www.samajalive.in
Sunday, December 7, 2025
23.1 C
Bhubaneswar

ଘରୋଇ କଳି କାଳ ସାଜିଲା; ଗର୍ଭବତୀ ସ୍ତ୍ରୀକୁ ହାଣି ହତ୍ୟା କଲା ସ୍ବାମୀ

କଙ୍କଡ଼ାହାଡ଼: ଘରୋଇ କଳି କାଳ ସାଜିଲା, ଯେଉଁଥିପାଇଁ ସ୍ତ୍ରୀଙ୍କୁ ନିଜ ଜୀବନ ହାରିବାକୁ ପଡ଼ିଲା। ସ୍ବାମୀ-ସ୍ତ୍ରୀ ମଧ୍ୟରେ ପାଟିତୁଣ୍ଡ ହେବାରୁ ସ୍ବାମୀ ତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା। ଏଭଳି ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ପଙ୍ଗାତିରା ଗାଁରେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଘଟଣା ପରେ ଅଭିଯୁକ୍ତ ସ୍ବାମୀ ଲଳିତ ସାହୁ ଫେରାର ରହିଛି।

ସୂଚନା ଅନୁସାରେ, ଲଳିତ ୨ବର୍ଷ ତଳେ ସେହି ଗାଁର କୃଷ୍ଣ ସାହୁଙ୍କ ଝିଅ ମିତା ସାହୁଙ୍କୁ ପ୍ରେମ ବିବାହ କରିଥିଲେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଅନେକ ଥର ଝଗଡ଼ା ହୋଇଛି। ଗାଁ ଲୋକଙ୍କ ଦ୍ବାରା ଅନେକ ଥର ଏହାର ସମାଧାନ କରାଯାଇଛି। ମିତା ୫ମାସର ଗର୍ଭବତୀ ଥିବାବେଳେ ସୋମବାର ରାତିରେ କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ପୁଣି ଝଗଡ଼ା ହୋଇଥିଲା, ଯାହା ପରବର୍ତ୍ତୀ ସମୟରେ ଉଗ୍ର ରୂପ ନେଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ସ୍ବାମୀ ବିଳମ୍ବିତ ରାତିରେ ଏକ ଟାଙ୍ଗିଆରେ ସ୍ତ୍ରୀଙ୍କୁ ହାଣି ଦେଇଥିଲା। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଝିଅକୁ ହତ୍ୟା କରାଯାଇଥିବା ନେଇ ତାଙ୍କ ବାପା ବହାବିରୋଡ଼ ଫାଣ୍ଡିରେ ଅଭିଯୋଗ କରିଛନ୍ତି। ତେବେ ମଙ୍ଗଳବାର ସକାଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚିବାରେ ବିଳମ୍ବ ହେବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକଙ୍କ ବିରୋଧ ଯୋଗୁ ପୁଲିସ ସେଠାରୁ ଫେରିଆସିଥିବା ସୂଚନା ମିଳିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories