www.samajalive.in
Thursday, December 11, 2025
13.1 C
Bhubaneswar

ସ୍ୱତନ୍ତ୍ର ସହାୟତା ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ

ଚୌଦ୍ୱାର : ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା(ଏସପିଏଫ୍) ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି । ଗାନ୍ଧି ଛକସ୍ଥିତ ପୌର ଟାଉନହଲରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧାୟକ ସୌଭିକ ବିଶ୍ୱାଳ ଯୋଗଦେଇ ପୌରପାଳିକାର ୧୯ଟି ୱାର୍ଡରେ ୧କୋଟି ୨୩ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ୨୬ଟି ପ୍ରକଳ୍ପ ପାଇଁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ । ବିଜେଡି ଜିଲ୍ଲା ଉପସଭାପତି ପ୍ରେମାଚନ୍ଦ ନାୟକଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୌରାଧ୍ୟକ୍ଷା ମାନସୀ ସ୍ୱର୍ଣ୍ଣପ୍ରଭା ସାମଲ, ନଗର ସଭାପତି ବିଷ୍ଣୁ ଚରଣ ପରିଡା, କାର୍ଯ୍ୟକାରୀ ସଭାପତି ବିମଲ କୁମାର ବେଉରା, ଜିଲ୍ଲା ଯୁଗ୍ମ ସଂପାଦକ ଅର୍ଜୁନ ପଣ୍ଡା, କାଉନସିଲର ଅଜୟ ବେହେରା, ଦୀଲ୍ଲିପ ସାହୁ, ବିଜୟ ସାହୁ, ସବିତା ମାହାଳି,ସୁଜାତା ସାହୁ, ବିଜୟଲକ୍ଷ୍ମୀ ବେହେରା, ରଞ୍ଜୁଲତା ଦାସଙ୍କ ସମେତ ବହୁ କାଉନସିଲର ଓ ଦଳୀୟକର୍ମୀ ଯୋଗ ଦେଇଥିଲେ । ଏଥି ସହିତ ଟାଙ୍ଗୀ-ଚୌଦ୍ୱାର ବ୍ଲକ୍ ଅଧିନ ୫ଟି ପଞ୍ଚାୟତରେ ୮୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ୧୯ଟି ପ୍ରକଳ୍ପର କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା । ଆଗ୍ରାହାଟ କଲ୍ୟାଣ ମଣ୍ଡପରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଧାୟକଙ୍କ ସମେତ ୫ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଓ ସ୍ଥାନୀୟ ଜନ ସାଧାରଣ ଉପସ୍ଥିତ ଥିଲେ । ନଖରାସ୍ଥିତ କନକେଶ୍ୱର ମନ୍ଦିରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧାୟକ ଯୋଗଦେଇ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରିଥିଲେ ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories