www.samajalive.in
Saturday, December 6, 2025
14.1 C
Bhubaneswar

ହାତୀ ଆକ୍ରମଣରେ ମହିଳା ଗୁରୁତର, ଏସସିବିରେ ଭର୍ତ୍ତି

କାମାକ୍ଷାନଗର: ଥମୁନି ହାତୀ ଆତଙ୍କ। ହାତୀ-ମଣିଷ ଲଢେଇ ମଧ୍ୟରେ କେତେବେଳେ ହାତୀର ଜୀବନ ଯାଉଛି ତ ଆଉ କେତେବେଳେ ମଣିଷ ତାର ଜୀବନ ହରାଉଛି। ସେମିତି କିଛି ଘଟଣା କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ଗାଁରେ ଦେଖିବାକୁ ମିଳିଛି। ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ମୁକ୍ତାପଶି ଗାଁର ରଚନା ନାୟକ ବୋଲି ଜଣାପଡିଛି। ଆଜି ସକାଳେ ରଚନା କୌଣସି କାମ ପାଇଁ ଘରୁ ବାହାରକୁ ଯାଇଥିବାବେଳେ ଏକ ଦନ୍ତା ହାତୀ ତାଙ୍କୁ ଆକ୍ରମଣ କରିଥିଲା। ପରିବାର ଲୋକ ତାଙ୍କୁ ଗୁରୁତର ଅବସ୍ଥାରେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିଲେ। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ହାତୀଟି ପରଜଙ୍ଗ ଅଞ୍ଚଳରୁ ଆସିଥିବା ଜଣାପଡିଛି। ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories