www.samajalive.in
Saturday, December 6, 2025
16.1 C
Bhubaneswar

ବିଶ୍ୱ ହାତଧୂଆ ଦିବସରେ ସଚେତନତା

ଆଠଗଡ : ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନ ମେଘା ସେକ୍ଟରର ଗାଁ କଲ୍ୟାଣ ସମିତି ସମୂହ ଆନୁକୁଲ୍ୟରେ ଶୁକ୍ରବାର ବିଶ୍ୱ ହାତଧୂଆ ଦିବସରେ ଜନ ସଚେତନତା ସୃଷ୍ଟି କରାଯାଇଥିଲା। କଟକିଆ ସାହି ପଞ୍ଚାୟତର ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରଠାରେ ଆୟୋଜିତ ଏକ ସଚେତନତା ସଭାରେ ବରିଷ୍ଠ ବହୁମୁଖୀ ସ୍ୱାସ୍ଥ୍ୟ ପରିଦର୍ଶକ ମହମ୍ମଦ ଅସଲମ ସଂଯୋଜନାରେ କରି ହାତଧୂଆ ଦିବସ ପାଳନର ଉଦ୍ଦେଶ୍ୟ ଓ ଲକ୍ଷ୍ୟ ସଂପର୍କରେ ଆଲୋକପାତ କରିବା ସହ ଏହାର ବହୁମୁଖୀ ଉପକାରିତା ସଂପର୍କରେ ବୁଝାଇଥିଲେ। ହାତ ଭଲକରି ନଧୋଇ ଖାଦ୍ୟ ଖାଇବା ବା ଖାଦ୍ୟ ପ୍ରସ୍ତୁତ କରିବା ଦ୍ୱାରା ଅନେକ ପ୍ରକାରର ରୋଗ ସଂକ୍ରମଣ ହୋଇଥାଏ। ତେଣୁ ଖାଦ୍ୟପ୍ରସ୍ତୁତ କରିବା ଏବଂ ଖାଇବା ପୂର୍ବରୁ ଓ ପରେ ଭଲକରି ହାତ ଧୋଇବା ଉପରେ ଶ୍ରୀ ଅସଲମ ଗୁରୁତ୍ୱାରୋପ କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟକର୍ମୀ ପ୍ରଣିତା ବାରିକ, ଆଶାକର୍ମୀ ହେମା ଶର୍ମାଙ୍କ ସମେତ ଅଙ୍ଗନବାଡି କର୍ମୀ, ମହିଳା ସ୍ୱୟଂସହାୟକ ଗୋଷ୍ଠୀର ସଦସ୍ୟ ଏବଂ ଗାଁ କଲ୍ୟାଣ ସମିତିର ସଦସ୍ୟ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିବା ସହ ଏକ ସଚେତନତା ଶୋଭାଯାତ୍ରାରେ ଯୋଗଦାନ କରି ଜନସଚେତନତା ସୃଷ୍ଟି କରିଥିଲେ।

Hot this week

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

Related Articles

Popular Categories