www.samajalive.in
Saturday, December 6, 2025
15.1 C
Bhubaneswar

ଫୁଲବାଣୀ ସବୁଠୁ ଥଣ୍ଡା ସହର: ୫ ପରେ କମିବ ଶୀତ

ଭୁବନେଶ୍ଵର : ଜାଡରେ ଥରୁଛି ସାରା ଓଡିଶା। କମୁଛି ରାତି ତାପମାତ୍ରା। ୧୦ ଡିଗ୍ରୀ ତଳେ ରହିଛି ୯ ସହରର ତାପମାତ୍ରା। ୭.୫ ଡିଗ୍ରୀ ସହ ଫୁଲବାଣୀ ସବୁଠୁ ଥଣ୍ଡା ସହର ପାଲଟିଛି। ରାଉରକେଲାରେ ୮.୭, କୋରାପୁଟରେ ୮.୮, ଝାରସୁଗୁଡା ଓ ଅନୁଗୁଳରେ ୯ ଡିଗ୍ରୀ , କେନ୍ଦୁଝରରେ ୧୦.୪, ହୀରାକୁଦରେ ୧୧.୬, ଦାରିଙ୍ଗବାଡିରେ ୯.୫, ଭବାନୀପାଟଣାରେ ୯.୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଆଜି ମଧ୍ୟ ପ୍ରବଳ ଥଣ୍ଡା ଅନୁଭୁତ ହେବ । କାରଣ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ। ୨ରୁ ୩ ଡିଗ୍ରୀ ଯାଏଁ ବଢିପାରେ ପାରଦ। ୫ ତାରିଖ ପରେ ଶୀତ କମିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ସେହିପରି ଆଜି ଏବଂ ଆସନ୍ତାକାଲି ଘନ କୁହୁଡି ନେଇ କିଛି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ଆଜି ସକାଳେ ଟ୍ବିନ୍ ସିଟିରେ ଘନ କୁହୁଡି ଦୃଶ୍ୟମାନ ହୋଇଛି। ଯାହାଫଳରେ କି ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories