www.samajalive.in
Saturday, December 6, 2025
23.1 C
Bhubaneswar

ପ୍ରଭୁ ଜଗନ୍ନାଥଙ୍କୁ ଅସମ୍ମାନ କରି ଅଡୁଆରେ ଯାତ୍ରା କଳାକାର

କଟକ: ଯାତ୍ରା ଅଭିନେତା କାହ୍ନା ସ୍ୱାଇଁଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଛି । ଯାତ୍ରା ସମୟରେ ପ୍ରଭୁ ଜଗନ୍ନାଥଙ୍କୁ ଅସମ୍ମାନ ପ୍ରସଙ୍ଗରେ ବାଦାମବାଡ଼ି ଥାନାରେ ଲିଖିତ ଅଭିଯୋଗ ହୋଇଛି । ଯାତ୍ରା ସିଂହବାହିନୀର କଳାକାର କାହ୍ନା ସ୍ୱାଇଁ ଏକ ଯାତ୍ରା ସିନରେ ଜଗନ୍ନାଥଙ୍କୁ ହାତରେ ଧରି କଣ୍ଢେଇ ଭଳି ନେବା ଆଣିବା କରିଥିଲେ । ଏହି ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି । ତେଣୁ ଏହି ଆଚରଣ ପାଇଁ ତାଙ୍କୁ ଦଣ୍ଡ ମିଳିବା ଦରକାର ଏବଂ ସେ ଆଗକୁ ଯେଭଳି ଏମିତି ଭୁଲ୍ ନକରିବେ ସେନେଇ ଏତଲାରେ ଉଲ୍ଲେଖ କରିଛନ୍ତି ଅଭିଯୋଗକାରୀ ଅଭିଷେକ ଦାସ ।  ଅନ୍ୟପଟେ ପୁଲିସ ଏହି ମାମଲାରେ ତଦନ୍ତ ଜାରି ରଖିଛି। ଯଦି କିଛି ପ୍ରମାଣ ପୁଲିସର ହସ୍ତଗତ ହୁଏ ତେବେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅତିରିକ୍ତ ଡିସିପି ଅନିଲ ମିଶ୍ର କହିଛନ୍ତି ।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories