www.samajalive.in
Friday, December 12, 2025
15.1 C
Bhubaneswar

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି। ପ୍ରାକୃତିକ ସଂପଦର ରକ୍ଷା, ପରିବେଶ ସୁରକ୍ଷା ଓ ପୃଥିବୀକୁ ସୁସ୍ଥ ଓ ସୁନ୍ଦର ବନାଇବା ଉଦ୍ଦେଶ୍ୟରେ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀମାନେ ଏହି ଅବସରରେ ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭ୍ରମରବର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ହେବା ସହ ବିଦ୍ୟାଳୟ ପରିସରରୁ ଏକ ସଚେତନତା ଶୋଭାଯାତ୍ରା ଢେଙ୍କିକୋଟ ବଜାର ଅଞ୍ଚଳ ପରିକ୍ରମା କରିଥିଲା । ଏହି ଶୋଭାଯାତ୍ରା ଛାତ୍ରଛାତ୍ରୀମାନେ ପ୍ରକୃତି ସୁରକ୍ଷା ବିଷୟରେ ପ୍ଲାକାର୍ଡ ଓ ସ୍ଲୋଗାନ୍ ଉପସ୍ଥାପନ କରି ସମାଜକୁ ସନ୍ଦେଶ ଦେଇଥିଲେ। ଏହା ବ୍ୟତୀତ ବିଦ୍ୟାଳୟ ପରିସରରେ ଭାଷଣ ପ୍ରତିଯୋଗିତା ଆୟୋଜିତ ହୋଇଥିଲା ଏବଂ ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରି ପୃଥିବୀ ଓ ପରିବେଶ ସୁରକ୍ଷା ବିଷୟରେ ଜଣାଇଥିଲେ। ଏହି ସମସ୍ତ କାର୍ଯ୍ୟକ୍ରମ ଆୟୋଜନରେ ବିଦ୍ୟାଳୟର ଇକୋ କ୍ଲବ ଏକ ମୁଖ୍ୟ ଭୂମିକା ନିର୍ବାହ କରିଥିଲା। ଏହି କ୍ଲବର ଶିକ୍ଷକ ସଦସ୍ୟ ନର୍ମଦା ମହାନ୍ତ, ଭାଗ୍ୟଶ୍ରୀ ଦଳାଇ, ରମାକାନ୍ତ ସେଠି ଓ ମୋନିକା ଦାଶ ଏହାର ବ୍ୟବସ୍ଥାପନା ଓ ସଫଳ ନିର୍ବାହ ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥିଲେ। ସେମାନଙ୍କ ସହ ଅନେକ ଛାତ୍ରଛାତ୍ରୀ ମଧ୍ୟ ଏହି କ୍ଲବର ସଦସ୍ୟ ଭାବରେ ନିର୍ବାହ କାର୍ଯ୍ୟରେ ସହଯୋଗ କରିଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories