www.samajalive.in
Monday, December 8, 2025
13.1 C
Bhubaneswar

ବିଶ୍ବ ଅଙ୍ଗ ଦାନ ଦିବସ: ସୁରଜ୍ ପୁରସ୍କାର-୨୦୨୨ ପାଇଲେ ଗଞ୍ଜାମର ସ୍ୱର୍ଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧି ଉଭୟଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ପୁରସ୍କାର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମର ଜଗନ୍ନାଥ ପ୍ରସାଦ ଅଞ୍ଚଳର ଆଲାଡ଼ି ଗ୍ରାମର ସ୍ବର୍ଗତ ସୁଶୀଲ ସାହୁ ଓ ଗଞ୍ଜାମ ଜିଲା ଗୋପାଳପୁର ସ୍ଥିତ କନିଶି ବ୍ଲକ୍ ନୀଳାଚଳ ନଗରର ସିଦ୍ଧି ସମୃଦ୍ଧିଙ୍କୁ ୨୦୨୨ ପାଇଁ ସୁରଜ୍ ପୁରସ୍କାର ପ୍ରଦାନ କରିଛନ୍ତି।
ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଏହି କାର୍ୟ୍ୟକ୍ରମରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ସୁଶିଲଙ୍କ ପତ୍ନୀ ପିଙ୍କି ସାହୁ ଓ ସିଦ୍ଧିଙ୍କ ପିତା ସପନ୍ କୁମାର ବିନ୍ଧାଣୀ ଉଭୟଙ୍କୁ ୫ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି।
ହୃଦୟ, କିଡନୀ ଓ ଜକୃତ ପରି ଜୀବନ ରକ୍ଷାକାରୀ ଅଙ୍ଗ ଦାନ ପାଇଁ ୨୦୨୦ ଠାରୁ ଏହି ପୁରସ୍କାର ଦିଆଯାଉଛି। ଚଳିତ ବର୍ଷ ଏହା ତୃତୀୟ ସୁରଜ୍ ପୁରସ୍କାର। ୨୦୨୦ରେ ଗଞ୍ଜାମର ମସ୍ତିସ୍କ ମୃତ ସୁରଜ୍ ବେହେରାଙ୍କ ପିତାମାତା ତାଙ୍କର ୬ଟି ଗୁରୁତବପୂର୍ଣ ଅଙ୍ଗ ଦାନ କରି ୬ଟି ଜୀବନ ରକ୍ଷା କରି ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେହି ବର୍ଷ ତାଙ୍କ ନାମରେ ସୁରଜ୍ ପୁରସ୍କାର ଆରମ୍ଭ କରିଥିଲେ।
ଉଭୟ ସୁଶୀଲ ଓ ସିଦ୍ଧିଙ୍କ ପିତା ମାତାଙ୍କ ନିକଟରେ ସମାଜ ରୁଣୀ ବୋଲି ମତ ଦେଇ କହିଲେ ଯେ ଏହା ଦ୍ବାରା ସମାଜ ଉପରେ ବହୁତ୍ ଭଲ ପ୍ରଭାବ ପଡୁଛି। ଏହି ପରି ଭଲ କାମ କରି ସମାଜ ପାଇଁ ପ୍ରେରଣା ସୃଷ୍ଟି କରି ଏକ ସୁନ୍ଦର ସମାଜ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।
ମୂଖ୍ୟମନ୍ତ୍ରୀ କହିଲେ ଯେ ଅଙ୍ଗ ଦାନ ଅନେକ ପରିବାର ପାଇଁ ଆଶା ସୃଷ୍ଟି କରି ପାରୁଛି। ଅନ୍ୟର ଜୀବନ ରକ୍ଷା ସବୁଠାରୁ ଅଧିକ ପୁଣ୍ୟ କାର୍ୟ୍ୟ। ଅଙ୍ଗ ଦାନ ଏକ ସାହସିକ ଓ ସାହସିକ ନିଷ୍ପତ୍ତି। ଅଙ୍ଗ ଦାନ କରୁଥିବା ପରିବାରଙ୍କ ତ୍ୟାଗର ତୁଳନା ନାହିଁ ବୋଲି ସେ କହିଥିଲେ।
ବାଚସ୍ପତି ବିକ୍ରମ କେଶରୀ ଆରୁଖ ଓ ସ୍ଵାସ୍ଥ୍ୟ ମନ୍ତ୍ରୀ ନବ ଦାସ ପ୍ରମୁଖ ନିଜର ବକ୍ତବ୍ୟ ରଖି ସୁଶୀଲ ଓ ସିଦ୍ଧୀଙ୍କ ପରିବାରର ତ୍ୟାଗ ର ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କ ଏହି ମହାନ କାର୍ୟ୍ୟ ସମାଜ ପାଇଁ ଆଦର୍ଶ ବୋଲି ସେମାନେ କହିଥିଲେ।
ମୁଖ୍ୟମନ୍ତ୍ରୀଙ୍କ ସଚିବ ( ୫ଟି) ଭି.କେ ପଣ୍ଡିଆନ କାର୍ୟ୍ୟକ୍ରମ ସଞ୍ଚାଳନ କରିଥିଲେ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଏନଏଚଏମ ନିର୍ଦେଶକ, ଡିଏମଇଟି ନିର୍ଦେଶକଙ୍କ ସମେତ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Hot this week

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

Related Articles

Popular Categories