www.samajalive.in
Thursday, December 11, 2025
13.1 C
Bhubaneswar

୨୨ରୁ ବଢିବ ଶୀତ

ଭୁବନେଶ୍ବର : ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ଥିବାବେଳେ ୨୧ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହିତ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୨ତାରିଖରୁ ପାଗରେ ପରିବର୍ତ୍ତନ ଆସିବ। ପାଗ ମେଘୁଆ ଯୋଗୁଁ ସାରା ରାଜ୍ୟରେ ରାତି ତାପମାତ୍ରା ବୃଦ୍ଧି ପାଇଛି। ଦାରିଙ୍ଗବାଡି, ସେମିଳିଗୁଡା, ଫୁଲବାଣୀ, ଜି.ଉଦୟଗିରି ଆଦି ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୧୫ଡିଗ୍ରୀ ପହଞ୍ଚିଲାଣି।

ରାଜ୍ୟର ସର୍ବନିମ୍ନ ତାପମାତ୍ରା ସବୁଠୁ କମ୍‌ ରାଉରକେଲାରେ ୮.୪ ଡିଗ୍ରୀ ଥିବାବେଳେ ସୁନ୍ଦରଗଡ଼ ୧୦.୫, ଝାରସୁଗୁଡ଼ା ୧୦.୪, କିରେଇ ୧୧.୩, ଭୁବନେଶ୍ବର ୨୦.୪ ଏବଂ କଟକରେ ୧୮.୫ ଡିଗ୍ରୀ ରେକର୍ଡ ହୋଇଛି। ସୁନ୍ଦରଗଡ଼ ଏବଂ ଝାରସୁଗୁଡା ଜିଲାରେ ଶୀତ ଲାଗି ରହିଥିବା ବେଳେ ଅନ୍ୟାନ୍ୟ ସ୍ଥାନରେ କମିଛି। ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି।  ପରେ ପାରଦ ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ । ଫଳସ୍ବରୂପ ଶୀତ ଫେରିବ। ଗୁରୁବାର ଗଞ୍ଜାମ ଜିଲାର କିଛି ଅଞ୍ଚଳରେ ବର୍ଷା ହୋଇଥିବା ବେଳେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଅନୁଗୋଳ, ଢେଙ୍କାନାଳ,  କେନ୍ଦୁଝର, ମୟୂରଭଞ୍ଜ,  ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର,  କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର,  ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories