୨୭ଟି ଜିଲ୍ଲାକୁ ସତର୍କ ସୂଚନା
କଟକ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୨୭ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଦେଓଗଡ, ଅନୁଗୁଳ, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ, ଗଜପତି, ଖୋର୍ଦ୍ଧା, ନୟାଗଡ, ରାୟଗଡ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ୱର,ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ ମାଲକାନଗିରି ଜିଲାରେ ବର୍ଷା ହେବାର ଆଶଙ୍କା କରାଯାଉଛି । ସେଥିମଧ୍ୟରୁ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଣ୍ଟାକୁ ୫୦ରୁ ୬୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ ପକ୍ଷରୁ ସୂଚନା ମିଳିଛି । ଏହି ସମୟରେ ମତ୍ସ୍ୟଜୀବୀମାନେ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ସତର୍କ ସୂଚନା ଜାରି କରାଯାଇଛି ।