www.samajalive.in
Friday, December 5, 2025
20.1 C
Bhubaneswar

ସ୍ୱାମୀ ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର

ଲାଞ୍ଜିଗଡ: ପାରିବାରିକ କଳହରୁ ସ୍ତ୍ରୀକୁ ଟାଙ୍ଗିଆରେ ଆକ୍ରମଣ କରିଛି ସ୍ୱାମୀ। କଳାହାଣ୍ଡି ଜିଲା ଲାଞ୍ଜିଗଡ଼଼ ଥାନା କପାଗୁଡ଼ା ଗାଁରେ ଏହି ଘଟଣା ଘଟିଛି। ଗୁରୁତର ଆହତ ମହିଳାଙ୍କୁ ପ୍ରଥମେ ଲାଞ୍ଜିଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ସେଠାରୁ ବିଷମକଟକ ଖ୍ରୀଷ୍ଟିଆନ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ସୂଚନାନୁଯାୟୀ, କପାଗୁଡା ଗାଁର ପୁରୁଷୋତ୍ତମ ମାଝୀ(୩୬) ନାମକ ଜଣେ ଯୁବକ ନିଜ ସ୍ତ୍ରୀ ବୈଜୟନ୍ତୀ ମାଝୀ(୩୫)ଙ୍କୁ ଗୋଡେଇ ଗୋଡେଇ ଏକ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ହିଁ ବୈଜୟନ୍ତୀ ଟଳି ପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପରିବାର ଲୋକେ ଉଦ୍ଧାର କରି ପ୍ରଥମେ ଲାଞ୍ଜିଗଡ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ସେଠାରୁ ବିଷମକଟକସ୍ଥିତ ଖ୍ରୀଷ୍ଟିଆନ ହସ୍ପିଟାଲରେ ଭର୍ତ୍ତି କରିଥିବା ଜଣାପଡିଛି। ଏନେଇ ତାଙ୍କର ଜଣେ ସମ୍ପର୍କୀୟ ଅକୁର ମାଝୀଙ୍କ ଅଭିଯୋଗକୁ ଭିତ୍ତି କରି ଲାଞ୍ଜିଗଡ ଥାନାଧିକାରୀ ବିଜୟଲକ୍ଷ୍ମୀ ହିକକାଙ୍କ ନେତୃତ୍ୱରେ ପୁଲିସ ଅଭିଯୁକ୍ତ ପୁରୁଷୋତ୍ତମକୁ ଥାନାକୁ ଆଣି ପଚରାଉଚରା କରୁଥିବା ଜଣାପଡିଛି। ଏ ନେଇ ଏକ ମାମଲା ( ୬୧/୨୦୨୪) ରୁଜୁ ହୋଇଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories