www.samajalive.in
Sunday, December 14, 2025
15.1 C
Bhubaneswar

ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ବିଶ୍ୱ ରେକର୍ଡ

ଡବଲିନ : ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳ ଶୁକ୍ରବାର ଅନ୍ତର୍ଜାତୀୟ କ୍ରିକେଟରେ ଏକ ନୂଆ ରେକର୍ଡ ସୃଷ୍ଟି କରିଛି। ଡବିଲିନରେ ଖେଳାଯାଇଥିବା ଆୟାର୍ଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ନ୍ୟୁଜିଲାଣ୍ଡ ମହିଳା ଦଳ ନିର୍ଧାରିତ ୫୦ ଓଭରରେ ୪ ୱିକେଟ ହରାଇ ୪୯୦ରନ କରି ନିଜ ନାମରେ ଥିବା ପୂର୍ବ କୀର୍ତିମାନକୁ ପଛରେ ପକାଇଛି। ଏହା ପୂର୍ବରୁ ନ୍ୟୁଜିଲାଣ୍ଡ ଦଳ ୧୯୯୭ମସିହାରେ କ୍ରାଇଷ୍ଟଚର୍ଚ୍ଚରେ ପାକିସ୍ତାନ ବିପକ୍ଷରେ ୫ୱିପେଟ ହରାଇ ୪୫୫ ରନ କରିଥିଲା ଏବଂ ସେହି ମ୍ୟାଚକୁ ୪୦୮ ରନରେ ଜିତିଥିଲା। ଶୁକ୍ରବାର ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ଅଧିନାୟକ ସୁଜି ବେଟସ ସର୍ବାଧିକ ରନ କରିଥିଲେ। ସେ ୯୪ବଲରୁ ଦୁଇଟି ଛକା ଏବଂ ୨୪ଟି ଚୈାକା ସହାୟତାରେ ୧୫୧ରନ କରିଥିଲେ। ତାଙ୍କ ବ୍ୟତିତ ମେଡି ଗ୍ରିନ ୭୭ଟି ବଲରୁ ୧୫ଟି ଚୈାକା ଏବଂ ଗୋଟିଏ ଛକାର ସହାୟତାରେ ୧୨୧ରନ କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories