www.samajalive.in
Sunday, December 7, 2025
18.1 C
Bhubaneswar

ନବୀନଙ୍କ ରାସ୍ତାରେ ୟେଦୁରପ୍ପା; କର୍ଣ୍ଣାଟକରେ ହୋଇପାରେ ୩୦ ଯାଏ ଲକ୍ଡ଼ାଉନ୍

ବେଙ୍ଗାଲୁରୁ: ଦେଶର ପ୍ରଥମ ରାଜ୍ୟ ଭାବରେ ଓଡ଼ିଶା ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ରାଜ୍ୟକୁ  ଲକ୍ଡ଼ାଉନ୍ ଘୋଷଣା କରିଛି । ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ପରେ ଏ ସମ୍ପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି । ଏହା ସହିତ ଏପ୍ରିଲ  ୩୦ ତାରିଖ ପର୍ଯ୍ୟନ୍ତ ରେଳ, ବିମାନ ଆଦି ଚଳାଚଳକୁ ବନ୍ଦ ରଖିବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛି । ଅନୁରୂପ ଭାବରେ କର୍ଣ୍ଣାଟକ ସରକାର ମଧ୍ୟ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଲକ୍ଡ଼ାଉନ୍ କରିବାକୁ ଆପାତତଃ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି । ତେବେ ଏ ସମ୍ପର୍କରେ ନିର୍ଦିଷ୍ଟ ଘୋଷଣା ହୋଇନାହିଁ । ମୁଖ୍ୟମନ୍ତ୍ରୀ ବିଏସ ୟେଦ୍ୟୁରପ୍ପାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଲକ୍ଡ଼ାଉନକୁ ଆସନ୍ତା ୧୪ ତାରିଖ ପରେ ଉଠାଇବାକୁ ମିଳିଥିବା ମତାମତକୁ ଗ୍ରହଣ କରାଯାଇ ନାହିଁ । ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁସାରେ କ୍ୟାବିନେଟ ବୈଠକରେ କରୋନା ମହାମାରୀ ଉପରେ ଆଲୋଚନା ହୋଇଥିଲା। ଏପ୍ରିଲ ୩୦ ଯାଏ ରାଜ୍ୟର ସବୁ ଜିଲ୍ଲାରେ ପୂର୍ଣ୍ଣ ଲକଡାଉନ କରିବା ସପକ୍ଷରେ ମନ୍ତ୍ରୀମାନେ ମଦ ଦେଇଛନ୍ତି । ମାତ୍ର ଏ ସମ୍ପର୍କରେ ଆମେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ଚୂଡ଼ାନ୍ତ ନିଷ୍ପତ୍ତି ନେବୁ ବୋଲି ଶ୍ରୀ ୟେଦୁରପ୍ପା କହିଛନ୍ତି ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories