www.samajalive.in
Saturday, December 6, 2025
16.1 C
Bhubaneswar

ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଚାର୍ଲି କିର୍କଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ଆମେରିକାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଚାର୍ଲି କିର୍କଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଟର୍ଣ୍ଣିଂ ପଏଣ୍ଟ ୟୁଏସଏର ପ୍ରତିଷ୍ଠାତା ହେଉଛନ୍ତି ୩୧ବର୍ଷୀୟ ଚାର୍ଲି କିର୍କ । ଓରେମର ଉଟାହ ଭ୍ୟାଲି ବିଶ୍ୱବିଦ୍ୟାଳୟରେ ଏହି ଗୁଳିକାଣ୍ଡ ଘଟିଛି । ଚାର୍ଲି କିର୍କ ଏଠାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିଥିବା ବେଳେ ଗୁଳିକାଣ୍ଡ ଘଟିଥିଲା । ଘଟଣା ପରେ ରାଷ୍ଟ୍ରପତି ଟ୍ରମ୍ପ ଦୁଃଖ ପ୍ରକାଶ କରିଛନ୍ତି । ଟ୍ରମ୍ପ ସୋସିଆଲ ମିଡ଼ିଆରେ କହିଛନ୍ତି ଯେ କିର୍କ ‘ସମସ୍ତଙ୍କ ପ୍ର୍ରିୟ ଥିଲେ । ସମସ୍ତେ ତାଙ୍କୁ ପ୍ରଶଂସା କରୁଥିଲେ ।
ଉଟାହ ଭ୍ୟାଲି ବିଶ୍ୱବିଦ୍ୟାଳୟର ଏକ କାର୍ଯ୍ୟକ୍ରମରେ ଭାଷଣ ଦେଉଥିବା ବେଳେ ତାଙ୍କ ବେକରେ ହଠାତ ଗୁଳି ବାଜିଥିଲା । ଆକ୍ରମଣକାରୀଙ୍କୁ ଏପର୍ଯ୍ୟନ୍ତ ଗିରଫ କରାଯାଇନାହିଁ । ଏପର୍ଯ୍ୟନ୍ତ ତଦନ୍ତରୁ ଜଣାପଡିଛି ଯେ ପ୍ରାୟ ୨୦୦ ମିଟର ଦୂରତାରୁ ଛାତ ଉପରୁ ଗୁଳି ଚଳାଇଥିଲା ଅଭିଯୁକ୍ତ । କେବଳ ଏତିକି ନୁହେଁ ପ୍ରାରମ୍ଭିକ ତଦନ୍ତରୁ ଏହା ମଧ୍ୟ ଜଣାପଡିଛି ଯେ ବୃତ୍ତିଗତ ସୁଟର ହୋଇପାରେ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories