www.samajalive.in
Monday, December 8, 2025
27.1 C
Bhubaneswar

ପଶ୍ଚିମ ଓଡିଶା ବିକାଶ ପରିଷଦକୁ ରାଜ୍ୟ ସରକାରଙ୍କ ଅନୁଦାନ ଦୁଇ ଗୁଣ କରାଯିବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶା ବିକାଶ ପରିଷଦର କାର୍ଯ୍ୟକ୍ରମ ସମୀକ୍ଷା କରି ପଶ୍ଚିମ ଓଡିଶାର ବିକାଶ ପାଇଁ ପରିଷଦର ବାର୍ଷିକ ଅନୁଦାନକୁ ଦୁଇ ଗୁଣ କରିବା ପାଇଁ ନିର୍ଦେଶ ଦେଇଛନ୍ତି। ଏହାସହିତ ଯୁବକଯୁବତୀ ମାନଙ୍କ ପାଇଁ ଯେପରି ରୋଜଗାରର ଅଧିକ ସୁଯୋଗ ସୃଷ୍ଟି ହେବ, ସେଥିପ୍ରତି ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ସୂଚନାଯୋଗ୍ୟ ଯେ ୧୯୯୯-୨୦୦୦ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ବଜେଟ ପରିମାଣ ବର୍ଷକୁ ୩ କୋଟି ଥିବାବେଳେ ଏବେ ତାହା ୧୦୦ କୋଟିକୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ପରେ ପରିଷଦକୁ ରାଜ୍ୟ ସରକାରଙ୍କ ଅନୁଦାନ ପରିମାଣ ୨୦୨୧-୨୨ ଆର୍ଥିକ ବର୍ଷରେ ୨୦୦ କୋଟି ହେବ। ଏହାସହିତ ପଶ୍ଚିମ ଓଡିଶାରେ ବିକାଶ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବା ଏବଂ ଲୋକଙ୍କ ପାଖରେ ପ୍ରଶାସନକୁ ପହଞ୍ଚାଇବା ପାଇଁ ପରିଷଦ ଅଧୀନରେ ଥିବା ୧୦ଟି ଜିଲ୍ଲା ଏବଂ ଆଠମଲ୍ଲିକରେ ପରିଷଦର କାର୍ଯ୍ୟାଳୟ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ପଶ୍ଚିମ ଓଡିଶାରେ କାର୍ଯ୍ୟକାରୀ ହେଉଥିବା ଅନେକ ଗୁଡିଏ ବୃହତ ପ୍ରକଳ୍ପକୁ ତ୍ବରାନ୍ବିତ କରି ଠିକ୍‌ ସମୟରେ ଶେଷ କରିବା ପାଇଁ ଡବ୍ଲ୍ୟୁଓଡିସି ପଦକ୍ଷେପ ନେବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା। ବିଜୁ ଏକ୍‌ସପ୍ରେସ ୱେ, ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଆଦି ବୃହତ ଭିତ୍ତିଭୂମି ପ୍ରକଳ୍ପ ଗୁଡିକ ଦ୍ବାରା ପଶ୍ଚିମ ଓଡିଶାର ବିକାଶରେ କାୟାକଳ୍ପ ହୋଇପାରିବ ବୋଲି ଆଶା କରାଯାଉଛି। ବୈଠକରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ଯୋଗ ଦେଇ ପରିଷଦର କାର୍ଯ୍ୟକ୍ରମ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଉପସ୍ଥାପନା ରଖିଥିଲେ।

- Advertisement -


ଉପସ୍ଥାପନାରୁ ଜଣାଯାଇଛି ଯେ ବିଗତ ଦିନମାନଙ୍କରେ ଡବ୍ଲ୍ୟୁଓଡିସି ପକ୍ଷରୁ ସଡକ ନିର୍ମାଣ, ଶିକ୍ଷା ଭିତ୍ତିଭୂମି ଓ ଜଳସେଚନ ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରାଯାଇଛି। ଆଗାମୀ ଦିନରେ ପରିପରିବା, ଡାଲି ଜାତୀୟ ଫସଲ ଓ ତୈଳବିଜ, ଫୁଲଚାଷ ଆଦି ଉଦ୍ୟାନ କୃଷିଭିତ୍ତିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ବ ପ୍ରଦାନ, ବିଭିନ୍ନ କ୍ଷେତ୍ରରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଆଦି କ୍ଷେତ୍ରରେ ପଶ୍ଚିମ ଓଡିଶା ଅଞ୍ଚଳରେ ବହୁତ ସମ୍ଭାବନା ରହିଛି ବୋଲି ସୂଚନା ଦିଆଯାଇଥିଲା। ପଶ୍ଚିମ ଓଡିଶା ଜିଲାଗୁଡିକରେ ସର୍ବାଧିକ ଅର୍ଥନୈତିକ ସମ୍ଭାବନା ଥିବା କ୍ଷେତ୍ରରେ ଆବଶ୍ୟକ ଭିତ୍ତିଭୂମି ସୁବିଧା ସୃଷ୍ଟି କରିବା କରାଯିବ ବୋଲି ବୈଠକରେ ସୂଚନା ଦିଆଯାଇଥିଲା। ସମ୍ବଲପୁର, ବରଗଡ ଓ ସୋନପୁରରେ ଧାନ ଓ ଧାନରୁ ଉତ୍ପାଦିତ ପଦାର୍ଥର ବିନିଯୋଗ ପାଇଁ ଭିତ୍ତିଭୂମି, ବଲାଙ୍ଗୀରେ କୁକୁଡା ଓ ଅଣ୍ଡାଚାଷ ପାଇଁ ଭିତ୍ତିଭୂମି, କଳାହାଣ୍ଡିରେ ମାଛଚାଷ, ବୌଦ ଓ ସୋନପୁରରେ ଗୋପାଳନ ଓ ଦୁଗ୍‌ଧ ଉତ୍ପାଦନ ଏବଂ ହସ୍ତତନ୍ତ କ୍ଲଷ୍ଟରର ବିକାଶ ପାଇଁ ବହୁତ ସୁଯୋଗ ରହିଛି ବୋଲି ବୈଠକରେ ମତପ୍ରକାଶ ପାଇଥିଲା। ଏହି ବୈଠକରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, କୃଷି ଉତ୍ପାଦନ କମିଶନର ଆର୍‌. କେ. ଶର୍ମା, ଅର୍ଥ ବିଭାଗର ପ୍ରମୁଖ ସଚିବ ଆଶୋକ କୁମାର ମୀନା, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଯୋଗ ଦେଇଥିଲେ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories