www.samajalive.in
Thursday, December 11, 2025
18.1 C
Bhubaneswar

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଗତ ବୁଧବାର ରାତିରେ ଏହି ଘଟଣା ଘଟିଛି। ମହିଳାଙ୍କୁ ହାତୀ ଦଳିଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ସେ ହେଲେ ଗ୍ରାମର ମନ୍ଦାର ପଟେଲ(୩୫)।

ସୂଚନାଯୋଗ୍ୟ, ଗତ କିଛି ଦିନ ହେଲା ୩୦ଟିକିଆ ହାତୀପଲ ଅଞ୍ଚଳର ଫସଲ ଖାଉଥିବା ବେଳେ ଘର ଦ୍ବାର ଭାଙ୍ଗି ଛାର ଖାର କରିଦେଉଛନ୍ତି । ବନ ବିଭାଗ ଗଜସାଥୀ ସହାୟତାରେ ହାତୀ ଘଉଡ଼ାଇବା ପରିବର୍ତ୍ତେ ଚୁପ ବସିଛି। ରାତିରେ ବିଦ୍ୟୁତ୍ କାଟ ରହୁ ଥିବାରୁ ହାତୀମାନେ ଅନ୍ଧାରରେ ଘର ଦ୍ବାର ଭାଙ୍ଗିବା ସହ ଫସଲ ନଷ୍ଟ କରୁଛନ୍ତି। ମନ୍ଦାର ପଟେଲଙ୍କ ମୃତ୍ୟୁରେ ତୁରେକେଲା ଥାନାରେ ଏକ ଅପମୃତ୍ୟୁ ମାମଲା(୧୧/୨୫) ରୁଜୁ ହୋଇଛି। ପୁଲିସ ଘଟଣାର ତଦନ୍ତ କରୁଥିବା ଥାନା ଅଧିକାରୀ ରାକେଶ କୁମାର ବେହେରା ସୂଚନା ଦେଇଛନ୍ତି। ମନ୍ଦାରଙ୍କ ପରିବାରକୁ ସରକାର କ୍ଷତିପୂରଣ ଯଥାଶୀଘ୍ର ପ୍ରଦାନ କରନ୍ତୁ ବୋଲି ଅଞ୍ଚଳବାସୀ ଦାବି କରିଛନ୍ତି।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

Related Articles

Popular Categories