www.samajalive.in
Tuesday, December 9, 2025
19.1 C
Bhubaneswar

ଆଜିଠୁ କମିବ ବର୍ଷା, ପୁଣି ଥରିବ ଓଡ଼ିଶା

ଭୁବନେଶ୍ୱର: ରାଜ୍ୟରେ ଆଜିଠୁ କମିବ ଅଦିନିଆ ବର୍ଷା । ଜାଡ଼ରେ ଥରିବ ସାରା ଓଡ଼ିଶା । ଆସନ୍ତାକାଲିଠୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପାଗ ଶୁଖିଲା ରହିବ । ରାଜ୍ୟରେ ୩ରୁ ୪ ଡିଗ୍ରୀ ଯାଏ ତାପମାତ୍ରା ଖସିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଭ୍ୟନ୍ତରୀଣ ଓଡିଶାର ତାପମାତ୍ରା ୩ ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ଖସିବ। ତାହା ସହ ଶୀତ ଯୋଗୁ ସାରା ରାଜ୍ୟରେ କୁହୁଡ଼ି ମଧ୍ୟ ଦେଖାଦେବ । ୧୭ ତାରିଖରେ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖାଦେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଘନ କୁହୁଡ଼ି ହେବାକୁ ନେଇ ୮ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି । କୁହୁଡ଼ି ସମୟରେ ଲୋକ ମାନଙ୍କୁ ବୁଲାବୁଲି ସହ ଗାଡ଼ି ଚଳାଇବାକୁ ବାରଣ କରାଯାଇଛି । ଗତ କିଛିଦିନ ଧରି ରାଜ୍ୟରେ ଜାରି ରହିଛି ଅଦିନିଆ ବର୍ଷା । ଫଳରେ ଲୋକମାନେ ନାହିଁ ନଥିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଆଜିଠୁ ପାଗରେ ପରିବର୍ତ୍ତନ ଆସିବା ଯୋଗୁ ଲୋକ ମାନେ ଆସ୍ୱସ୍ତି ଲାଭ କରିବେ ।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories