www.samajalive.in
Wednesday, December 10, 2025
26.1 C
Bhubaneswar

ତୁମୁଡିବନ୍ଧ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ୱାଗତ ଉତ୍ସବ

ଫୁଲବାଣୀ: କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ରଛାତ୍ରୀମାନଙ୍କ ପାଇଁ ସ୍ୱାଗତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଅଧ୍ୟକ୍ଷ ଡଃ ସୁନୀଲ କୁମାର ପାତ୍ର ସଭାପତିତ୍ୱ କରିଥିଲେ ଏବଂ ନବାଗତ ଛାତ୍ରଛାତ୍ରୀଙ୍କୁ ମହାବିଦ୍ୟାଳୟ ନୀତି ନିୟମ, ଶୃଙ୍ଖଳା, ପାଠ୍ୟକ୍ରମ, କ୍ୟାରିୟର୍‌ ପୋର୍ଟାଲ୍‌, ପାଠାଗାର ତଥା ଅନ୍ୟାନ୍ୟ ସୂଚନା ପ୍ରାଞ୍ଜଳ ଭାବରେ ବର୍ଣ୍ଣନା କରିଥିଲେ। ଛାତ୍ରଛାତ୍ରୀମାନେ ଶୃଙ୍ଖଳାକୁ ନିଜର ବ୍ରତ ଭାବରେ ମାନିବା ସଂଗେ ସଂଗେ ଗୁରୁଙ୍କୁ ଉପଯୁକ୍ତ ସମ୍ମାନ ପ୍ରଦର୍ଶନ ଦ୍ଵାରା ହିଁ ନିଜର ଭବିଷ୍ୟତ ଜୀବନ ଉଜ୍ୱଳମୟ ହେବ ବୋଲି ଅଧ୍ୟକ୍ଷ ଉପଦେଶ ଦେଇଥିଲେ। ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀ ପୁଷ୍ପ ଓ ଚନ୍ଦନ ଦେଇ ନବାଗତଙ୍କୁ ସ୍ୱାଗତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଅଣଶିକ୍ଷକ କର୍ମଚାରୀ ଯୋଗଦେଇଥିଲେ । ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀମାନଙ୍କ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।  ଶିକ୍ଷା ବିଭାଗର ଅଧ୍ୟାପକ ଡଃ ସତ୍ୟ ରଞ୍ଜନ ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories