www.samajalive.in
Saturday, December 6, 2025
23.1 C
Bhubaneswar

ଆଜିଠୁ କମିବ ଶୀତ: ଟ୍ବିନ୍ ସିଟିରେ ଘନ କୁହୁଡି, ଲୁଚିଗଲା ଶ୍ରୀମନ୍ଦିର

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଜାରି ରହିଛି। ଆଜି ଭୁବନେଶ୍ଵର, କଟକ, ପୁରୀ ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡି ଦୃଶ୍ୟମାନ ହୋଇଛି। ପ୍ରବଳ କୁହୁଡି ଯୋଗୁଁ ପୁରୀ ଶ୍ରୀମନ୍ଦିର ମଧ୍ୟ ଲୁଚିଯାଇଛି। ଏପରିକି ଘନ କୁହୁଡି ଯୋଗୁଁ ଆଗକୁ ୫୦ ମିଟର ଦେଖିବା ବି କଷ୍ଟକର ହୋଇପଡିଛି। ସେପଟେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ତେଣୁ ଆଜିଠାରୁ ଶୀତ କମିବାର ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗତ ୪ତାରିଖରୁ ଉତ୍ତର-ପଶ୍ଚିମ ଭାରତରେ ପଶ୍ଚିମାଝଡ଼ ପ୍ରଭାବ ପଡ଼ିଛି। ଦେଶର ମଧ୍ୟଭାଗରେ ଗୁରୁଚାପ ବଳୟ ତା’ର ସ୍ଥିତିରେ ପରିବର୍ତ୍ତନ କରିଛି। ଫଳରେ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଉତ୍ତର-ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ଦୁର୍ବଳ ହୋଇଛି। ଏଥିସହ ଏକ ପୂର୍ବାଳୀ ନିମ୍ନଚାପ ରେଖା ପ୍ରଭାବରେ ସୋମବାରଠାରୁ ରାଜ୍ୟ ମଧ୍ୟକୁ ଉଷ୍ଣ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବାହର ପ୍ରାଧାନ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଫଳସ୍ବରୂପ ସୋମବାରଠାରୁ ରାତି ତାପମାତ୍ରା ବୃଦ୍ଧିର ସମ୍ଭାବନା ଥିବାରୁ ଶୀତ କମିପାରେ।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories