www.samajalive.in
Sunday, December 14, 2025
14.1 C
Bhubaneswar

ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ହରଭଙ୍ଗା : ହରଭଙ୍ଗା ଆଞ୍ଚଳିକ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ ହିମାଂଶୁ ଶେଖର ରାଉତଙ୍କ ଅଧ୍ୟକ୍ଷତାରେ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀମାନେ ପ୍ରଥମ ବର୍ଷର ନବାଗତ ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ସ୍ୱାଗତ ସମ୍ବର୍ଦ୍ଧନା ସଭାର ଆୟୋଜନ ହୋଇ ଯାଇଛି। ଏହି ସଭାରେ ବରିଷ୍ଠ ଅଧ୍ୟାପକ ସୁଦାମ ପୃଷ୍ଟି ପ୍ରାରମ୍ଭିକ ଅଭିଭାଷଣ ସହିତ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ।ମୁଖ୍ୟ ଅତିଥି ମାଧପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବରିଷ୍ଠ ଅଧ୍ୟାପକ ସୁଶାନ୍ତ ମଙ୍ଗରାଜ ଓ ପୁରୁଣା କଟକ ଡିଗ୍ରୀ କଲେଜର ଅଧ୍ୟକ୍ଷ ରମେଶ ତାରିନିଆ ଯୋଗଦାନ କରି ଛାତ୍ରଛାତ୍ରୀ ମାନଙ୍କ ନୈତିକ କର୍ତ୍ତବ୍ୟ ବିଚାର ଧାରା ଉପରେ ଅଭିଭାଷଣ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ମନୋଜ ପ୍ରହରାଜ, ଲଳିତ ମହାପାତ୍ର ସସ୍ମିତା ହାଁସଦା ଓ ଖେଳ ଶିକ୍ଷକ କୁଶଧ୍ୱଜ ମହାକୁଡ଼ଙ୍କ ସହିତ ସମସ୍ତ କର୍ମଚାରୀ ଯୋଗଦାନ କରିଥିଲେ । ପରିଶେଷରେ ଛାତ୍ରୀ ପ୍ରିୟଦର୍ଶିନୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିବା ସହିତ ସଭାପତି ସଭା ସାଙ୍ଗ ହୋଇଥିଲା। ଏହି ଉତ୍ସବରେ ଛାତ୍ରଛାତ୍ରୀ ମାନଙ୍କ ତରଫରୁ ସୁନ୍ଦର ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ଆୟୋଜନ କରା ଯାଇଥିଲା।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories