www.samajalive.in
Wednesday, December 10, 2025
16.1 C
Bhubaneswar

୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବାରୁ ପାହାଡ଼ିଆ ଏବଂ ସମତଳ ଅଞ୍ଚଳଗୁଡିକରେ ଶୀତ ଲହରୀ ଜାରି ରହିଥିଲା। ଗତ ୨୪ଘଣ୍ଟା ମଧ୍ୟରେ ଅନେକ ଅଞ୍ଚଳରେ ରାତି ତାପମାତ୍ରା ବୃଦ୍ଧି ପାଇଛି। ଫଳସ୍ବରୂପ ଶୀତ ପ୍ରକୋପ ସାମାନ୍ୟ କମିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଆସନ୍ତା ୩ଦିନ ମଧ୍ୟରେ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବା ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ।

ଗତ ୨୪ ଘଣ୍ଟାମଧ୍ୟରେ ଦାରିଙ୍ଗବାଡ଼ି ଏବଂ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮ଡିଗ୍ରୀ ଲେଖାଏଁ ଥିବାବେଳେ ଅନୁଗୋଳରେ ୯.୮, ଝାରସୁଗୁଡାରେ ୧୦.୧, ଭବାନୀପାଟଣାରେ ୧୦.୪, ନବରଙ୍ଗପୁରରେ ୧୧, ରାଉରକେଲାରେ ୧୧.୫, କୋରାପୁଟରେ ୧୧.୫, ବଲାଙ୍ଗିରରେ ୧୧.୮, ହୀରାକୁଦରେ ୧୪.୮, ସୁନ୍ଦରଗଡ଼ରେ ୧୨, କେନ୍ଦୁଝରରେ ୧୨.୬, ଢେଙ୍କାନାଳରେ ୧୩, ବରଗଡ଼ରେ ୧୪.୪, କଟକରେ ୧୪ ଏବଂ ଭୁବନେଶ୍ବରରେ ୧୪.୧ ଡିଗ୍ରୀ ରହିଛି।

Hot this week

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

Related Articles

Popular Categories