www.samajalive.in
Monday, December 8, 2025
13.1 C
Bhubaneswar

କିସିଣ୍ଡା ବନାଞ୍ଚଳସ୍ତରୀୟ ବିଶ୍ବ ବନ୍ୟପ୍ରାଣୀ ସପ୍ତାହ 

ନାକଟିଦେଉଳ : ରାଜ୍ୟ ସରକାରଙ୍କ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ସମ୍ବଲପୁର ଜିଲ୍ଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କିସିଣ୍ଡା ରେଞ୍ଜ ପକ୍ଷରୁ ଆଜି ୭୦ତମ ବନାଞ୍ଚଳ ସ୍ତରୀୟ ବିଶ୍ବ ବନ୍ୟ ପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି।  ଏହି ଅବସରରେ ବିଭାଗ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ସହ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ସାଧାରଣ ଜ୍ଞାନ ପ୍ରତିଯୋଗିତା ଆୟୋଜିତ ହୋଇଛି।   କିସିଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ର ଛାତ୍ରୀ ଏବଂ କିସିଣ୍ଡା ରେଞ୍ଜ ର ଅଧିକାରୀ ଓ କର୍ମଚାରୀ ମାନେ ହାତରେ ପ୍ଲାକାର୍ଡ ଧରି ବନ୍ୟପ୍ରାଣୀ ସଂରକ୍ଷଣ ସମ୍ପର୍କିତ ବିଭିନ୍ନ ସଚେତନତା ବାର୍ତ୍ତା ଦେଇ ଏକ ଶୋଭାଯାତ୍ରାରେ ବାହାରି କିସିଣ୍ଡା ଗାଁ ପରିକ୍ରମା କରିଥିଲେ । ପରେ କିସିଣ୍ଡା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।  କିସିଣ୍ଡା ଗାଁ ସରପଞ୍ଚ ରୀନାରାଣୀ ନାଏକ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ  ସମ୍ମାନିତ ଅତିଥି ଭାବେ କିସିଣ୍ଡା ରେଞ୍ଜ ଅଧିକାରୀ ମହେନ୍ଦ୍ର କୁମାର ସାହୁ ଯୋଗଦେଇ ପରିବେଶ ସନ୍ତୁଳନ ଏବଂ ଜଳବାୟୁ ପରିବର୍ତ୍ତନ ରେ ବନ୍ୟ ଜନ୍ତୁ ମାନଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିବାରୁ ସେମାନଙ୍କର ସୁରକ୍ଷା ଆମ ସମସ୍ତଙ୍କର କର୍ତ୍ତବ୍ୟ ବୋଲି  ଆଲୋକପାତ କରିଥିଲେ।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories