www.samajalive.in
Friday, December 12, 2025
19.1 C
Bhubaneswar

ଅଧା ରହିଗଲା ଘର ବାହୁଡା, ଶ୍ରମିକ ସ୍ପେଶାଲ ଟ୍ରେନରେ ମହିଳାଙ୍କ ମୃତ୍ୟୁ

ଭୁବନେଶ୍ଵର : ଅଧା ରହିଗଲା ଘର ବାହୁଡା, ଘରକୁ ଫେରୁଥିବା ବେଳେ ଶ୍ରମିକ ସ୍ପେଶାଲ ଟ୍ରେନରେ ଚାଲିଗଲା ଜୀବନ । ଏପରି ଏକ ଦୁଃଖଦ ଘଟଣା ଘଟିଛି ଆନ୍ଧ୍ର ପ୍ରଦେଶର ବିଶାଖାପାଟଣାରୁ ବଲାଙ୍ଗୀର ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନରେ । ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଗତକାଲି ବଲାଙ୍ଗୀର ଅଭିମୁଖେ ବାହାରି ଥିବା ଶ୍ରମିକ ସ୍ପେଶାଲ ଟ୍ରେନରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ମହିଳାଙ୍କ ନାଁ ରାଧା କର । ମହିଳା ଜଣଙ୍କ କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଅଞ୍ଚଳର ବୋଲି ଜଣାପଡିଛି । ଏହି ଟ୍ରେନରେ ପ୍ରାୟ ଏକ ହଜାର ପ୍ରବାସୀ ଓଡ଼ିଆ ଥିଲେ। ତେବେ ବିଶାଖାପାଟଣାରୁ ଆସିଥିବା ଏହି ଟ୍ରେନ୍ ଆଜି ଭୋର ୪ଟା ୫୦ରେ ବଲାଙ୍ଗୀର ଷ୍ଟେସନରେ ପହଁଞ୍ଚିଥିଲା । ବଲାଙ୍ଗୀର ଷ୍ଟେସନରେ ପହଞ୍ଚିବା ପରେ ଟ୍ରେନ୍‌ରୁ ଉକ୍ତ ମହିଳାଙ୍କୁ ଉଦ୍ଧାର କରି ଜିଆରପି ପୁଲିସ ବଲାଙ୍ଗୀର ଜିଲା ମୁଖ୍ୟଚିକିତ୍ସାଳୟକୁ ନେଇଥିଲେ । ସେଠାରେ ଜିଲ୍ଲା ଅତିରିକ୍ତ ମୁଖ୍ୟ ଚିକିତ୍ସାଧିକାରୀ ରାଧା ଖରାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ଜିଆରପି ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମିଳିଥିବା ସୂଚନା ମୁତାବକ ମହିଳାଙ୍କ ଛାତିରେ ପ୍ରଥମେ ଯନ୍ତ୍ରଣା ଅନୁଭୂତ ହୋଉଥିଲା ବୋଲି ଟ୍ରେନରେ ଯାତ୍ରା କରୁଥିବା ତାଙ୍କ ସମ୍ପର୍କୀୟ କହିଛନ୍ତି

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories