www.samajalive.in
Sunday, December 14, 2025
26.1 C
Bhubaneswar

ଓଡ଼ିଶା ବିଧାନସଭା ଶୀତ ଅଧିବେଶନ ନେଇ ସର୍ବଦଳୀୟ ବୈଠକ

ଭୁବନେଶ୍ୱର:ଆସନ୍ତା ୨୪ ତାରିଖରୁ ଆରମ୍ଭ ହେଉଥିବା ଷୋଡ଼ଶ ବିଧାନସଭାର ଏକାଦଶ ଅଧିବେଶନ ପାଇଁ ଆଜି ପୂର୍ବାହ୍ନରେ ମାନ୍ୟବର ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ବିଧାନସଭା ସମ୍ମିଳନୀ କକ୍ଷଠାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି ।
ଏହି ବୈଠକରେ ବିରୋଧି ଦଳ ନେତା ଜୟନାରାୟଣ ମିଶ୍ର, ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ, ବିଜ୍ଞାନ ଓ କାରିଗରୀ, ସରକାରୀ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର, ଭାରତୀୟ ଜନତା ପାର୍ଟି ବିଧାୟକ ଦଳର ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, ସଦସ୍ୟ ସୁଦାମ ମାର୍ଣ୍ଡି ଏବଂ ସଦସ୍ୟ ଲକ୍ଷ୍ମଣ ମୁଣ୍ଡା ଉପସ୍ଥିତ ରହି ବିଧାନସଭା ଅଧିବେଶନର ସୁପରିଚାଳନା ପାଇଁ ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ । ଏହି ଅଧିବେଶନରେ ରାଜ୍ୟର ୨୦୨୨-୨୩ ମସିହାର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ ହୋଇ ପାରିତ ହେବା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ରହିଛି ।
କୋଭିଡ୍‌ କଟକଣା ପ୍ରତ୍ୟାହାର କରାଯାଇଥିବା ଦୃଷ୍ଟିରୁ ଗୃହରେ ସଦସ୍ୟମାନେ ସ୍ୱାଭାବିକ ଭାବେ ନିଜ ନିଜ ସ୍ଥାନରେ ବସିବେ ଏବଂ ପ୍ରେସ୍‌ ଗ୍ୟାଲେରୀକୁ କୋଭିଡ୍‌ ପୂର୍ବବର୍ଷ ଭଳି ଗଣମାଧ୍ୟମ ପ୍ରତିନିଧିମାନେ ଆସିପାରିବେ । ଏଥି ସହିତ ଅସୁସ୍ଥତା କାରଣରୁ ଭିଡ଼ିଓ କନ୍‌ଫରେନ୍ସିଂ ଜରିଆରେ ଗୃହ କାର୍ଯ୍ୟରେ ଯୋଗଦେବାକୁ ଚାହୁଁଥିବା ସଦସ୍ୟମାନେ ଦରଖାସ୍ତ ଜରିଆରେ ଜଣାଇଲେ ତାଙ୍କୁ ସେହି ସୁବିଧା ଯୋଗାଇଦେବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି ବୋଲି ବାଚସ୍ପତି ଶ୍ରୀ ଆରୁଖ କହିଛନ୍ତି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories