www.samajalive.in
Tuesday, November 18, 2025
27.1 C
Bhubaneswar

ବିଦ୍ୟାଳୟରେ ବିଶ୍ୱ ହାତଧୁଆ ଦିବସ

ଫୁଲବାଣୀ: ଫୁଲବାଣୀ ସରକାରୀ ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟ ଅଧ୍ୟକ୍ଷ ଡ଼. ଜ୍ୟୋତି ପ୍ରକାଶ ରଥଙ୍କ ଆନୂକୂଲ୍ୟରେ ଛାତ୍ରୀ ନିବାସ ପ୍ରାଙ୍ଗଣରେ ବିଶ୍ୱ ହାତଧୁଆ ଦିବସ ପାଳିତ ହୋଇଯାଇଛି । ଅଧ୍ୟାପିକା ଶ୍ରାବଣୀ ବେହେରାଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀନିବାସର ତତ୍ତ୍ୱାବଧାରିକା ମାମାନିଶା ମହାରଣା ଛାତ୍ରୀମାନଙ୍କୁ ହାତ ଧୋଇବାର ପ୍ରକ୍ରିୟା ଓ ଏହାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ । ହାତ ଧୋଇବା ଦ୍ୱାରା ଅନେକ ରୋଗ ନିରାକରଣ କରାଯାଇ ପାରିବ ବୋଲି ସେ ମତ ପ୍ରକାଶ କରିଥିଲେ। ଏହି ଅବସରରେ ଶିକ୍ଷାର୍ଥୀମାନଙ୍କୁ ହାତ ଧୋଇବା ପାଇଁ ହାତଧୁଆ ସାମଗ୍ରୀ ଉଲବଧ୍ୱ କରାଯାଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ରହି ନିଜର ସ୍ୱାସ୍ଥ୍ୟ ଏବଂ ସମାଜର ସୁରକ୍ଷା ଉପରେ ମତ ଦେଇଥିଲେ।

Hot this week

ଏକ୍ସ ଓ ଚାଟ୍‌ଜିପିଟି ସର୍ଭର ଡାଉନ୍

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ଏବଂ ଚାଟ୍ ଜିପିଟି ସର୍ଭର...

ବିମାନ ୩ ଘଣ୍ଟା ବିଳମ୍ବ, ପୁଣେ ବିମାନବନ୍ଦରରେ ତିକ୍ତତା

ପୁଣେ, ୧୮ା୧୧: ପୁଣେ ବିମାନବନ୍ଦରରେ ମଙ୍ଗଳବାର ଇଣ୍ଡିଗୋର ପୁଣେ-ଦିଲ୍ଲୀ ବିମାନ(୬ଇ ୬୭୬୩)...

ମୃତଦେହ ଝୁଣି ଖାଉଛି କୁକୁର

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ଵରରେ ମଣିଷ ଶରୀରକୁ ଝୁଣି ଖାଉଛି କୁକୁର। ବିଲ...

ଗୁରୁବାର ଶପଥ ନେବେ ନୀତିଶ

ସମାଜ ଲାଇଭ ଡ଼େସ୍କ : ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଆଗାମୀ...

୫୦ କୋଟିରେ ତିଆରି ହେଲା ମୁଖ୍ୟାଳୟ, ବୈଠକ ଗୃହ କରିବାକୁ ଭୁଲିଗଲେ

ସମାଜଲାଇଭ ଡେସ୍କ: ୫୦ କୋଟି ଖର୍ଚ୍ଚ କରି ମୁଖ୍ୟାଳୟ ତିଆରି କଲେ।...

Related Articles

Popular Categories