିବେ। ନୂତନ ଦ୍ରବ୍ୟ ପ୍ରାପ୍ତି ହେବ। ବୁଧବାର ଓ ଗୁରୁବାର ଦୂରଦେଶକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ଆଗମନ ହୋଇପାରେ। ଶୁକ୍ରବାର ଓ ଶନିବାର ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ। ମାନହାନି ହୋଇପାରେ। ଶତ୍ରୁ ବୃଦ୍ଧି ହେବେ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀ ଯୁକ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଭୁବନେଶ୍ବରୀଙ୍କ ମନ୍ତ୍ର ପାଠ କରନ୍ତୁ।
ସିଂହ: ରବିବାର ଭାବିଥିବା କଥାକୁ ଅନ୍ୟ ଆଗରେ ପ୍ରକାଶ କରନ୍ତୁ ନାହିଁ। ସୋମବାର ଓ ମଙ୍ଗଳବାର ଆର୍ଥିକ ଉନ୍ନତି ପରିଲକ୍ଷିତ ହେବ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ବୁଧବାର ଓ ଗୁରୁବାର ମେରୁଦଣ୍ଡରେ ସମସ୍ୟା ଦେଖାଦେଇପାରେ। ଜଗିରଖି ଚଳନ୍ତୁ। ଶୁକ୍ରବାର ଓ ଶନିବାର ଉପରିସ୍ଥ ଅଧିକାରୀଙ୍କ ଦ୍ବାରା ପ୍ରଶଂସିତ ହେବେ। ମହିଳା ଓ ବିଦ୍ୟାର୍ଥୀ କର୍ମଠ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା: ରବିବାର ନିଜର କୃତିତ୍ବ ପାଇଁ ପୁରସ୍କୃତ ହେବେ। ସୋମବାର ଓ ମଙ୍ଗଳବାର ଚକ୍ଷୁଜନିତ ସମସ୍ୟା ଦେଖାଦେବ। ବୁଧବାର ଓ ଗୁରୁବାର ଜମିବାଡ଼ି ଗଣ୍ଡଗୋଳ ଦେଖାଦେବ। ଶୁକ୍ରବାର ଓ ଶନିବାର ସାମାଜିକ କାର୍ଯ୍ୟରେ ଯୋଗଦାନ କରିବେ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ମହିଳା ଓ ବିଦ୍ୟାର୍ଥୀ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଗଣେଶଙ୍କୁ ଆରାଧନା କରନ୍ତୁ ଓ ଦୁବ ଅର୍ପଣ କରନ୍ତୁ।
ତୁଳା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ନୂତନ ନିଯୁକ୍ତି ପାଇପାରନ୍ତି। ଆୟ ବୃଦ୍ଧି ହେବ। ବୁଧବାର ଓ ଗୁରୁବାର ଯାତ୍ରା ସ୍ଥଗିତ ରଖିବା ଭଲ। ଦୁର୍ଘଟଣାଗ୍ରସ୍ତ ହୋଇପାରନ୍ତି। ପ୍ରଗତିରେ ବାଧା ସୃଷ୍ଟି ହେବ। ଶୁକ୍ରବାର ଓ ଶନିବାର ସନ୍ତାନହେତୁକ ସମସ୍ୟା ଦୂରହେବ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଶିବ ସ୍ତୋତ୍ର ପାଠ କରନ୍ତୁ।
ବିଛା: ରବିବାର ଓ ସୋମବାର ସମସ୍ୟାର ସମାଧାନ ପାଇଁ ଚେଷ୍ଟା କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିବ। ନୂତନ ବନ୍ଧୁପ୍ରାପ୍ତ ହୋଇପାରନ୍ତି। ଧାର୍ମିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଶୁକ୍ରବାର ଓ ଶନିବାର ଋଣକୁ ନେଇ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ମନନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ବଗଳାମୁଖୀ କବଚ ପାଠ କରନ୍ତୁ।
ଧନୁ: ରବିବାର ସାବଧାନତା ଲୋଡ଼ା। ସୋମବାର ଓ ମଙ୍ଗଳବାର କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ଘରକରଣା ଜିନିଷ କିଣାକିଣି କରିବେ। ବୁଧବାର ଓ ଗୁରୁବାର ଦୂରଯାତ୍ରା କରିପାରନ୍ତି। ପଦମର୍ଯ୍ୟାଦା ବୃଦ୍ଧି ହେବ। ଶୁକ୍ରବାର ଓ ଶନିବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ଭାବିଚିନ୍ତି କାର୍ଯ୍ୟ କରିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ରନାମ ପାଠ କରନ୍ତୁ।
ମକର: ରବିବାର ଶ୍ରୀ ଯୁକ୍ତ ହେବେ। ସୋମବାର ଓ ମଙ୍ଗଳବାର ପ୍ରଗତିରେ ପଥରୋଧ ହେବ। କାର୍ଯ୍ୟକ୍ଷେତ୍ରରେ ଦ୍ବନ୍ଦ୍ବ ପରିଲକ୍ଷିତ ହେବ। ବୁଧବାର ଓ ଗୁରୁବାର ନିଜର ବକ୍ତବ୍ୟ ଦ୍ବାରା ଶତ୍ରୁକୁ ଆପଣାର କରିବେ। ଆୟ ମଧ୍ୟମ ରହିବ। ଶୁକ୍ରବାର ଓ ଶନିବାର ଧାର୍ମିକ କାର୍ଯ୍ୟରେ ଯୋଗଦାନ କରି ଆନନ୍ଦିତ ହେବେ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।
କୁମ୍ଭ: ରବିବାର ଜଗିରଖି ଚଳନ୍ତୁ। ସୋମବାର ଓ ମଙ୍ଗଳବାର ବନ୍ଧୁଙ୍କ ଗହଣରେ ସମୟ ବିତିବ। ବୁଧବାର ଓ ଗୁରୁବାର ସାବଧାନତା ଲୋଡ଼ା। ବାକ୍ ସଂଯମତା ରକ୍ଷା କରନ୍ତୁ। ନଚେତ୍ ବିବାଦରେ ପଡ଼ିବେ। ଶୁକ୍ରବାର ଓ ଶନିବାର ସନ୍ତାନ ହେତୁକ ସମସ୍ୟା ଦୂର ହେବ। ପ୍ରତିଯୋଗିତାରେ ବିଜୟୀ ହେବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପ୍ରାପ୍ତି ହେେବ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।
ମୀନ: ରବିବାର ସମସ୍ୟା ସମାଧାନରେ ବ୍ରତୀ ହେବେ। ସୋମବାର ଓ ମଙ୍ଗଳବାର ଅଯଥା ଖର୍ଚ୍ଚାନ୍ତ ଯୋଗୁଁ ବ୍ୟସ୍ତ ବିବ୍ରତ ହେବେ। ବୁଧବାର ଓ ଗୁରୁବାର ଇଷ୍ଟ ବୃତ୍ତି ପାଇଁ କାର୍ଯ୍ୟ କରିବେ। ଶୁକ୍ରବାର ଓ ଶନିବାର ସମସ୍ୟାରୁ ମୁକ୍ତି ପାଇଁ ପ୍ରୟାସ କରିବେ। ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ମହିଳା ଓ ବିଦ୍ୟାର୍ଥୀମାନେ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଦୁର୍ଗାଷ୍ଟକ ପାଠ କରନ୍ତୁ।
Comments are closed.