www.samajalive.in
Monday, December 15, 2025
26.1 C
Bhubaneswar

ଘଡ଼ଘଡ଼ି ସହ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର : ରାଜ୍ୟର  ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଗତ ୨୪ ଘଣ୍ଟା ମଧ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ବୌଦ, କନ୍ଧମାଳ, ଗଞ୍ଜାମ ଓ ରାୟଗଡ଼ା ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories