ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲାର ଲାଚ୍ଛିପୁର ଫାଣ୍ଡି ଅନ୍ତର୍ଗତ ରାଏପାଲି ଗାଁରେ ଶନିବାର ସକାଳେ ଏକ ହତ୍ୟାକାଣ୍ଡ ଘଟିଛି। ଗାଁର ଜଣେ ମହିଳା ବାସନ ମାଜୁଥିବାବେଳେ ପଛପଟୁ ଦୁର୍ବୃତ୍ତ ଆସି ମାରଣାସ୍ତ୍ରରେ ଆକ୍ରମଣ କରି ଫେରାର ହୋଇଯାଇଛି। ଆକ୍ରମଣ ପରେ ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ଘଟିଛି। ହତ୍ୟାକାଣ୍ଡର କାରଣ ଜଣାପଡ଼ି ନ ଥିବାବେଳେ ଲାଚ୍ଛିପୁର ଫାଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଘଟଣା ପରେ ଗାଁରେ ଭୟର ବାତାବରଣ ଖେଳିଯାଇଛି।
Popular Categories



