www.samajalive.in
Tuesday, December 9, 2025
26.1 C
Bhubaneswar

ଡାକ୍ତରଙ୍କୁ ଦୁଷ୍କର୍ମ-ହତ୍ୟା ମାମଲା : ଆଜି ଏସୟୁସିଆଇର ୧୨ ଘଣ୍ଟିଆ ବନ୍ଦ ଡାକରା

କଲକାତା: କଲକାତାରେ ଲେଡି ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ତୀବ୍ର ହେଉଛି ପ୍ରତିବାଦ। ଆଜି ପଶ୍ଚିମବଙ୍ଗରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛ ଏସୟୁସିଆଇ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି। ସକାଳୁ ସକାଳୁ ଏହାର ପ୍ରଭାବ ଦେଖିବାକୁ ମିଳିଛି । ଆନ୍ଦୋଳନକାରୀମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରି ରାସ୍ତାରୋକ କରିଛନ୍ତି। ଗାଡିମୋଟର ଅଟାକାଇବା ସହ ଟ୍ରେନ ରୋକ୍ କରିଛନ୍ତି। ଦୋକାନବଜାର ଗୁଡିକ ମଧ୍ୟ ବନ୍ଦ ରହିଛି। ଜରୁରିକାଳୀନ ସେବାକୁ ବନ୍ଦ ପାଳନରୁ ବାଦ ଦିଆଯାଇଛି। ବୁଧବାର ରାତିରେ ଆର.ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଦୁର୍ବୁତ୍ତଙ୍କ ଭଙ୍ଗାରୁଜ୍ଜା ଓ ଡାକ୍ତରଙ୍କୁ ମାଡ ମରା ଘଟଣାର ପ୍ରତିବାଦରେ ଏହି ବନ୍ଦ ପାଳନ କରାଯାଉଛି। ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବି କରିଛି ଏସୟୁସିଆଇ। ପୁଲିସ୍ ଏହି ଘଟଣାରେ ୧୨ ଜଣଙ୍କୁ ଗିରଫ କରିଛି। ପ୍ରାୟ ୪୦ରୁ ୫୦ ଜଣ ଲୋକ ଏଥିରେ ସମ୍ପୃକ୍ତ ଥିଲେ। ସେପଟେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ତଦନ୍ତକୁ ଜୋରଦାର କରିଛି ସିବିଆଇ।

Hot this week

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

Related Articles

Popular Categories