www.samajalive.in
Saturday, December 6, 2025
19.1 C
Bhubaneswar

ଆଜି ବିଶ୍ୱ ଶୌଚାଳୟ ଦିବସ, ସ୍ଵଛ ଭାରତ ମିଶନ ଉପରେ ଗୁରୂତ୍ଵ ପ୍ରଦାନ

ଡେସ୍କ: ମଙ୍ଗଳବାର ବିଶ୍ୱ ଶୌଚାଳୟ ଦିବସ ଅବସରରେ ରାଜ୍ୟ ପଂଚାୟତି ରାଜ ଓ ପାନୀୟ ଜଳ ବିଭାଗ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଚଳିତ ବର୍ଷର ବିଷୟବସ୍ତୁ ରହିଛି ‘ମୋ ଶୌଚାଳୟ, ମୋ ସମ୍ମାନ’। ଏହି ବାର୍ତ୍ତାକୁ ନେଇ ଆଜିଠାରୁ (ନଭେମ୍ବର ୧୯) ବିଶ୍ୱ ଶୌଚାଳୟ ଦିବସ ୨୦୨୪ ଆରମ୍ଭ ହୋଇ ଆସନ୍ତା ଡିସେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଭିଯାନରେ ରାଜ୍ୟର ପୁରପଲ୍ଲୀରେ, ଜିଲ୍ଲା ଏବଂ ବ୍ଲକ ସ୍ତରରେ ସ୍ୱଚ୍ଛ ଭାରତ ମିଶନ (ଗ୍ରାମୀଣ) ଅଧୀନରେ ହିତାଧିକାରୀମାନଙ୍କୁ ଅନୁମତି ପତ୍ର ବଣ୍ଟନ, ଶୌଚାଳୟର କାର୍ଯ୍ୟକାରୀତା ଓ ମରାମତି, ବ୍ୟକ୍ତିଗତ ଏବଂ ଗୋଷ୍ଠୀ ଶୌଚାଳୟର ସୌନ୍ଦର୍ଯ୍ୟକରଣ ଓ ସ୍ୱଚ୍ଛ ଭାରତ ମିଶନ ଗ୍ରାମୀଣର ଲକ୍ଷ୍ୟ ସାଧନ ନିମନ୍ତେ ଜନସହଭାଗୀତା ବୃଦ୍ଧି ପରି ଅନେକ କାର୍ଯ୍ୟକ୍ରମ ଆୟୋଜିତ ହେଉଛି।

ରାଜ୍ୟସ୍ତରୀୟ ଶୁଭାରମ୍ଭ କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ନିର୍ଦ୍ଦେଶକ, ସ୍ୱତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ, ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ବରିଷ୍ଠ ଅଧିକାରୀବୃନ୍ଦ, ବିଭିନ୍ନ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ, ପରିମଳ କର୍ମଚାରୀ ଓ ୟୁନିସେଫର ପ୍ରତିନିଧିଗଣ ଉପସ୍ଥିତ ଥିଲେ।

- Advertisement -

ଏହି ଅବସରରେ ବ୍ୟକ୍ତିଗତ ଘରୋଇ ଶୌଚାଳୟ ନିର୍ମାଣ ନିମନ୍ତେ ହିତାଧିକାରୀମାନଙ୍କୁ ବ୍ୟକ୍ତିଗତ ଶୌଚାଳୟ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବା ନିମନ୍ତେ ଅନୁମତି ପତ୍ର ବଣ୍ଟନ କରାଯାଇଥିବା ବେଳେ ସ୍ଵଚ୍ଛତା ହିଁ ସେବା ୨୦୨୪ ଅଭିଯାନ କାର୍ଯ୍ୟକାରୀତା କରିବାରେ ଶ୍ରେଷ୍ଠତା ପ୍ରଦର୍ଶନ କରିଥିବା ମାଲକାନଗିରି, ସୁବର୍ଣ୍ଣପୁର ଓ ସୁନ୍ଦରଗଡ ଜିଲ୍ଲାଙ୍କୁ ସମ୍ମାନିତ କରାଯାଇଥିଲା।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories