www.samajalive.in
Wednesday, December 10, 2025
14.1 C
Bhubaneswar

ପାରିବାରିକ କଳହରୁ ସ୍ତ୍ରୀକୁ ହତ୍ୟା ଅଭିଯୋଗ

କଟକ: କଟକ ଜିଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ଗୋକୁଳପୁର ଉତ୍ତରସାହି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ ନିଜ ପତ୍ନୀକୁ ଶିଳପୁଆରେ ଛେଚି ହତ୍ୟା କରିଛି। ହତ୍ୟାକାଣ୍ଡ ପରେ ଯୁବକ ଜଣକ ବାହାର ପଟୁ କବାଟଦେଇ ଫେରାର ହୋଇ ଯାଇଥିଲା। ଅଭିଯୁକ୍ତକୁ ମଙ୍ଗଳବାର ସକାଳେ ଟାଙ୍ଗୀ ଥାନା ଅଞ୍ଚଳରୁ ଗିରଫ କରାଯାଇଛି।
ସୂଚନାଯୋଗ୍ୟ ଯେ, ଗୋବିନ୍ଦପୁର ଥାନା ଅନ୍ତର୍ଗତ ଗୋକୁଳପୁର ଉତ୍ତରସାହି ଗ୍ରାମର ବଳରାମ ନାୟକ ଭଡା ଘରେ ନିଜ ପତ୍ନୀ ସହ ରହୁଥିଲା। ସୋମବାର ରାତିରେ ଉଭୟଙ୍କ ମଧ୍ୟରେ କୌଣସି କାରଣରୁ କଳହ ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ବଳରାମ ଏକ ଶିଳପୁଆରେ ପତ୍ନୀଙ୍କ ମୁଣ୍ଡକୁ ଛେଚି ଦେଇଥିଲା। ପତ୍ନୀଙ୍କୁ ହତ୍ୟା କରିବା ପରେ ବଳରାମ ଫେରାର ହୋଇଯାଇଥିଲେ। ପଡୋଶୀମାନେ ଏହି ହତ୍ୟାକାଣ୍ଡ ସମ୍ପର୍କରେ ଜାଣିବା ପରେ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତ ବଳରାମକୁ ଗିରଫ କରି ପଚରାଉଚରା କରୁଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories