www.samajalive.in
Friday, December 5, 2025
20.1 C
Bhubaneswar

ହାଇୱା ଧକ୍କାରେ ମହିଳାଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼: ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ବସନ୍ତପଡ଼ା ପଞ୍ଚାୟତ ବସନ୍ତପଡ଼ା ରାସ୍ତା ଡେଙ୍ଗସର୍ଗି ଗାଁ ନିକଟରେ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ନାମ ଭୁର୍କୁଲି ମାଝୀ (୫୫)। ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ପରିବାର ଲୋକେ କ୍ଷତିପୂରଣ ଦାବିରେ ମୁନିଗୁଡ଼ା-ଲାଞ୍ଜିଗଡ଼ ରାସ୍ତା ଅବରୋଧ କରିଛନ୍ତି। ଫଳରେ ମୁନିଗୁଡ଼ାରୁ ଲାଞ୍ଜିଗଡ ଶିଳ୍ପାଞ୍ଚଳକୁ ଯୋଗାଯୋଗ ଠପ ହୋଇଯାଇଛି। ଘଟଣାସ୍ଥଳରେ ଲାଞ୍ଜିଗଡ ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲା। ପୁଲିସ ପକ୍ଷରୁ ଦୁର୍ଘଟଣା ଘଟାଇ ପଳାଇ ଯାଇଥିବା ହାଇୱାକୁ ଜବତ କରାଯିବାକୁ ଉଦ୍ୟମ ଜାରି ରହିଛି ବୋଲି ଲାଞ୍ଜିଗଡ ଥାନାଧିକାରୀ ଜିତେନ୍ଦ୍ର ବିଶ୍ୱାଳ ସୂଚନା ଦେଇଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories