www.samajalive.in
Friday, December 5, 2025
23.1 C
Bhubaneswar

ବଢୁଛି ଥଣ୍ଡା: ପାରା ଖସିବ ୪ ଡିଗ୍ରୀ

ଭୁବନେଶ୍ବର: ସାରା ରାଜ୍ୟରେ ପହିଲି ଶୀତ ପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ପାହାଡ଼ିଆ ଅଞ୍ଚଳ ସହିତ ସମତଳ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା କମିଛି। ରାଜ୍ୟର ୧୭ ସ୍ଥାନରେ ରାତି ତାପମାତ୍ରା ୨୦ ଡିଗ୍ରୀ ତଳକୁ ଖସି ଆସିଥିବାବେଳେ ଫୁଲବାଣୀରେ ପାରଦ ୧୨.୫ ଡିଗ୍ରୀ ଛୁଇଁଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨ଦିନ ମଧ୍ୟରେ ସାରା ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ପରବର୍ତ୍ତୀ ସମୟରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବା ସମ୍ଭାବନା ନାହିଁ।

୪ ଡିଗ୍ରୀ ପର୍ଯ୍ୟନ୍ତ ରାତି ତାପମାତ୍ରା କମିବା ଦ୍ବାରା ଉପକୂଳରୁ ଉତ୍ତର ଓ ଦକ୍ଷିଣରୁ ପଶ୍ଚିମ ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ପ୍ରକୋପ ବଢ଼ିବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୧୪ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ଝାରସୁଗୁଡ଼ା ୧୪.୫, ଅନୁଗୋଳ ୧୫, କେନ୍ଦୁଝର ୧୫.୨, ରାଉରକେଲା ୧୫.୫, ଢେଙ୍କାନାଳ ୧୫.୮, ଭୁବନେଶ୍ବର ୧୭, କଟକ ଓ ବାରିପଦାରେ ୧୭.୬, ସମ୍ବଲପୁର ୧୮, ହୀରାକୁଦ ଓ ସୁନ୍ଦରଗଡ଼ରେ ୧୮.୨, ଚାନ୍ଦବାଲି ୧୯, ଭବାନୀପାଟଣା ୧୯.୪, ବାଲେଶ୍ବର ୧୯.୫ ଏବଂ ବଲାଙ୍ଗିରରେ ୧୯.୭ ଡିଗ୍ରୀ ରହିଛି। ଫୁଲବାଣୀରେ ୨.୫ ଡିଗ୍ରୀ ପାରଦ ଖସିଥିବାବେଳେ ଢେଙ୍କାନାଳରେ ୬.୩ଡିଗ୍ରୀ, ଭୁବନେଶ୍ବରରେ ୩.୮ଡିଗ୍ରୀ, ଅନୁଗୋଳରେ ୩ ଏବଂ ଝାରସୁଗୁଡ଼ାରେ ୩.୩ଡିଗ୍ରୀ କମିଛି। ବାୟୁ ମଣ୍ଡଳରେ ଜଳୀୟ ବାଷ୍ପ ହ୍ରାସ ପାଉଛି। ପଶ୍ଚିମାଝଡ଼ ପ୍ରଭାବରେ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ପ୍ରବେଶ କରୁଥିବା ଶୁଷ୍କ ବାୟୁ ପ୍ରଭାବରେ ରାତି ତାପମାତ୍ରା ହ୍ରାସ ପାଉଛି। ଆଗକୁ ଆହୁରି ଥଣ୍ଡା ବଢ଼ିବାର ସମ୍ଭାବନା ରହିଥିବା ଜଣାପଡ଼ିଛି।

Hot this week

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

Related Articles

Popular Categories