www.samajalive.in
Monday, December 8, 2025
14.1 C
Bhubaneswar

୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ତାପମାତ୍ରା

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବାରୁ ପାହାଡ଼ିଆ ଏବଂ ସମତଳ ଅଞ୍ଚଳଗୁଡିକରେ ଶୀତ ଲହରୀ ଜାରି ରହିଥିଲା। ଗତ ୨୪ଘଣ୍ଟା ମଧ୍ୟରେ ଅନେକ ଅଞ୍ଚଳରେ ରାତି ତାପମାତ୍ରା ବୃଦ୍ଧି ପାଇଛି। ଫଳସ୍ବରୂପ ଶୀତ ପ୍ରକୋପ ସାମାନ୍ୟ କମିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଆସନ୍ତା ୩ଦିନ ମଧ୍ୟରେ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବା ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ।

ଗତ ୨୪ ଘଣ୍ଟାମଧ୍ୟରେ ଦାରିଙ୍ଗବାଡ଼ି ଏବଂ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮ଡିଗ୍ରୀ ଲେଖାଏଁ ଥିବାବେଳେ ଅନୁଗୋଳରେ ୯.୮, ଝାରସୁଗୁଡାରେ ୧୦.୧, ଭବାନୀପାଟଣାରେ ୧୦.୪, ନବରଙ୍ଗପୁରରେ ୧୧, ରାଉରକେଲାରେ ୧୧.୫, କୋରାପୁଟରେ ୧୧.୫, ବଲାଙ୍ଗିରରେ ୧୧.୮, ହୀରାକୁଦରେ ୧୪.୮, ସୁନ୍ଦରଗଡ଼ରେ ୧୨, କେନ୍ଦୁଝରରେ ୧୨.୬, ଢେଙ୍କାନାଳରେ ୧୩, ବରଗଡ଼ରେ ୧୪.୪, କଟକରେ ୧୪ ଏବଂ ଭୁବନେଶ୍ବରରେ ୧୪.୧ ଡିଗ୍ରୀ ରହିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories