www.samajalive.in
Sunday, December 7, 2025
26.1 C
Bhubaneswar

ବିଦ୍ୟାଳୟସ୍ତରୀୟ ଶିଶୁ ଲେଖକ କର୍ମଶାଳା ଅନୁଷ୍ଠିତ

ଗଞ୍ଜାମ: ଗଞ୍ଜାମ ବ୍ଲକ ଅନ୍ତର୍ଗତ ବାହାଲପୁର ପ୍ରାଥମିକ ବିଦ୍ୟାଳୟରେ ଶିଶୁ ଲେଖକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାଗିରଥି ବେହେରା ମୁଖ୍ୟ ଅତିଥି, ଗାହାଣୀ ଗାୟକ ମାଗତା ବେହେରା ମୁଖ୍ୟବକ୍ତା, ଗ୍ରାମ୍ୟ କମିଟି ସଭାପତି ରାମଚନ୍ଦ୍ର ବେହେରା ଓ ନାଏବ ସରପଞ୍ଚ ନିରଞ୍ଜନ ବେହେରା ସମ୍ମାନିତ ଅତିଥି, ସିଆରସିସି ଶରତ ଚନ୍ଦ୍ର ବେହେରା ନିମନ୍ତ୍ରିତ ଅତିଥି ରୂପେ ଯୋଗ ଦେଇଥିଲେ।

କବିତା, ଗଳ୍ପ ଓ ପ୍ରବନ୍ଧ ପଠନ ପ୍ରଥମରୁ ପଞ୍ଚମ ଶ୍ରେଣୀ ଛାତ୍ରଛାତ୍ରୀ ନିଜ ଦକ୍ଷତାର ପରିଚୟ ଦେଇଥିଲେ । ଭାଷା ଓ ସାହିତ୍ୟ ମାଧ୍ୟମରେ ପିଲାଙ୍କ ଭିତରେ ବିଭିନ୍ନ ଦକ୍ଷତା ବୃଦ୍ଧିର ଉଦ୍ଦେଶ୍ୟ ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷକ ତ୍ରିନାଥ ରେଡ୍ଡୀ ପରିଚାଳନ କରିଥିଲେ ଓ ସଭାପତିତ୍ଵ କରିଥିଲେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଟୁଟୁ ବେହେରା । ଏଥିରେ ବିଦ୍ୟାଳୟର ପରିଚାଳନା କମିଟି ସଦସ୍ୟ ଓ ଅଙ୍ଗନୱାଡି କର୍ମୀ ସହଯୋଗ କରିଥିଲେ । ଶିକ୍ଷକ ମହେଶ ବେହେରା ସଂଯୋଜନା କରିଥିବା ବେଳେ ଭବାନୀ ମହାନ୍ତି ଓ ସୁକାନ୍ତ ନାୟକ ପରିଚାଳନା ସହଯୋଗ କରିଥିଲେ । ଶେଷରେ ପିଲାମାନଙ୍କୁ ଅତିଥିଙ୍କ ଦ୍ଵାରା ପ୍ରଶଂସା ପତ୍ର ଓ ପୁସ୍ତକ ପ୍ରଦାନ କରାଯିବା ସହ କବି ମାଗତା ବେହେରାଙ୍କୁ ଆଞ୍ଚଳିକ ପ୍ରତିଭା ରୂପେ ସମ୍ମାନୀତ କରାଯାଇଥିଲା ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories