www.samajalive.in
Monday, December 8, 2025
14.1 C
Bhubaneswar

ଧାମରା ପାଖରେ ଅତିକ୍ରମ କରିବ ‘ୟାସ’, ଗୃହମନ୍ତ୍ରୀଙ୍କୁ ବାଲେଶ୍ଵର ଯିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ୟାସ’ ଧାମରା ନିକଟ ଦେଇ ସ୍ଥଳଭାଗ ଅତିକ୍ରମ କରିବ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୬ ତାରିଖ ଭୋର ସୁଦ୍ଧା ବାତ୍ୟା ଧାମରା ପାଖରେ କେନ୍ଦ୍ରୀଭୂତ ହେବ। ଦ୍ବିପ୍ରହର ବେଳକୁ ସ୍ଥଳଭାଗ ଅତିକ୍ରମ କରିବ। ଧାମରାର ଉତ୍ତରକୁ ଏବଂ ବାଲେଶ୍ଵରର ଦକ୍ଷିଣକୁ ସ୍ଥଳଭାଗ ଅତିକ୍ରମ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଅନ୍ୟପଟେ ବାତ୍ୟାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଗୃହମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ଆଜି ବାଲେଶ୍ଵର ଯିବାକୁ ନିର୍ଦେଶ ଦେଇଛନ୍ତି। ସେଠାରେ କ୍ୟାମ୍ପ ପକାଇ ସ୍ଥିତି ପରଖିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଇଏମଡି ସୂଚନା ଅନୁସାରେ, ବାତ୍ୟା ଯୋଗୁ ଧାମରା ଏବଂ ଚାନ୍ଦବାଲିରେ ସବୁଠୁ ବେଶି କ୍ଷତି ଘଟିବ। ୨୬ ତାରିଖ ସକାଳୁ ଉପକୂଳରେ ବାତ୍ୟାର ପ୍ରଭାବ ପଡ଼ିବ। ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର​‌ରେ ଅଧିକ ପ୍ରଭାବ ପଡ଼ିବ। ଆଜି ସନ୍ଧ୍ୟା ସୁଦ୍ଧା ୟାସ୍‌ ଅତି ଭୀଷଣ ବାତ୍ୟାରେ ପରିଣତ ହେବ। ସ୍ଥଳଭାଗ ଛୁଇଁବାର ପୂର୍ବ ଓ ପରବର୍ତ୍ତୀ ୬ ଘଣ୍ଟା ଅତି ଗୁରୁତ୍ଵପୂର୍ଣ୍ଣ।

- Advertisement -

ବାତ୍ୟା ପ୍ରଭାବରେ ଆଜି ମଧ୍ୟରାତ୍ରିରୁ ଘଣ୍ଟାପ୍ରତି ୬୦ରୁ ୮୦ କିଲୋମିଟର ବେଗରେ ପବନ ବହିବ। କାଲି ସକାଳ ବେଳକୁ ପବନର ବେଗ ୧୫୦ରୁ ୧୬୦ କିଲୋମିଟର ରହିବ ବୋଲି ସୂଚନା ଦିଆଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories