www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏଁ ଶୀତ ଲହରି ଜାରି ରହିବ। ଜି.ଉଦୟଗିରିରେ ତାପମାତ୍ରା ୪.୩, ସେମିଳିଗୁଡାରେ ୪.୬, ଫୁଲବାଣୀରେ ୭.୨ , ଝାରସୁଗୁଡାରେ ୭.୪ , ଦାରିଙ୍ଗବାଡିରେ ୭.୫ , ରାଉରକେଲାରେ ୭.୬ , ଚିପିଲିମାରେ ୮ , ଅନୁଗୁଳରେ ୮.୮, କିରେଇରେ ୮.୯ , ଭବାନୀପାଟଣାରେ ୯ ଡିଗ୍ରୀ ରେକର୍ଡ ହୋଇଛି।
ବିଶେଷକରି କନ୍ଧମାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଅନୁଗୋଳ, କେନ୍ଦୁଝର, ସମ୍ବଲପୁର ଏବଂ ମୟୂରଭଞ୍ଜ ଜିଲାର ବିଭିନ୍ନ ଅଞ୍ଚଳରେ ହାଡ଼ଭଙ୍ଗା ଜାଡ଼ ଅନୁଭୂତ ହେଉଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଅନୁଗୋଳ, ଝାରସୁଗୁଡ଼ା, ଖୋର୍ଦ୍ଧା ଏବଂ ଜଗତସିଂହପୁର ଜିଲାର ବିଭିନ୍ନ ଅଞ୍ଚଳରେ ଶୀତ ପ୍ରକୋପ ଆହୁରି ବଢ଼ିବା ସମ୍ଭାବନା ରହିଛି। ଏଥିପାଇଁ ଉପରୋକ୍ତ ଜିଲାଗୁଡ଼ିକୁ ଶୀତ ଲହରୀ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ପୁଣି ସପ୍ତାହେ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବା ସମ୍ଭାବନା ନାହିଁ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories